ପୋଲିସ-ସାଲିଆସାହି ବାସିନ୍ଦା ମୁହଁାମୁହିଁ, ଉତ୍ତେଜନା

ଭୁବନେଶ୍ୱର,୧୯।୧୧(ବ୍ୟୁରୋ): ରାସ୍ତା ସମ୍ପ୍ରସାରଣ ପାଇଁ ବସ୍ତି ଉଚ୍ଛେଦକୁ ବିରୋଧ କରି ସାଲିଆସାହିରେ ଶୁକ୍ରବାରଠାରୁ ଉତ୍ତେଜନା ଲାଗି ରହିଛି। ସକାଳେ ବିଡିଏ ଓ ବିଏମ୍‌ସିର ମିଳିତ ଟିମ୍‌ ୧୧ ପ୍ଲାଟୁନ ପୋଲିସ ଫୋର୍ସ ଓ ଜେସିବି ସହ ଘଟଣାସ୍ଥଳରେ ପହଞ୍ଚତ୍ଥିଲା। ଏହା ଜାଣିବା ପରେ ବସ୍ତିର ହଜାର ହଜାର ପୁରୁଷ, ମହିଳା ଓ ପିଲା ବିରୋଧ ଆରମ୍ଭ କରିଥିଲେ। ଉଚ୍ଛେଦ ବଦଳରେ ସ୍ଥାୟୀ ପଟ୍ଟା ଦିଆଯାଉ ବୋଲି ଦାବି କରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ରାସ୍ତାରେ ଶୋଇ ବାଟ ଓଗାଳିବା ସହ ସ୍କ୍ବାଡ୍‌ ଓ ପୋଲିସ ଗାଡ଼ିକୁ ଛାଡ଼ି ନ ଥିଲେ। କେତେଜଣଙ୍କ ହାତରେ ଠେଙ୍ଗା, ବାଡ଼ି ମଧ୍ୟ ଦେଖିବାକୁ ମିଳିଥିଲା। ଫଳରେ ଦୀର୍ଘ ସମୟ ଧରି ପୋଲିସ ଓ ବସ୍ତି ବାସିନ୍ଦାଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଲାଗି ରହିବାରୁ ଉଚ୍ଛେଦ କାର୍ଯ୍ୟ ସେପରି ଆଗେଇପାରି ନ ଥିଲା। ବରିଷ୍ଠ ପୋଲିସ ଓ ପ୍ରଶାସନିକ ଅଧିକାରୀମାନେ ବସ୍ତି ବାସିନ୍ଦାଙ୍କୁ ବୁଝାଶୁଝା କରିଥିଲେ ମଧ୍ୟ କିଛି ସୁଫଳ ମିଳି ନ ଥିଲା। ଶେଷରେ ମିଳିତ ଟିମ୍‌ କେବଳ ରାସ୍ତାପାର୍ଶ୍ୱର ଜଙ୍ଗଲିଆ ସ୍ଥାନକୁ ସଫା କରି ଫେରିଥିଲେ। ସାଲିଆସାହି ଦେଇ ରାସ୍ତା ନେବାକୁ ପ୍ରଶାସନ ଜିଦ୍‌ରେ ଥିବାବେଳେ ବସ୍ତିବାସିନ୍ଦା ନିଜ ଦାବିକୁ ନେଇ ଅଟଳ। ଶନିବାର ପୁଣି ଉଚ୍ଛେଦ ଉଦ୍ୟମ ହେଲେ ତୀବ୍ର ବିରୋଧ କରାଯିବା ସହ ଭୟଙ୍କର ପରିସ୍ଥିତି ସୃଷ୍ଟି ହେବ ବୋଲି ସାଲିଆସାହି ଆଞ୍ଚଳିକ କମିଟି ଚେତାବନୀ ଦେଇଛି।
ସିଆରପି ଛକରୁ ସାଲିଆସାହି ଦେଇ ଇନ୍‌ଫୋସିସ୍‌ ପର୍ଯ୍ୟନ୍ତ ୨୦୦ ଫୁଟିଆ ରାସ୍ତା ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ୨୦୦୬ ଜଙ୍ଗଲ ଅଧିକାର ଆଇନ ଉଲ୍ଲଂଘନର ପ୍ରତିବାଦ ଓ ସାଲିଆସାହି ଦେଇ ରାସ୍ତା ଯିବାକୁ ବିରୋଧ କରୁଛନ୍ତି ଦୀର୍ଘବର୍ଷ ଧରି ରହୁଥିବା ସ୍ଥାନୀୟ ବାସିନ୍ଦା। ଜୟଦେବ ବିହାର ମୌଜା ଖାତା ନଂ. ୧୪୨୭ର ଜଙ୍ଗଲ କିସମ ଜମିରେ ଜଙ୍ଗଲ ଅଧିକାର କାର୍ଯ୍ୟକାରୀ କରିବା, ଜାଗା ମିଶନ ମାଧ୍ୟମରେ ୨୦ରୁ ୩୦ ଫୁଟର ଜମିପଟ୍ଟା ଦେବାକୁ ଦାବିକରି ସେମାନେ ବାରମ୍ବାର ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏଥିସହ ଏନେଇ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ସମେତ ସମ୍ପୃକ୍ତ କର୍ତ୍ତୃପକ୍ଷଙ୍କୁ ବାରମ୍ବାର ଦାବିପତ୍ର ପ୍ରଦାନ କରାଯାଇଛି। ବିଏମ୍‌ସି କର୍ତ୍ତୃପକ୍ଷ ତାହାକୁ ଅଣଦେଖା କରି ବସ୍ତିରେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି କରୁଛନ୍ତି ବୋଲି କମିଟି ସଦସ୍ୟ ସାଲ ମାରାଣ୍ଡି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ବିଦ୍ୟାଭାରତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଝଟ୍‌କା: ଆବେଦନ ଖାରଜ

ଭୁବନେଶ୍ୱର,୩୦।୯: : ବହୁଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ତାଙ୍କ ପତ୍ନୀ ବିଦ୍ୟାଭାରତୀ ମହାପାତ୍ରଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ବିଦ୍ୟାଭାରତୀଙ୍କ ପକ୍ଷରୁ ଦାଖଲ ହୋଇଥିବା…

ଆଜି ୧୨ଘଣ୍ଟିଆ ଓଡ଼ିଶା ବନ୍ଦ: ଜାଣନ୍ତୁ କ’ଣ ପଡ଼ିବ ପ୍ରଭାବ

ଭୁବନେଶ୍ୱର, ୩୦ା୯(ବନ୍ଦନା ସେଠୀ):ତ୍ରୁଟିପୂର୍ଣ୍ଣ ପାଠ୍ୟ ପୁସ୍ତକକୁ ନେଇ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ (ଏନ୍‌ଓ୍ବାଇସିଏସ୍‌) ପକ୍ଷରୁ ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦ା୯(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୩.୧ରୁ ୪.୫ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ…

ସଭା କଲେ ନାଁ ନେଲେନି

ଭୁବନେଶ୍ୱର, ୨୯।୯(ସୁନିତ୍‌ ମିଶ୍ର): ଏମ୍‌ଏମ୍‌ଡିଆର୍‌ ସଂଶୋଧନ ବିଲ୍‌ ଏକ ସାଧାରଣ କଥା ନୁହେଁ। ରାଜ୍ୟର ଅଧିକାର ସହିତ ଏହି ବିଲ୍‌ ଜଡ଼ିତ। ଓଡ଼ିଶାର ଖଣି, ଜମି ଉପରେ…

ଗଭୀର ଅବପାତରେ ପରିଣତ ହେଲା ଅବପାତ: ଆଜି ଝଡ଼ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୯।୯ (ବନ୍ଦନା ସେଠୀ):ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ମ୍ୟାନ୍‌ମାର ଉପକୂଳ ଉପରେ ଥିବା ଅବପାତ ସୋମବାର ଗଭୀର ଅବପାତରେ ପରିଣତ ହୋଇଛି। ଏହା ଉତ୍ତର-ଉତ୍ତର…

ମହାନଦୀ ଜଳବିବାଦ ସମାଧାନ କରିବେ ଶାହା: ଅକ୍ଟୋବର ୧ରେ ମିଳିପାରେ ଖୁସିଖବର

ଭୁବନେଶ୍ୱର,୨୯ା୯(ସୁନିତ୍‌ ମିଶ୍ର):ଓଡ଼ିଶା ଏବଂ ଛତିଶଗଡ଼ ମଧ୍ୟରେ ଦୀର୍ଘବର୍ଷ ହେଲା ମହାନଦୀ ଜଳ ବିବାଦ ଲାଗି ରହିଛି। ଏହି ବିଷୟ ବର୍ତ୍ତମାନ ଟ୍ରିବ୍ୟୁନାଲରେ ବିଚାରାଧୀନ ରହିଛି। ତେବେ କିଛିଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?