Posted inଜାତୀୟ

ରାହୁଲ ସଂସଦ ନେଇ ଆସିଥିବା ଟ୍ରାକ୍ଟର ଜବତ

ନୂଆଦିଲ୍ଲୀ,୨୬।୭: କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ବିରୋଧ କରି କଂଗ୍ରେସ ନେତା ରାହୁଲ ଗାନ୍ଧୀ ସୋମବାର ଟ୍ରାକ୍ଟର ଚଳାଇ ସଂସଦରେ ପହଞ୍ଚିଥିଲେ। ଯାହାକୁ ନେଇ ଦିନତମାମ ରାହୁଲ ଚର୍ଚ୍ଚାରେ ରହିଥିଲେ। ତେବେ ରାହୁଲଙ୍କ ପରେ ଏବେ ଉକ୍ତ ଟ୍ରାକ୍ଟର ଚର୍ଚ୍ଚାର ପରିସରକୁ ଆସିଛି। କାରଣ ଦିଲ୍ଲୀ ପୋଲିସ ଉକ୍ତ ଟ୍ରାକ୍ଟରକୁ ଜବତ କରିଛି। ସବୁଠାରୁ ବଡ଼ କଥା ହେଲା ଉକ୍ତ ଟ୍ରାକ୍ଟରରେ କୌଣସି ନମ୍ବର ପ୍ଲେଟ୍‌ ନ ଥିବା lପୋଲିସ ସୂଚନା ଦେଇଛି। ସୂଚeନାଯୋଗ୍ୟ, ମୌସୁମୀ ଅଧିବେଶନ ଯୋଗୁ ଏହି ଅଞ୍ଚଳରେ ୧୪୪ଧାରା ବଳବତ୍ତର ରହିଛି। ଏଭଳି ସ୍ଥିତିରେ ରାହୁଲ ପୂର୍ବରୁ କୌଣସି ସୂଚନା ନ ଦେଇ ଟ୍ରାକ୍ଟର ଚଳାଇ ସଂସଦରେ ପହଞ୍ଚିଥିଲେ। ରାହୁଲଙ୍କ ସହ ରଣଦୀପ ସୁର୍ଜଓ୍ବୋଲା, ଶ୍ରୀନିବାସ ବି.ଭି., ଦୀପେନ୍ଦ୍ର ହୁଡ୍ଡାଙ୍କ ସମେତ ଅନ୍ୟ ନେତାମାନେ ମଧ୍ୟ ଉକ୍ତ ଟ୍ରାକ୍ଟରରେ ବସିଥିବାର ଦେଖିବାକୁ ମିଳିଥିଲା। ରାହୁଲ ଗାନ୍ଧୀ ସଂସଦ ଭବନ ଭିତରକୁ ପଳାଇଥିବା ବେଳେ ପୋଲିସ କିନ୍ତୁ ସୁର୍ଜଓ୍ବୋଲା ଓ ଶ୍ରୀନିବାସଙ୍କୁ ଗିରଫ କରି ପୁଣି ଛାଡ଼ିଦେଇଥିଲା। ନୂଆଦିଲ୍ଲୀ ଅଞ୍ଚଳରେ ଟ୍ରାକ୍ଟର ଚଳାଇବା ଓ ଆଣିବା ଉପରେ ନିଷେଧାଦେଶ ରହିଛି। ହେଲେ ରାହୁଲ ମୋଟରଯାନ ଆଇନର ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଛି। ତେଣୁ ଆଇନ ଉଲ୍ଲଂଘନ ଅଭିଯୋଗରେ ଉକ୍ତ ଟ୍ରାକ୍ଟରକୁ ଜବତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅମିତ ଶାହାଙ୍କ ବଡ଼ ବୟାନ: ବିରୋଧୀଙ୍କୁ ବି ମିଳିଛି ଇଲେକ୍ଟୋରାଲ ବଣ୍ଡ…

ନୂଆଦିଲ୍ଲୀ,୨୦।୪: ଇଲେକ୍ଟୋରାଲ ବଣ୍ଡକୁ ନେଇ ଦେଶରେ ଉତ୍ତେଜନା ଦେଖାଦେଇଛି। ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କ ଉପରେ କ୍ରମାଗତ ପ୍ରଶ୍ନ ଉଠାଉଛନ୍ତି। ବର୍ତ୍ତମାନ ବିରୋଧୀଙ୍କ ଅଭିଯୋଗକୁ ବିରୋଧ...

‘୪୦୦ ପାର୍‌ ସଙ୍କଳ୍ପ ମୁସ୍କିଲ’, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଭାଜପାର ବରିଷ୍ଠ ନେତା

ନୂଆଦିଲ୍ଲୀ,୨୦।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ କାନପୁର ଲୋକ ସଭା ଆସନରେ ଭୋଟିଂ ଅନୁଷ୍ଠିତ ହେବ, କିନ୍ତୁ...

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

୧୦୨ ଆସନରେ ୬୦% ମତଦାନ

ନୂଆଦିଲ୍ଲୀ,୨୦ା୪(ପି.ଟି.): ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ଶେଷ ସୁଦ୍ଧା...

‘ଦୂରଦର୍ଶନର ଗୈରିକୀକରଣ’

ନୂଆଦିଲ୍ଲୀ,୨୦ା୪: ସରକାରୀ ନ୍ୟୁଜ୍‌ ଚ୍ୟାନେଲ୍‌ ‘ଡିଡି ନ୍ୟୁଜ୍‌’ ଏହାର ନୂଆ ଲୋଗୋ ଉନ୍ମୋଚନ କରିବା ପରେ ଏହାକୁ ନେଇ ସୋସିଆଲ ମିଡିଆରେ ଜୋର୍‌ଦାର ପ୍ରତିକ୍ରିୟା ପ୍ରକାଶ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri