ଗାତ ଖୋଳି ରଖିଥିଲେ ୧୦ ହଜାର ୮୫୨ କେଜି ଗଞ୍ଜେଇ: ଧରିଲା ପୋଲିସ

ବାଲିଗୁଡ଼ା,୨୧।୨: କନ୍ଧମାଳ ଜିଲା ପୋଲିସ ଶୁକ୍ରବାର ୫ଟି ଥାନା ଅଞ୍ଚଳରେ ଏକ କାଳୀନ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି। ପୋଲିସ ପ୍ରାୟ ୧୦ହଜାର ୮୫୨କେଜିରୁ ଊର୍ଦ୍ଧ୍ୱ ଗଞ୍ଜେଇ ଜବତ କରିବା ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି । ପ୍ରଥମ ଥର ପାଇଁ ପୋଲିସ ଏକ କାଳୀନ ଏତେ ପରିମାଣର ଗଞ୍ଜେଇ ଜବତ କରିଛି।
କନ୍ଧମାଳ ଜିଲାରୁ ଗଞ୍ଜେଇ ଚୋରା ଚାଲାଣ ରୋକିବାକୁ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ନିର୍ଦ୍ଦେଶ ଦେଇଥିଲେ। ନିର୍ଦ୍ଦେଶ ଅନୁଯାୟୀ, କନ୍ଧମାଳ ଏସ୍‌ପି ବି. ସି. ହରିଶଙ୍କ ନେତୃତ୍ୱରେ ଏକ ସ୍ବତନ୍ତ୍ର ଟିମ୍‌ ଗଠନ କରାଯାଇ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଥିଲା।

ଚଢ଼ାଉ ବେଳେ ଗୋଚ୍ଛାପଡ଼ା ଥାନା ଅନ୍ତର୍ଗତ ଦାରୁଗୋଣ୍ଡା ଘାଟି ନିକଟ ଜଙ୍ଗଲରୁ ୬୫୨୦ କେଜି ଗଞ୍ଜେଇ ଜବତ କରାଯାଇଥିବା ବେଳେ ଫିରିଙ୍ଗିଆ ଥାନା ଅଧୀନ କାସିନପଦର ପଞ୍ଚାୟତ ମାଜିପଡ଼ା ଜଙ୍ଗଲରୁ ୧୫୨୦ କେଜି, ଫୁଲବାଣୀ ସଦର ଥାନା ଅନ୍ତର୍ଗତ ସୁଦ୍ରୁଜୁ ପଞ୍ଚାୟତ ମିନିଆକଟି ଜଙ୍ଗଲରୁ ୨୦୫୨କେଜି, ବାଲିଗୁଡ଼ା ଥାନା ଅଧୀନ ଜାକ୍ରିପଦା ଜଙ୍ଗଲରୁ ୬୫୦ କେଜି, ଟିକାବାଲି ଥାନା ଅନ୍ତର୍ଗତ ସୁନାପଙ୍ଗା ଗ୍ରାମ ନିକଟରୁ ୧୧୦କେଜି ଗଞ୍ଜେଇ ଜବତ କରାଯାଇଛି। ସମୁଦାୟ ୧୦,୮୫୨ କେଜି ଗଞ୍ଜେଇ ଜବତ କରାଯାଇଥିବା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ଉପରୋକ୍ତ ସମସ୍ତ ମାମଲାର ତଦନ୍ତ ଜାରି ରହିଛି। ଚୋରା ଚାଲାଣରେ ସମ୍ପୃକ୍ତ ଅନ୍ୟ ଅଭିଯୁକ୍ତମାନଙ୍କୁ ଗିରଫ କରିବାକୁ ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଛି।

ସୂଚନା ଯୋଗ୍ୟ, ନିଶା ବେପାରୀମାନେ ଜଙ୍ଗଲ ମଧ୍ୟରେ ଥିବା ବିଭିନ୍ନ ପରିତ୍ୟକ୍ତ ସ୍ଥାନରେ ଗାତ ଖୋଳି ଏହି ଗଞ୍ଜେଇ ରଖି ଚୋରା ଚାଲାଣ କରୁଛନ୍ତି। ଏହି ସମ୍ପର୍କରେ ସୂଚନା ପାଇ ପୋଲିସ ପକ୍ଷରୁ ଚଢ଼ାଉ କରାଯାଇଥିଲା।

ଉଲ୍ଲେଖଯୋଗ୍ୟ ଯେ, ଗଞ୍ଜେଇ ଚାଷ ବିରୋଧରେ ରାଜ୍ୟ ପୋଲିସ ସ୍ବତନ୍ତ୍ର ଅଭିଯାନ ଜାରି ରଖିଥିବା ବେଳେ ଏହାକୁ ମୂଳପୋଛ କରିବାକୁ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ନିର୍ଦ୍ଦେଶ ଦେଇଛନ୍ତି। ଏହି ସ୍ବତନ୍ତ୍ର ଅଭିଯାନ ଆସନ୍ତା ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ ଏବଂ ଏହି ସମୟସୀମା ମଧ୍ୟରେ ଗଞ୍ଜେଇ ଚାଷର ସମ୍ପୂର୍ଣ୍ଣ ମୂଳୋତ୍ପାଟନ ନିମନ୍ତେ କାର୍ଯ୍ୟ କରିବାକୁ ଡିଜିପି ବରିଷ୍ଠ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri