ଗୋଟିଏ ଦିନରେ ୧୨ ଅଟୋ ଜବତ କଲା ପୋଲିସ, ଏକାଧିକ ମାମଲା ରୁଜୁ କରି…

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ଏବେ ଆକ୍ସନ ମୋଡ୍‌ରେ ରହିଛି। ଗୋଟିଏ ଦିନରେ ରବିବାର ୧୨ଟି ଯାତ୍ରୀବାହୀ ଅଟୋ ଉପରେ ନେଇଛି ଦୃଢ଼ କାର୍ଯ୍ୟାନୁଷ୍ଠାନ।

ପ୍ରକାଶ ଯେ, ଦାରିଙ୍ଗବାଡ଼ି ଆଇଆଇଆସି ସଂଗ୍ରାମ କେଶରୀ ଜେନା କହିଛନ୍ତି, ଗତ କିଛି ଦିନ ହେଲା ପୋଲିସ ପକ୍ଷରୁ ଦାରିଙ୍ଗବାଡ଼ିର ବିଭିନ୍ନ ଜନଗହଳି ସ୍ଥାନରେ ବ୍ଲକିଂ କରି ଗାଡ଼ିମୋଟର ଯାଞ୍ଚ କରାଯାଉଛି। ଏହି କ୍ରମରେ ରବିବାର ଇନ୍‌ସ୍ୟୁରାନ୍ସ ଓ ଅନ୍ୟାନ୍ୟ ଗାଡ଼ି କାଗଜପତ୍ର ନ ଥିବାରୁ ୧୨ଟି ଅଟୋକୁ ଜବତ କରାଯାଇଛି। ଅନେକ ସମୟରେ ଦୁର୍ଘଟଣା ଘଟିଲେ ଇନ୍‌ସ୍ୟୁରାନ୍ସ ନ ଥିଲେ ଦୁର୍ଘଟଣାର ଶିକାର ଲୋକମାନେ ଇନ୍‌ସ୍ୟୁରାନ୍ସ ବାବଦକୁ ଅର୍ଥ ପାଇବା ମୁସ୍କିଲ ହେଉଛି। ତେଣୁ ପୋଲିସ ଏବେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଥିବା ଆଇଆଇଆସି କହିଛନ୍ତି।

ସେହିପରି ଜଣେ ବାଇକ ଚାଳକ ନିଜ ବାଇକର ସାଇଲେନ୍ସରକୁ ମୋଡିଫାଏ କରିଥିବାରୁ ବାଇକକୁ ଜବତ କରାଯାଇଥିବା ସେ କହିଛନ୍ତି। ପୋଲିସ ପକ୍ଷରୁ ଗାଡ଼ିମୋଟର ଯାଞ୍ଚକୁ କଡ଼ାକଡ଼ି କରି ବାଇକ୍‌ରେ ୨ରୁ ଅଧିକ ଯାତ୍ରୀ ଯାତ୍ରା କଲେ ବାଇକକୁ ଜବତ କରାଯାଉଥିବା ଓ ମାମଲା ରୁଜୁ କରାଯାଇଥିବା କୁହାଯାଇଛି। ହେଲମେଟ୍‌, ସିଟ୍‌ବେଲ୍ଟ, ଇନ୍‌ସ୍ୟୁରାନ୍ସ, ପଲ୍ୟୁସନ, ଅଧିକ ଯାତ୍ରୀ ପରିବହନ ଆଦିକୁ ପୋଲିସ କଡ଼ାକଡ଼ି ଭାବେ ଯାଞ୍ଚ କରୁଥିବା ପୋଲିସ ପକ୍ଷରୁ କୁହାଯିବା ସହ ଲୋକଙ୍କୁ ସଚେତନ କରି ଗାଡ଼ି କାଗଜପତ୍ର ଇନ୍‌ସ୍ୟୁରାନ୍ସ ଆଦିକୁ ଅପଡେଟ୍‌ କରିବାକୁ ପରାମର୍ଶ ଦିଆଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ବର ଆରମ୍ଭରୁ ଏହି ୩ ରାଶିଙ୍କ ଉପରେ ବିପଦ! ଶନି-ଶୁକ୍ରଙ୍କ ଷଡ଼ାଷ୍ଟକ ଯୋଗ କରିବ ସର୍ବନାଶ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଆସନ୍ତା ୨ ସେପ୍ଟେମ୍ବରରେ ଶୁକ୍ର ଗ୍ରହ ରାଶି ପରିବର୍ତ୍ତନ କରିବେ। ଶୁକ୍ର କନ୍ୟା ରାଶିରୁ ବାହାରି ତୁଳା ରାଶିରେ ଗୋଚର କରିବେ। ଅନ୍ୟପଟେ…

ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବାକୁ ଯାଉଥିଲେ ବୈଭବ, ହେଲେ…

ନୂଆଦିଲ୍ଲୀ,୩୧।୮: ଦୁଲୀପ ଟ୍ରଫି ସେମିଫାଇନାଲରେ ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ପୁଣିଥରେ ଚର୍ଚ୍ଚା ସୃଷ୍ଟି କରିଛନ୍ତି। ଇଷ୍ଟ ଜୋନ ପକ୍ଷରୁ ସେଣ୍ଟ୍ରାଲ ଜୋନ ବିପକ୍ଷରେ…

ସ୍ତ୍ରୀଙ୍କୁ ଶାବଳରେ ପିଟି ହତ୍ୟା, ସ୍ୱାମୀଙ୍କୁ ଆଜୀବନ

ଵ୍ରହ୍ମପୁର,୩୧।୮(ସୁବାସ ଚନ୍ଦ୍ର ପାଢ଼ୀ): ୨୦୨୪ ମସିହାରେ ସଦର ଥାନା ଅନ୍ତର୍ଗତ ରୋହିଗାଁ’ରେ ନିଜ ସ୍ତ୍ରୀ’ଙ୍କୁ ତାଙ୍କ ସ୍ୱାମୀ ହତ୍ୟା କରିଥିଲେ । ଜିଲା ଦୌରା ଜଜ ଅଶାନ୍ତ…

ସରକାରୀ ବସ୍‌ରେ ଖୋଲାମେଲାରେ ଯାତାୟାତ କରୁଛନ୍ତି ଯାତ୍ରୀ: ଅଭିଯୋଗ ଆଣିଲେ ଯୁବ ସମାଜସେବୀ

ଦାରିଙ୍ଗବାଡି, ୩୧।୮(ଅରୁଣ ସାହୁ):ଗଞ୍ଜାମର ବ୍ରହ୍ମପୁରରୁ କନ୍ଧମାଳ ଜିଲା ବାଲିଗୁଡାକୁ ଦାରିଙ୍ଗବାଡି ଦେଇ ସରକାରୀ ବସ ଚଳାଚଳ କରୁଛି। ଏହି ଯାତ୍ରୀବାହୀ ବସର ଡୋର ଗ୍ଲାସଟି ଭାଙ୍ଗି ଯାଇଥିବାରୁ…

ଧୋନୀ ମାଗୁଛନ୍ତି ୨୫% ଅଂଶଧନ! ଏମିତି ଜବାବ ଦେଲା CSK

ନୂଆଦିଲ୍ଲୀ,୩୧।୮: ଏମଏସ ଧୋନୀ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ଥିବା ସମ୍ପର୍କକୁ ଆଇପିଏଲର ସବୁଠାରୁ ସ୍ବତନ୍ତ୍ର ସମ୍ପର୍କ ମଧ୍ୟରୁ ଗୋଟିଏ ବୋଲି ବିବେଚନା କରାଯାଏ। ଧୋନୀଙ୍କ…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନ: ସେପ୍ଟେମ୍ବର ପ୍ରଥମରୁ ଏହି ୩ ରାଶିଙ୍କ ସୁବର୍ଣ୍ଣ ଦିନ ଆରମ୍ଭ! ମନଚାହାଁ ଫଳ ମିଳିବ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ଗୋଚର ଏବଂ ନକ୍ଷତ୍ର ପରିବର୍ତ୍ତନକୁ ବେଶ ଗୁରୁତ୍ୱ ଦିଆଯାଏ। ଆସନ୍ତା ୨ ସେପ୍ଟେମ୍ବର ୨୦୨୬, ଦିନ ୧ଟା ୨୫ ମିନିଟରେ ମଙ୍ଗଳ ପୁନର୍ବସୁ…

ଟିଚ୍‌ କନ୍ଧମାଳ: ଲାଲ ବାହାଦୁର ବିଦ୍ୟାପୀଠରେ ପାଠ ପଢ଼ାଇଲେ ବିଡିଓ ପ୍ରୀତିରଞ୍ଜନ, ସିଆଙ୍ଗବାଲିରେ ଉପଜିଲାପାଳ

ଦାରିଙ୍ଗବାଡ଼ି, ୩୧/୮ (ଅରୁଣ ସାହୁ): କନ୍ଧମାଳ ଜିଲା ରେ ଶିକ୍ଷାର ବିକାଶ ଓ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଶିକ୍ଷା ପ୍ରତି ଆଗ୍ରହ ବୃଦ୍ଧି ଉଦ୍ଦେଶ୍ୟରେ ଜିଲାର ବିଭିନ୍ନ ବିଭାଗର…

ବୈଭବଙ୍କ ବଡ଼ କାରନାମା: ନାଁରେ କଲେ ଏମିତି ରେକର୍ଡ ଯାହା ଇତିହାସରେ କେହି କରିନଥିଲେ!

ନୂଆଦିଲ୍ଲୀ, ୩୧।୮: ମାତ୍ର ୧୫ ବର୍ଷ ବୟସରେ ଭାରତୀୟ କ୍ରିକେଟରେ ଲଗାତାର ରେକର୍ଡ କରି ଚାଲିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏବେ ଦୁଲୀପ ଟ୍ରଫି ୨୦୨୬ର ସେମିଫାଇନାଲରେ ଆଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri