ବାଘଛାଲ ଜବତ, ୬ ଜଣଙ୍କୁ ବାନ୍ଧିଲା ପୋଲିସ

ଭବାନୀପାଟଣା/କୋକସରା,୬ା୧୨(ଉତ୍ତମ କୁମାର ଦାଶ/ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡିରେ ପୁଣି ବାଘଛାଲ ଜବତ କରି ୬ ଅଭିଯୁକ୍ତଙ୍କୁ ଗିରଫ କରିଛି ବନ ବିଭାଗ। ଛତିଶଗଡ଼ ଉଦନ୍ତି ସୀତାନଦୀ ବ୍ୟାଘ୍ର ଅଭୟାରଣ୍ୟ ଏବଂ କଳାହାଣ୍ଡି ଦକ୍ଷିଣ ବନଖଣ୍ଡ ପକ୍ଷରୁ କଳାହାଣ୍ଡି ନବରଙ୍ଗପୁର ସୀମାନ୍ତ ଆମପାଣି ଘାଟିଠାରେ ଡିଲ୍‌ ବେଳେ ଅତର୍କିତ ଚଢ଼ାଉ କରିଥିଲେ ଉଭୟ ଛତିଶଗଡ଼ ଓ କଳାହାଣ୍ଡି ବନ ବିଭାଗ। ଘଟଣାସ୍ଥଳରେ ଏକ କରଲାପତରିଆ ବାଘଛାଲ ଜବତ ହେବା ସହ ୫ ଜଣଙ୍କୁ ଅଟକ ରଖିଥିଲା ବନ ବିଭାଗ । ତେବେ ଅଟକ ବ୍ୟକ୍ତିମାନଙ୍କ ସୂଚନା ଆଧାରରେ ଜୟପାଟଣା ଫରେଷ୍ଟ ରେଞ୍ଜର ଚଞ୍ଚରାଗୁଡା ଗ୍ରାମର ବାଘ ଶିକାରୀ ରିଷି ମାଝିଙ୍କ ଘରେ ପୁଣି ଚଢ଼ାଉ କରିଥିଲେ। ଏଠାରେ ଶିକାରରେ ବ୍ୟବହାର ହୋଇଥିବା ଏକ ଦେଶୀ ବନ୍ଧୁକ, ଲୁହା ପଞ୍ଜା, ଭାଲୁ ହାଡ଼ ସମେତ , ଅଜଗର ସାପର ଛାଲ, ଶିକାରରେ ବ୍ୟବହୃତ ହେଉଥିବା ବିଭିନ୍ନ ମାରଣାସ୍ତ୍ର ଜବତ କରାଯାଇଥିଲା। ପରେ ଅଭିଯୁକ୍ତ ରିଷିଙ୍କୁ ଧରି ବନ ବିଭାଗ ଶିକାର ସ୍ଥଳକୁ ଯାଇ ସବୁ ପ୍ରମାଣ ସଂଗ୍ରହ କରିଥିଲା। ବୁଧବାର ନବରଙ୍ଗପୁର ଜିଲାର ଗଣେଶ ଗଉଡ଼, ଲକ୍ଷ୍ମଣ ଗଉଡ଼, ନବ ନାୟକ ଓ କଳାହାଣ୍ଡି ଜିଲାର ନବ ମାଝି, ଧୋବା ମାଝି ଓ ଶିକାରୀ ରିଷି ମାଝିଙ୍କ ସମେତ ୬ ଜଣ ଅଭିଯୁକ୍ତଙ୍କୁ କୋକସରା କୋର୍ଟକୁ ନିଆଯାଇଥିଲା। ଏନେଇ ଉତ୍ତର ବନଖଣ୍ଡ ଏସିଏଫ୍‌ ଏସିଏଫ୍‌ ବିମଲ ପ୍ରକାଶଙ୍କୁ ପଚାରିବାରୁ ମୁଖ୍ୟ ଅଭିଯୁକ୍ତ ଜୟପାଟଣା ଥାନା ଚଞ୍ଚରାଗୁଡ଼ା ଗ୍ରାମର ଋଷି ମାଝି ହୋଇଥିବା ବେଳେ ତାଙ୍କ ଘରୁ ଅଜଗର ସାପର ଛାଲ, ବାଘମାରିବା ପାଇଁ ବ୍ୟବହୃତ ବିଭିନ୍ନ ସାମଗ୍ରୀ ମଧ୍ୟ ଜବତ କରିଥିବା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୟ ଜଗନ୍ନାଥ ଶୁଣି ବିଗିଡ଼ି ଗଲେ କଂସ ମହାରାଜ: ଆଉ ତା’ପରେ ଘଟିଲା…

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। ଏଠାରେ ମଥୁରା ଅଛି, ଗୋପପୁର ମଧ୍ୟ ରହିଛି। ସେହିପରି ଯମୁନା...

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri