ଗଞ୍ଜେଇ ଭର୍ତ୍ତି ବୋଲେରୋ ପିକଅପ୍‌ ଭ୍ୟାନ୍‌କୁ ଧରିଲା ପୋଲିସ

ସୋରଡ଼ା,୧୬।୨: ଗଞ୍ଜାମ ଜିଲା ସୋରଡ଼ା ପୋଲିସକୁ ଗୁରୁବାର ଏକ ସଫଳତା ମିଳିଛି। ପୋଲିସ ଗୋଡ଼ାଇ ଗୋଡ଼ାଇ ଏକ ଗଞ୍ଜେଇ ଭର୍ତ୍ତି ବୋଲେରୋ ପିକଅପ୍‌ ଭ୍ୟାନ୍‌କୁ ଜବତ କରିଛି। ଭ୍ୟାନ୍‌ରେ ୧୪ଟି ବସ୍ତାରେ ୩୫୦ କେଜି ଗଞ୍ଜେଇ ଥିବା ଜଣାପଡିଛି। ଏହାର ଆନୁମାନିକ ମୂଲ୍ୟ ୧୪ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହେବ ବୋଲି ଏକ ଖବରଦାତା ସମ୍ମିଳନୀରେ ଆଇଆଇସି ରମେଶ କୁମାର ପ୍ରଧାନ ଏହି ସୂଚନା ଦେଇଛନ୍ତି। ଏନେଇ ପୋଲିସ ଏକ ମାମଲା(ନଂ.୬୮/୨୦୨୩) ରୁଜୁ କରି ଘଟଣାର ଅଧିକ ତଦନ୍ତ ଚଳାଇଛି।

ମିଳିଥିବା ସୂଚନା ମୁତାବକ, କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରୁ ଏକ ପିକ୍‌ଅପ୍‌ ଭ୍ୟାନ ଯୋଗେ ଗଞ୍ଜେଇ ସୋରଡା ଆସୁଥିବା ଆଇଆଇସିଙ୍କୁ ଖବର ମିଳିଥିଲା। ଏନେଇ ଆଇଆଇସି ପ୍ରଧାନଙ୍କ ନେତୃତ୍ୱରେ ଏକ ପୋଲିସ ଟିମ୍‌ ଢୌଙ୍ଗା ଗ୍ରାମ ନିକଟରେ ଜଗି ରହି ଗାଡ଼ି ଯାଞ୍ଚ କରୁଥିଲା। ସେତିକିବେଳେ ଗଞ୍ଜେଇ ଭର୍ତ୍ତି ଥିବା ବୋଲେରୋ ଗାଡିଟି ପଛକୁ ବୁଲାଇ ଦ୍ରୁତ ଗତିରେ ଫେରାର ହେବାକୁ ଉଦ୍ୟମ କରିଥିଲା। ହେଲେ ପୋଲିସ ଟିମ୍‌ ଗାଡିକୁ ପିଛା କରିଥିଲା। ପ୍ରାୟ ୧୫ କି.ମି ପରେ ଗାଡ଼ି ଡ୍ରାଇଭର ଉପାୟ ନ ପାଇ ବାଟରେ ଗାଡି ରଖି ସହଯୋଗୀଙ୍କ ସହ ଫେରାର ହୋଇଯାଇଥିଲା। ପୋଲିସ ଟିମ୍‌ ଗାଡ଼ି ଯାଞ୍ଚ କରି ଗଞ୍ଜେଇ ଜବତ କରିଥିଲା। ପରେ ପୋଲିସ ଗଞ୍ଜେଇ ଭର୍ତ୍ତି ପିକ୍‌ଅପ୍‌ ଭ୍ୟାନକୁ ଆଣି ଥାନା ପରିସରରେ ରଖିଛି।

 


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri