ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ କଫ୍‌ ସିରପ ଜବତ କରିଛି। ଏହା ସହିତ କଫ୍‌ ସିରପ ଚାଲାଣରେ ବ୍ୟବହୃତ ଏକ କାର୍‌(ନଂ-ଓଆର21ଡି 9655) ଓ ଗୋଟିଏ ମୋବାଇଲକୁ ଜବତ କରାଯାଇଛି।

ସେହିପରି ଏଥିରେ ସମ୍ପୃକ୍ତ ୩ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ, ଗାଇସିଲେଟ୍‌ ଥାନା କନ୍ଦୁମୁଣ୍ଡା ଗ୍ରାମର ସୁପଳ ସାହୁ(୩୫), ରାଇସଲପଦର ଗ୍ରାମର ଉତ୍ତର ବରିହା(୨୪) ଏବଂ ସୁଶାନ୍ତ ସାହୁ(୩୦)। ଅନ୍ୟ ୨ଅଭିଯୁକ୍ତ ରାଇସଲପଦର ଗ୍ରାମର ପ୍ରସନ୍ନ ସାହୁ ଏବଂ କନ୍ଦୁମୁଣ୍ଡା ଗ୍ରାମର ବିରେନ ସାହୁ ଫେରାର୍‌ ହୋଇଯାଇଥିବା ପୋଲିସ ସୂଚନା ଦେଇଛି। ଏ ନେଇ ଗାଇସିଲେଟ୍‌ ଥାନାରେ ଏକ ମାମଲା(ନଂ-117/26) ରୁଜୁ ହୋଇଛି।

ସୂଚନା ଅନୁଯାୟୀ, ଅଭିଯୁକ୍ତମାନେ ବଲାଙ୍ଗୀର ଜିଲା ଲୋଇସିଂହା ଅଞ୍ଚଳରୁ ବରଗଡ଼ ଜିଲା କନ୍ଦୁମୁଣ୍ଡା ଅଞ୍ଚଳକୁ ଉପରୋକ୍ତ କାର୍‌ ଯୋଗେ କଫ୍‌ ସିରପ ଚାଲାଣ କରୁଥିବା ନେଇ ପୋଲିସକୁ ଖବର ମିଳିଥିଲା। ସେହି ସୂଚନାକୁ ଆଧାର କରି ପୋଲିସର ଏକ ଟିମ୍‌ ସେଥିପ୍ରତି ନଜର ରଖିଥିଲା। ତେବେ କଫ୍‌ ସିରପ୍‌ ବୋଝେଇ କାର୍‌ଟି ଦ୍ରୁତବେଗରେ ଆସୁଥିବାବେଳେ ପୋଲିସ ଘେରିଯାଇ ସ୍ଥାନୀୟ ଲେବଡ଼ି ନାଳାରେ ସେହି କାର୍‌କୁ ଅଟକାଇ ଯାଞ୍ଚ କରିଥିଲା। ଯାଞ୍ଚବେଳେ ୫ଟି ପେପର୍‌ କାର୍ଟୁନରେ ୭୩୩ ବୋତଲ କଫ୍‌ ସିରପ ବୋଝେଇ ହୋଇ ରହିଥିବା ପୋଲିସ୍‌ ଦେଖିବାକୁ ପାଇଥିଲା। ଗାଇସିଲେଟ୍‌ ଅତିରିକ୍ତ ତହସିଲଦାର ଦେବାଶିଷ ମିଶ୍ରଙ୍କ ଉପସ୍ଥିତିରେ ପୋଲିସ କଫ୍‌ ସିରପ୍‌ ଏବଂ ବ୍ୟବହୃତ କାର୍‌କୁ ଜବତ୍‌ ସହିତ ୩ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ତେବେ ଏହା ପୂର୍ବରୁ ଗିରଫ ଅଭିଯୁକ୍ତମାନଙ୍କ ମଧ୍ୟରୁ ଅଭିଯୁକ୍ତଙ୍କ ସୁପଳଙ୍କ ବିରୋଧରେ ୨ଟି, ଉତ୍ତରଙ୍କ ବିରୋଧରେ ୩ଟି ଏବଂ ସୁଶାନ୍ତଙ୍କ ବିରୋଧରେ ୨ଟି ମାମଲା ରହିଥିବା ପୋଲିସ ସୂଚନା ଦେଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତରାଷାଢ଼ା ନକ୍ଷତ୍ର ସହ ଆୟୁଷ୍ମାନ ଯୋଗ: ଆଜିଠୁ ଏହି ୫ ରାଶିଙ୍କ ଭଲ ଦିନ ଆରମ୍ଭ, ଚାକିରିରେ ପ୍ରମୋସନ ସହ ଧନବର୍ଷା!

୨୫ ଅଗଷ୍ଟ ୨୦୨୬ ଦିନଟି ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ୍‌ ରହିପାରେ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ଦ୍ୱାଦଶୀ ତିଥି ଏବଂ ମଙ୍ଗଳବାର।…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍‌ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଚନ୍ଦ୍ରଗହଣରେ ହାନୀ ନୁହେଁ ଏହି ୩ରାଶିଙ୍କ ଫିଟିଯିବ ଭାଗ୍ୟ, ଧନବର୍ଷା ସାଙ୍ଗକୁ ମିଳିବ ବଡ଼ ଚାକିରିର ଅଫର୍‌…

କୌଣସି ବି ଗ୍ରହଣ, ତାହା ଚନ୍ଦ୍ରଗ୍ରହଣ ହେଉ କି ସୂର୍ଯ୍ୟଗ୍ରହଣ, ସବୁବେଳେ କ’ଣ ବର୍ବାଦୀ ନେଇ ଆସିଥାଏ? କାରଣ ପ୍ରାୟତଃ ଆମେ ଗ୍ରହଣ ନାମ ଶୁଣିବା ମାତ୍ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri