ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ ରା.ଉଦୟଗିରି ଏସଡ଼ିପିଓ ରାକେଶ କୁମାର ସାହୁଙ୍କ ନେତୃତ୍ୱରେ ଅଡ଼ବା ଥାନା ଅଧିକାରୀ ଶୁଭ୍ରାନ୍ତ କୁମାର ପଣ୍ଡାଙ୍କ ସହ ପୋଲିସ ଟିମ୍‌ ଚଢ଼ାଉ କରିଥିଲା।

ଚଢାଉ ବେଳେ ଗୁଡ୍ରିପଙ୍କା ଗ୍ରାମ ନିକଟ ଜଙ୍ଗଲ ମଧ୍ୟରୁ ପ୍ଳାଷ୍ଟିକ ଡ୍ରମ୍‌ ଏବଂ ଟିଣ ବକ୍ସ ମଧ୍ୟରେ ୪୨ଟି ପ୍ଲାଷ୍ଟିକ ଜରି ଅଖାରେ ବାହାର ରାଜ୍ୟକୁ ଚାଲାଣ ପାଇଁ ରଖାଯାଇଥିବା ବିପୁଳ ପରିମାଣର ଗଞ୍ଜେଇ ଜବତ କରାଯାଇଥିଲା। ଯାହାର ଓଜନ ୧୦୫୪ କିଲୋ ହୋଇଥିବା ବେଳେ ଆନୁମାନିକ ବଜାର ମୂଲ୍ୟ ୧କୋଟି ଟଙ୍କା ହେବ ବୋଲି ଏସ୍‌ଡିପିଓ ସୂଚନା ଦେଇଛନ୍ତି ।

ଅନ୍ୟପକ୍ଷେ ଘଟଣା ସ୍ଥଳରୁ ମାଫିଆମାନେ ଚମ୍ପଟ ମାରିଥିବା ବେଳେ କାହାରିଙ୍କୁ ଗିରଫ କରାଯାଇ ନାହିଁ। ଏନେଇ ପୋଲିସ ତଦନ୍ତ ଜାରି ରଖିଛି ।
ଗତ କିଛି ଦିନ ଭିତରେ ଗଜପତି ପୋଲିସ ପ୍ରାୟ ୧୨ ଟନ୍‌ ଗଞ୍ଜେଇ ଜବତ କରି ସାରିଲାଣି। ତଥାପି ମାଫିଆମାନେ ନୂଆଁ ତରିକା ଆପଣାଇବାରେ ଲାଗିଛନ୍ତି।

ନୂଆଁ ତରିକାରେ ଘର, ବାରି ବଗିଚାରେ ଗଞ୍ଜେଇ ନ ରଖି ପୋଲିସକୁ ଭୁଆଁ ବୁଲାଇବା ପାଇଁ ସଂରକ୍ଷିତ ଜଙ୍ଗଲର ପାହାଡ଼ କୋରଡ଼ ଓ ଗୁମ୍ଫାରେ ଜରିପାଲ ଘୋଡ଼ାଇ ଗଞ୍ଜେଇ ରଖି ଚୋରାଚାଲାଣ ପାଇଁ ଯୋଜନା ଆପଣାଇଛନ୍ତି। ଗଞ୍ଜେଇ ଚୋରା ଚାଲାଣରେ ଯେଉଁମାନେ ସମ୍ପୃକ୍ତ ଅଛନ୍ତି ସେମାନଙ୍କୁ ଧରିବା ନେଇ ତଦନ୍ତ ଜାରି ରହିଥିବା ଏସଡ଼ିପିଓ ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପେନଶନ ବନ୍ଦ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌; ରିଟାୟର୍ଡ କର୍ମଚାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍‌ୀ,୩୦।୮: ୮ମ ବେତନ ଆୟୋଗ (8th Pay Commission) କୁ ନେଇ ସୋସିଆଲ ମିଡିଆରେ ଚାଲିଥିବା ଏକ ଖବର କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କ ଚିନ୍ତା ବଢ଼ାଇ…

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍‌ଆଇ ଓ ସହଯୋଗୀ

ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ…

ପାକିସ୍ତାନ ସହିତ ହାତ ମିଳାଇବା ପ୍ରଶ୍ନର ଉତ୍ତରରେ ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଦେଲେ ଏମିତି ବିବୃତ୍ତି…

ନୂଆଦିଲ୍ଲୀ,୩୦।୮: ମହିଳା ଏସିଆ କପ ୨୦୨୬ ଚାଲିଛି। UAE ଦ୍ୱାରା ଆୟୋଜିତ, ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଦୁବାଇରେ ଖେଳାଯାଉଛି। ଭାରତୀୟ ଦଳ ଅଗଷ୍ଟ ୩୦ରେ ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ…

ଖେମୁଣ୍ଡି କଲେଜରେ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି …

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି ଓ ବ୍ୟାଙ୍କ ସମ୍ପର୍କିତ…

କନ୍ୟା ସନ୍ତାନ ଜନ୍ମଦେଲେ ୧୬ ବର୍ଷୀୟା ନାବାଳିକା: ପୋଲିସର ମାମଲା ରୁଜୁ

କେନ୍ଦୁଝର, ହାଟଡିହୀ,୩୦।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ ଶୁଭକାନ୍ତ ନାୟକ/ନିରାକାର ପରିଡା ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକା କନ୍ୟା ସନ୍ତାନକୁ ଜନ୍ମ…

ଧର୍ମଶାଳାରେ ଚାଞ୍ଚଲ୍ୟ, କେଲୁଅ ନଦୀରେ ଭାସୁଛି ମୃତଦେହ

ଧର୍ମଶାଳା,୩୦ା୮(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଦେଓଦା ପଞ୍ଚାୟତ ବାସୁଦେବପୁର ଶନି ମନ୍ଦିର ନିକଟ କେଲୁଅ ନଦୀରେ ଏକ ଅଜଣା ଶବ ଭାସୁଥିବା…

ନେପାଳ ବନ୍ୟା: ବଢୁଛି ଜଳସ୍ତର, ସତର୍କ କରାଇଲେ ସରକାର

କାଠମାଣ୍ଡୁ,୩୦।୮: ବୁଧବାର ହୋଇଥିବା ଭୟଙ୍କର ବନ୍ୟା ପରେ ନେପାଳର ପରିସ୍ଥିତି ଗମ୍ଭୀର ରହିଛି। ମଧ୍ୟ ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ୭୩୪ ରେ ପହଞ୍ଚିଛି, ଯେତେବେଳେ…

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri