Posted inଖେଳ

ପୋଲିସ୍‌ ଶିଲ୍ଡ: ଅର୍ଜୁନ ତେନ୍ଦୁଲକରଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ

ମୁମ୍ବାଇ,୧୫।୨(ପି.ଟି.): ମୁମ୍ବାଇ କ୍ରିକେଟ ଆସୋସିଏଶନ (ଏମ୍‌ସିଏ) ଆନୁକୂଲ୍ୟରେ ଏଠାରେ ଚାଲିଥିବା ୭୩ତମ ପୋଲିସ ଆମନ୍ତ୍ରଣୀୟ ଶିଲ୍ଡ କ୍ରିକେଟ ଟୁର୍ନାମେଣ୍ଟରେ ରବିବାର ଖେଳାଯାଇଥିବା ଦ୍ୱିତୀୟ ରାଉଣ୍ଡ ଗ୍ରୁପ୍‌ ଏ’ ମ୍ୟାଚ୍‌ରେ କ୍ରିକେଟ ଆଇକନ ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ଉଭୟ ବ୍ୟାଟ ଓ ବଲ୍‌ରେ ଦମ୍‌ଦାର ପ୍ରଦର୍ଶନ କରି ନିଜ ଦଳ ଏମ୍‌ଆଇଜି କ୍ରିକେଟ କ୍ଲବକୁ ବିଜୟୀ କରାଇଛନ୍ତି। ଏହି ମ୍ୟାଚ୍‌ରେ ଏମ୍‌ଆଇଜି ୧୯୪ ରନରେ ଇସ୍‌ଲାମ ଜିମ୍‌ଖାନ୍ନାକୁ ପରାସ୍ତ କରିଛି। ଅର୍ଜୁନ ଏହି ମ୍ୟାଚ୍‌ରେ ୩୧ ବଲରୁ ଦ୍ରୁତ ଅପରାଜିତ ୭୭ ରନ କରିବା ସହ ୪୧ ରନ ଦେଇ ମୂଲ୍ୟବାନ ୩ ଉଇକେଟ ଅକ୍ତିଆର କରିଥିଲେ।
୨୧ ବର୍ଷୀୟ ଅର୍ଜୁନ ତାଙ୍କ ଇନିଂସରେ ୫ଟି ଚୌକା ଓ ୮ଟି ଛକା ମାରିଥିଲେ। ଅଫ୍‌ ସ୍ପିନର ହସିର ଦାଫେଦାରଙ୍କ ଗୋଟିଏ ଓଭରରେ ସେ ୫ଟି ଛକା ମାରି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଏମ୍‌ଆଇଜି ପ୍ରଥମେ ବ୍ୟାଟିଂ କରି ୪୫ ଓଭରରେ ୭ ଉଇକେଟ ହରାଇ ୩୮୫ ରନ ସଂଗ୍ରହ କରିଥିଲା। ଜବାବରେ ଜିମ୍‌ଖାନା ୪୧.୫ ଓଭରରେ ୧୯୧ ରନ କରି ଅଲଆଉଟ ହୋଇଥିଲା। ବୋଲିଂରେ ବିଜୟୀ ଦଳ ତରଫରୁ ଅଙ୍କୁଶ ଜୟସ୍ବାଲ, ଶ୍ରେୟାସ ଗୌରବ ଓ ଅର୍ଜୁନ ୩ଟି ଲେଖାଏ ଉଇକେଟ ଅକ୍ତିଆର କରିଥିଲେ। କିଛି ଦିନ ତଳେ ଅର୍ଜୁନ ମୁମ୍ବାଇ ତରଫରୁ ସୟଦ ମୁସ୍ତାକ ଅଲି ଟ୍ରଫିରେ ପଦାର୍ପଣ କରିଥିଲେ। ସେ ମଧ୍ୟ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ପରବର୍ତ୍ତୀ ସଂସ୍କରଣ ପାଇଁ ଆୟୋଜନ ହେବାକୁ ଥିବା ଖେଳାଳି ନିଲାମ ତାଲିକାରେ ସ୍ଥାନ ପାଇଛନ୍ତି। ଚେନ୍ନାଇରେ ଆସନ୍ତା ୧୮ ତାରିଖରେ ନିଲାମ ଆୟୋଜନ ହେବ। ପୂର୍ବରୁ ମଧ୍ୟ ଅର୍ଜୁନ ଭାରତୀୟ ଜାତୀୟ ଦଳ ପାଇଁ ନେଟ୍ସରେ ବୋଲିଂ କରିବାର ସୁଯୋଗ ପାଇଥିଲେ। ସେ ୧୯ ବର୍ଷରୁ କମ୍‌ ଦଳ ସହ ଶ୍ରୀଲଙ୍କା ଗସ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହାତଛଡ଼ା ହେଲା ସ୍ବର୍ଣ୍ଣ, ରୌପ୍ୟ ପାଇଲେ ଅଜୟ

ଗ୍ଲାସ୍‌ଗୋ,୨୮ା୭: ଭାରତର ଉଦୀୟମାନ ଭାରୋତ୍ତୋଳକ ଭେଲୁରି ଅଜୟ ବାବୁ ମଙ୍ଗଳବାର ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଛନ୍ତି। ସେ ପୁରୁଷ ୭୯ କେଜି କାଟେଗୋରୀରେ ଏହି…

ଅଚାନକ ଭାରତୀୟ କୋଚ୍‌ ଦେଲେ ଇସ୍ତଫା: କ୍ରିକେଟ ଜଗତରେ ହଇଚଇ, ଏମିତି ନିଷ୍ପତ୍ତି ନେଇ…

ମୁମ୍ବାଇ,୨୮।୭: ଅଚାନକ ଟିମ ଇଣ୍ଡିଆର ସହକାରୀ କୋଚ୍‌ ରୟାନ ଟେନ ଡୋଶେଟ (Ryan ten Doeschate) ନିଜ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ୟୁକେ (UK) ଗସ୍ତରେ…

ଅଧିନାୟକ ବଦଳରେ ଅଧିନାୟକ… ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସକୁ ସବୁଠାରୁ ବଡ଼ ପ୍ରସ୍ତାବ ଦେଇଛି ଦିଲ୍ଲୀ କ୍ୟାପିଟାଲ୍ସ

ନୂଆଦିଲ୍ଲୀ,୨୮।୭: ପାଞ୍ଚଥରର IPL ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଆଗାମୀ ସିଜିନ ପୂର୍ବରୁ ସେମାନଙ୍କର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ Trade କରିବାକୁ ମନସ୍ଥ କରିସାରିଛି। ଅନେକ ଦଳ ହାର୍ଦ୍ଦିକଙ୍କ…

କିଏ ଏହି ସାରାଂଶ ଜୈନ? ପ୍ରଥମ ଥର ପାଇଁ ଭାରତୀୟ ଟେଷ୍ଟ ଦଳରେ ମିଳିଲା ସୁଯୋଗ

ନୂଆଦିଲ୍ଲୀ, ୨୮।୭: ଶ୍ରୀଲଙ୍କା ବିରୋଧରେ ଆଗାମୀ ଅଗଷ୍ଟ ୧୫ରୁ ଆରମ୍ଭ ହେବାକୁ ଯାଉଥିବା ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି।…

ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ମ୍ୟାଚ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା: ଜାଣନ୍ତୁ କିଏ ଗଲେ, କିଏ ଆସିଲେ…

ନୂଆଦିଲ୍ଲୀ, ୨୮।୭: ଅଗଷ୍ଟ ମାସରେ ଭାରତୀୟ ଦଳ ଶ୍ରୀଲଙ୍କା ଗସ୍ତରେ ଯାଇ ୨ଟି ଟେଷ୍ଟ ମ୍ୟାଚ ସିରିଜ ଖେଳିବ। ଏହି ସିରିଜ ପାଇଁ ବିସିସିଆଇ (BCCI) ମଙ୍ଗଳବାର…

ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ କିଣିଲେ ବିରୁଷ୍କା: ଦାମ୍‌ ଜାଣିଲେ ଉଡ଼ିଯିବ ହୋଶ୍‌

ମୁମ୍ବାଇ,୨୭।୭:ଭାରତୀୟ କ୍ରିକେଟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ଏହି ଦମ୍ପତି ମୁମ୍ବାଇର ଭର୍ସୋଭା ଅଞ୍ଚଳରେ ୧୯.୨୯…

ଏହି ଅଭିନେତ୍ରୀଙ୍କ ପ୍ରେମରେ ବୋଲ୍ଡ ହେଲେ ଅର୍ଶଦୀପ ସିଂ

ଭାରତୀୟ କ୍ରିକେଟ ଦଳର ଦ୍ରୁତ ବୋଲର ଅର୍ଶଦୀପ ସିଂହ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ଅର୍ଶଦୀପ ଇନଷ୍ଟାଗ୍ରାମରେ ମଡେଲ ତଥା ଅଭିନେତ୍ରୀ…

ପ୍ଲେୟାର ଅଫ ଦି ସିରିଜ ଜିତିବା ସତ୍ତ୍ୱେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଚେତାବନୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୭।୭: ଜିମ୍ବାୱେ ବିପକ୍ଷରେ T20 ସିରିଜରେ ଚମତ୍କାର ପ୍ରଦର୍ଶନ ପରେ ବୈଭବ ସୂର୍ଯ୍ୟବଂଶୀ ‘ପ୍ଲେୟାର ଅଫ ଦି ସିରିଜ’ ପୁରସ୍କାର ଜିତିଥିଲେ। ଏହି ଚମତ୍କାର ପ୍ରଦର୍ଶନ ସତ୍ତ୍ୱେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri