ନାବାଳିକାଙ୍କ ଅଶ୍ଲୀଳ ଭିଡିଓ ଭାଇରାଲ କରୁଥିଲେ, ବିଜୟଓ୍ବାଡାରୁ ମାଡ଼ିବସିଲା ପୋଲିସ

ପାରାଦୀପ, ୧୩।୮(ଶରତ ରାଉତ):ଜଗତ୍‌ସିଂହପୁର ଜିଲା ପାରାଦୀପ ଲକ୍‌ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କ ଅଶ୍ଳୀଳ ଭିଡିଓ କରି ୫ ଲକ୍ଷ ଦାବି କରିବା ଓ ସାମାଜିକ ଗଣମାଧ୍ୟମରେ ଭାଇରାଲ ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ମଙ୍ଗଳବାର ଜଣେ ଅଭିଯୁକ୍ତଙ୍କୁ ଗିରଫକରି କୋର୍ଟ ଚାଲାଣ କରିଛି। ସେ ହେଲେ କେନ୍ଦ୍ରାପଡା ଥାନା ଅନ୍ତର୍ଗତ ଗରାପୁର ଗ୍ରାମର କାର୍ତ୍ତିକ ଜେନା। ଥାନାରେ ମାମଲା ପରଠୁ ସେ ଫେରାର ଥିଲେ। ଏହାପରେ ପୋଲିସ ତାଙ୍କୁ ଆନ୍ଧ୍ରପ୍ରଦେଶର ବିଜୟଓ୍ବାଡାରୁ ଠାବ କରି ମଙ୍ଗଳବାର ଗିରଫ କରିଛି। ପୋଲିସ ସୂଚନା ଅନୁସାରେ, ସାମାଜିକ ଗଣମାଧ୍ୟମ ଜରିଆରେ ୧୭ ବର୍ଷୀୟା ନାବାଳିକାଙ୍କ ସହ କାର୍ତ୍ତିକଙ୍କ ବନ୍ଧୁତା ହୋଇଥିଲା। ପରବର୍ତ୍ତୀ ସମୟରେ ଉଭୟେ ଏକାଠି ମିଳାମିଶା କରିବା ସହ ବିଭିନ୍ନ ଫଟୋ ଭିଡିଓ କରିଥିଲେ। ମାତ୍ର ପରବର୍ତ୍ତୀ ସମୟରେ କାର୍ତ୍ତିକଙ୍କୁ ସମ୍ପୃକ୍ତା ନାବାଳିକା ଅଣଦେଖା କରିଥିଲେ। ଏନେଇ କାର୍ତ୍ତିକ ସାମାଜିକ ଗଣମାଧ୍ୟମରେ ଏକ ନକଲି ଆଇଡି ଖୋଲି ନାବାଳିକାଙ୍କ ଅଶ୍ଳୀଳ ଫଟୋ ଭିଡିଓ ଭାଇରାଲ କରିଥିଲେ। ଉକ୍ତ ଭିଡିଓ ଭାଇରାଲ କରିବା ପୂର୍ବରୁ ନାବାଳିକା ଓ ତାଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ଦେବାପାଇଁ ଦାବି କରିଥିଲେ। ଅର୍ଥ ମିଳିବାରେ ବିଳମ୍ବ ହେବାରୁ କାର୍ତ୍ତିକ ଫଟୋ ଓ ଭିଡିଓ ଭାଇରାଲ କରିଦେଇଥିଲେ। ଏନେଇ ନାବାଳିକାଙ୍କ ମା’ ଅଗଷ୍ଟ ୮ରେ ଲକ୍‌ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୋଲିସ ମାମଲା (ନଂ. ୨୪୮/୨୫) ରୁଜୁ କରି ତଦନ୍ତ ଜାରି ରଖିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri