ପୋଲିସ ହାତରେ ଲାଗିଲା ୟୁପିକୁ ଯାଉଥିବା ୩ କୁଇଣ୍ଟାଲ ଗଞ୍ଜେଇ

କୋକସରା,୮।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ପୋଲିସ ୪ ଆନ୍ତଃରାଜ୍ୟ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଥିବା ଜଣେ ଫେରାର ଥିବା ଜଣାପଡ଼ିଛି। ଗିରଫ ୪ଜଣ ଉତ୍ତରପ୍ରଦେଶର ଇଲାହାବାଦ ଅଞ୍ଚଳର। ସେମାନେ ହେଲେ କୂଳଦୀପ ଗୁପ୍ତା(୧୯), ସରୋଜ ସିଂ (୨୪), ରବି ଶଙ୍କର ଚୌହାନ(୨୦), ଅନିଲ କୁମାର ବିନ୍ଦ(୨୪) ଓ ମୁଖ୍ୟ ନଦୀମ ଖାଁ(୨୪) ଫେରାର ହୋଇଥିବା ସୂଚନା ମିଳିଛି। ଏ ନେଇ କୋକସରା ଥାନାରେ ଏକ ମାମଲା (ନଂ.୧୫୯/୨୧) ରୁଜୁ ହୋଇଛି। ସୋମବାର ସମସ୍ତଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ଥାନା ଅଧିକାରୀ ରମଣୀ ରଞ୍ଜନ ଦଳେଇ କହିଛନ୍ତି ।

ଏକ ବିଶ୍ୱସ୍ତସୂତ୍ରରୁ ଖବର ପାଇ କୋକସରା ପୋଲିସ ଶନିବାର ଆମପାଣି-ମୋଟେର ରାସ୍ତାରେ ଛକି ରହିଥିଲା। ସେହି ସମୟରେ ଆମପାଣି ପଟୁ ୨ଟି କାର ଦ୍ରୁତଗତିରେ ଆସୁଥିଲା। ହେଲେ ପୋଲିସକୁ ଦେଖି ଏକ ଧଳା ରଙ୍ଗର କାର (ନଂ.ଓଆର୦୨ଏୟୁ-୨୩୮୩) କୋକସରା ନିକଟସ୍ଥ ଅଲାଗୁଡା ଗ୍ରାମ ନିକଟରେ ଅଟକି ଯାଇଥିଲା। ଗାଡିରେ ଥିବା ସମସ୍ତେ ଫେରାର ହୋଇଯାଇଥିଲେ। ଅନ୍ୟ ଏକ କାର (ନଂ.ଡିଏଲ୪ସିଏୱବ୍ଲୁ-୪୩୧୩)କୁ ପୋଲିସ ଅଲାଗୁଡାରୁ ଜବତ କରିବା ସହ ୨ଜଣଙ୍କୁ ଧରିଥିଲା। ପରବର୍ତ୍ତି ସମୟରେ ପୋଲିସ ଅଟକ ଅଭିଯୁକ୍ତଙ୍କଠାରୁ ତଥ୍ୟ ପାଇ ଫେରାର ଥିବା ଅନ୍ୟ ୨ ଜଣଙ୍କୁ ଧରିଥିଲା। ୨ଟି କାରରୁ ୩ କୁଇଣ୍ଟାଲ ଗଞ୍ଜେଇ ଜବତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…

ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ…

ଆଜି ସମଲେଶ୍ବରୀଙ୍କ ମହାସ୍ନାନ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା…

ଜନଗଣନା ପାଇଁ ପ୍ରସ୍ତୁତି ଜୋରଦାର: ଗଣନାକାରୀ, ପର୍ଯ୍ୟବେକ୍ଷକଙ୍କୁ ତାଲିମ

ଦାରିଙ୍ଗବାଡି, ୧ା୪ (ଅରୁଣ ସାହୁ)କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ୩ ଦିନିଆ ଜନ ଗଣନା-୨୦୨୭ ପାଇଁ ଗଣନାକାରୀ ଓ ପର୍ଯ୍ୟବେକ୍ଷକଙ୍କୁ ନେଇ…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri