୩୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ ଚାଉଳ ଜବତ କଲା ପୋଲିସ

ଡୁଙ୍ଗୁରିପାଲି,୧୨ା୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଏଫସିଆଇ ଗେଟ ସମ୍ମୁଖରେ ଥିବା ଏକ ଦୋକାନରେ ସ୍ଥାନୀୟ ପୋଲିସ ଶୁକ୍ରବାର ଚଢାଉ କରି ୩୩ କୁଇଣ୍ଟାଲ ୪୫ କେଜି ଚାଉଳ ଜବତ କରିଛି। ଜବତ ଚାଉଳର ଆନୁମାନିକ ମୂଲ୍ୟ ୧ ଲକ୍ଷରୁ ଊର୍ଦ୍ଧ୍ୱ ହେବ ବୋଲି କୁହାଯାଉଛି। ମିଳିଥିବା ସୂଚନା ଅନୁଯାୟୀ, ପୂର୍ବାହ୍ନ ପ୍ରାୟ ୧୦ଟାରେ ଡୁଙ୍ଗୁରିପାଲି ଥାନା ଅଧିକାରୀ ସତ୍ୟନାରାୟଣ ପଧାନ ଓ ତାଙ୍କ ଟିମ୍‌ କୌଣସି ସୂତ୍ରରୁ ଖବର ପାଇ ଡୁଙ୍ଗୁରିପାଲି ୨୬ ନମ୍ବର ଜାତୀୟ ରାଜପଥ ଏଫସିଆଇ ଗେଟ ସମ୍ମୁଖ ଦୋକାନରେ ଚଢାଉ କରିଥିଲେ। ଦୋକାନ ଭିତରୁ ବେଆଇନ ଭାବେ ଗଚ୍ଛିତ ଥିବା ଚାଉଳ ପୋଲିସ ଜବତ କରି ବ୍ଲକ ଯୋଗାଣ ନିରୀକ୍ଷକ ସୁବ୍ରତ ପାଣିଙ୍କୁ ଖବର ଦେଇଥିଲା। ଯୋଗାଣ ନିରୀକ୍ଷକ ପାଣି ଘଟଣାସ୍ଥଳରେ ପହଞ୍ଚତ୍ ଯାଞ୍ଚ କରିଥିଲେ। ବର୍ତ୍ତମାନ ଡୁଙ୍ଗୁରିପାଲି ବ୍ଲକର ପ୍ରତି ପଞ୍ଚାୟତରେ ରାଶନ କାର୍ଡ ହିତାଧିକାରୀମାନଙ୍କୁ ଭିଟାମିନଯୁକ୍ତ ଚାଉଳ ସରକାରଙ୍କ ତରଫରୁ ବଣ୍ଟନ କରାଯାଉଛି। କିନ୍ତୁ ଜବତ ଚାଉଳ ପଞ୍ଚାୟତରେ ରାଶନକାର୍ଡଧାରୀଙ୍କୁ ଦିଆଯାଉଥିବା ଭିଟାମିନ ଯୁକ୍ତ ଚାଉଳ ନୁହେଁ ବୋଲି ବ୍ଲକ ଯୋଗାଣ ନିରୀକ୍ଷକ ପାଣି କହିଥିବା ଥାନା ଅଧିକାରୀ ପ୍ରକାଶ କରିଛନ୍ତି। ତେବେ ଏତେ ପରିମାଣର ଚାଉଳ ଦେକାନକୁ ଆସିଲା କେମିତି ତାହା ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଚାଉଳ ଓ କିଛି ଖାଲି ଥିବା ବସ୍ତା ପୋଲିସ ଜବତ କରି ଥାନାରେ ରଖିଛି। ଦୋକାନର ମାଲିକ ରଞ୍ଜନ ସ୍ବାଇଁଙ୍କୁ ପୋଲିସ ଥାନାରେ ଅଟକ ରଖି ପଚରାଉଚରା କରୁଛି। ତାଙ୍କ ନାମରେ ନଂ୧୩୫/୨୩ ରେ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଥିବା ଥାନା ଅଧିକାରୀ ପ୍ରଧାନ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri