ପୋଲିସ ସେବା ପୁରସ୍କାର-୨୦୨୬ ଘୋଷଣା: ଓଡ଼ିଶାର ସଞ୍ଜୀବ ପଣ୍ଡା, ସ୍ମୀତାରାଣୀ ମହାନ୍ତିଙ୍କୁ ରାଷ୍ଟ୍ରପତି ପଦକ

ଭୁବନେଶ୍ୱର,୧୪ା୮(ତ୍ରିନାଥ ମହାନ୍ତି): ସ୍ବାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶା ସମେତ ଦେଶର ଅନ୍ୟାନ୍ୟ ରାଜ୍ୟ, କେନ୍ଦ୍ର ଶାସିତ ଅଞ୍ଚଳ ଏବଂ ବିଭିନ୍ନ କେନ୍ଦ୍ରୀୟ ଫୋର୍ସ ଲାଗି ପୋଲିସ ସେବା ପୁରସ୍କାର ଓ ପଦକ ଘୋଷଣା କରାଯାଇଛି। ଦେଶରେ ପୋଲିସ ସେବା ବର୍ଗରେ ମୋଟ ୯୬୧ଜଣ ପଦକ ପାଇବାକୁ ମନୋନୀତ ହୋଇଥିବାବେଳେ ଓଡ଼ିଶାର ୧୭ ପୋଲିସ ଅଧିକାରୀ ଏବଂ କର୍ମଚାରୀ ରହିଛନ୍ତି। ଏମାନଙ୍କ ମଧ୍ୟରେ ସାହସିକତା ପାଇଁ ୫ଜଣଙ୍କୁ ‘ପୋଲିସ ପଦକ’, ଉଲ୍ଲେଖନୀୟ ସେବା ପାଇଁ ୨ ଜଣଙ୍କୁ ‘ରାଷ୍ଟ୍ରପତି ପୋଲିସ ପଦକ’ ଏବଂ ପ୍ରଶଂସନୀୟ ସେବା କାର୍ଯ୍ୟ ପାଇଁ ୧୦ ଜଣଙ୍କୁ ‘ପୋଲିସ ପଦକ’ରେ ସମ୍ମାନିତ କରାଯିବ।

ସବ୍‌ଇନ୍ସପେକ୍ଟର ମନ୍ମଥ କୁମାର ମହାପାତ୍ର, ହାବିଲଦାର ନିରାକାର ଭୁଏ, କମାଣ୍ଡୋ ସନ୍ତୋଷ ଗୁରୁଙ୍ଗ, ସୁମନ ପୁନ ଓ ସୁରେଶ ଚନ୍ଦ୍ର ପୁତା ‘ପୋଲିସ ପଦକ’ ପାଇବେ। ସେହିପରି ‘ରାଷ୍ଟ୍ରପତି ପୋଲିସ ପଦକ’ ପାଇବାକୁ ଆଇପିଏସ୍‌ ଅଫିସର ସଞ୍ଜୀବ ପଣ୍ଡା ଓ ଡିଏସ୍‌ପି ସ୍ମିତାରାଣୀ ମହାନ୍ତିଙ୍କ ନାମ ଘୋଷଣା କରାଯାଇଛି। ପ୍ରଶଂସନୀୟ ସେବା କାର୍ଯ୍ୟ ପାଇଁ ପୋଲିସ ପଦକ ପାଇବାକୁ ମନୋନୀତ ୧୦ ଜଣ ହେଲେ ଡିଏସ୍‌ପି ମନୋରଞ୍ଜନ ପାଇକରାୟ, ସୁରେଶ କୁମାର ବଳ, ଇନ୍ସପେକ୍ଟର ଗୀତାଞ୍ଜଳି ପଣ୍ଡା, ଡେପୁଟି କମାଣ୍ଡାଣ୍ଟ ଭବେଶ କୁମାର ନାୟକ, ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ପରେଶ କୁମାର ମିନତୀ ନନ୍ଦନ ପତି, କନ୍‌ଷ୍ଟେବଲ ଶ୍ୟାମଳି ବିଶ୍ୱାସ, ସବ୍‌ଇନ୍ସପେକ୍ଟର ବରୁଣ କୁମାର ନାୟକ, ହାବିଲଦାର ସୁବାସ ଚନ୍ଦ୍ର ତ୍ରିନାଥ ଗୌଡ, କନ୍‌ଷ୍ଟେବଲ ମୁସ୍ତାକ ଅଲ୍ଲି ଖାନ୍‌ ଓ ହାବିଲଦାର ପ୍ରଶାନ୍ତ କୁମାର ବିଶ୍ବାଳ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

ବରାଳ ବାଲୁଙ୍କେଶ୍ୱର ମନ୍ଦିର ବିକାଶ ପାଇଁ ୮୫ ଲକ୍ଷ ଟଙ୍କା ମଞ୍ଜୁର

ସାକ୍ଷୀଗୋପାଳ,୧୪ା୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକର ବରାଳ ଗ୍ରାମର ପୁରାଣ ପ୍ରସିଦ୍ଧ ବାଲୁଙ୍କେଶ୍ୱର ଦେବ ମନ୍ଦିରକୁ ଦିନକୁ ଦିନ ଶ୍ରଦ୍ଧାଳୁମାନଙ୍କ ସମାଗମ ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri