ଆନ୍ଧ୍ରର ଅନୁପ୍ରବେଶ: ମାଗଣା ସ୍ବାସ୍ଥ୍ୟ ଶିବିର ବନ୍ଦ କଲା ପୋଲିସ

ପଟ୍ଟାଙ୍ଗି,୮।୫(ଶରତ ଧଳ): ସାରା ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନକୁ ନେଇ ସମସ୍ତ ସରକାରୀ ଅଧିକାରୀ ନିଜ ନିଜର କାର୍ଯ୍ୟରେ ବ୍ୟସ୍ତ ଅଛନ୍ତି। ଏହାର ସୁଯୋଗ ଉଠାଇ ପଡୋଶୀ ଆନ୍ଧ୍ର ରାଜ୍ୟର ଏକ ଘରୋଇ ସ୍ବାସ୍ଥ୍ୟ ବିଭାଗର କର୍ମଚାରୀ ଓଡିଶା ଭିତରେ ଅନୁପ୍ରବେଶ କରି ମାଗଣା ସ୍ବାସ୍ଥ୍ୟ ଶିବିର କାର୍ଯ୍ୟକ୍ରମ କରିଛନ୍ତି। ଏହାକୁ ନେଇ ଦେଖାଦେଇଛି ବିବାଦ। ଏହିପରି ଘଟଣା ଏବେ କୋରାପୁଟ ଜିଲାର ପଟ୍ଟାଙ୍ଗି ବ୍ଲକ ଅଧୀନସ୍ଥ ସୁଙ୍କି ପଞ୍ଚାୟତର ଲାଉଡି ଗ୍ରାମ କ୍ଷେତ୍ରରେ ଦେଖିବାକୁ ମିଳିଛି।
ସୂଚନା ମୁତାବକ, ପଡୋଶୀ ଆନ୍ଧ୍ର ରାଜ୍ୟ ପଟ୍ଟାଙ୍ଗି ବ୍ଲକର କୋଟିଆ ପଞ୍ଚାୟତକୁ ବାରମ୍ବାର ଅନୁପ୍ରବେଶ ଜାରି ରଖି ନିଜର ବିଭିନ୍ନ ସରକାରୀ ଯୋଜନାକୁ ପଞ୍ଚାୟତବାସୀଙ୍କ ନିକଟରେ ପହଞ୍ଚାଇ ଲୋଭ ଦେଖାଉଛି। ବର୍ତ୍ତମାନ ଉକ୍ତ ପଞ୍ଚାୟତକୁ ଛାଡ଼ି ଓଡିଶାର ତଥା ଉକ୍ତ ବ୍ଲକର ଅନ୍ୟତମ
ପଞ୍ଚାୟତ ସୁଙ୍କିର ଲାଉଡି ଗ୍ରାମରେ ଆନ୍ଧ୍ର ରାଜ୍ୟର ଏକ ନିର୍ଦ୍ଦିଷ୍ଟ ଘରୋଇ ସ୍ବାସ୍ଥ୍ୟକେନ୍ଦ୍ରର କର୍ମଚାରୀ ଏକ ଓମିନି ଆମ୍ବୁଲାନ୍ସ (ନଂ AP39NP 3546) ଯୋଗେ ପହଞ୍ଚି ଉକ୍ତ ଗ୍ରାମରେ ରହିଥିବା ଓଡିଶାର ସରକାରୀ ଗୃହ ଯଥା ସାଂସ୍କୃତିକ କେନ୍ଦ୍ର ଗୃହରେ ମାଗଣା ସ୍ବାସ୍ଥ୍ୟଶିବିର ଆୟୋଜନ କରି ଲୋକଙ୍କୁ ଚିକିତ୍ସା କରି ଔଷଧ ପ୍ରଦାନ କରୁଥିବା କାର୍ଯ୍ୟକ୍ରମ ସମ୍ପର୍କରେ ଖବର ପାଇ ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁକାନ୍ତ କୁମାର ପଟ୍ଟନାୟକ, ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଡାକ୍ତର ଭାଗବତ ମୁର୍ମୁ, ସୁଙ୍କି ସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମିଗ୍ରେନ୍ଦ୍ର ନାଥ ହେମ୍ରମ ଏବଂ ସୁଙ୍କି ପୋଲିସ ପ୍ରମୁଖ ପହଞ୍ଚି ଆୟୋଜକମାନଙ୍କୁ ସ୍ବାସ୍ଥ୍ୟ ଶିବିର ସମ୍ପର୍କରେ ପଚରାଉଚରା କରି ଉକ୍ତ ଶିବିରକୁ ବନ୍ଦ କରି ସମସ୍ତ କର୍ମଚାରୀ ଏବଂ ଉପରୋକ୍ତ ଆମ୍ବୁଲାନ୍ସକୁ ଥାନାରେ ଅଟକ ରଖି ତଦନ୍ତ ଆରମ୍ଭ କରିଛି।
ଅନ୍ୟପକ୍ଷରେ ଓଡିଶା ଭିତରେ ଆନ୍ଧ୍ର ଅନୁପ୍ରବେଶ କରି କିପରି ସ୍ବାସ୍ଥ୍ୟ ଶିବିର ଆୟୋଜନ କରି ଲୋକଙ୍କୁ ଚିକିତ୍ସା କରୁଥିଲା ଏବଂ ଏହିପରି କାର୍ଯ୍ୟକ୍ରମ କରିବା ପାଇଁ କିଏ ଅନୁମତି ଦେଇଥିଲା ଏହାକୁ ନେଇ ବର୍ତ୍ତମାନ ଅନେକ ପ୍ରଶ୍ନ ସୃଷ୍ଟି କରୁଥିବା ସହ ଏହା ପ୍ରତି ଦୃଷ୍ଟି ଦେଇ ତଦନ୍ତ କରି ଅନୁମତି ପ୍ରଦାନ କରିଥିବା ବ୍ୟକ୍ତି ବିଶେଷଙ୍କ ଉପରେ କଡ଼ାକଡ଼ି କାର୍ଯ୍ୟାନୁଷ୍ଠାନ ହେବା ଉଚିତ ବୋଲି ଜିଲାପରିଷଦ ସଭ୍ୟ ଲଇଚନ ଖରା ମତ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

ଗଭୀର ଅବପାତ: ଗଞ୍ଜାମରେ ପ୍ରଶାସନର ହାଇ-ଆଲର୍ଟ, ୨୧୬ ଜଣ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର

ଛତ୍ରପୁର, ୨୨।୯(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ଗଭୀର ଅବପାତ ଓ ପ୍ରବଳ ବର୍ଷା ଜନିତ ବିପର୍ଯ୍ୟୟର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

ପୋଷଣ ସହ ବଢ଼ିବ ମନୋବଳ: ଗୁଡ଼ାରିରେ ଯକ୍ଷ୍ମା ଆକ୍ରାନ୍ତଙ୍କୁ ପୋଷଣ ଖାଦ୍ୟ ବାସ୍କେଟ ବଣ୍ଟନ, ଏମ୍‌ସିଏଲ୍‌ର ପ୍ରଶଂସନୀୟ…

ଗୁଡ଼ାରି, ୨୨।୯(ପ୍ରମୋଦ କୁମାର ପତି): ‘ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ରାୟଗଡ଼ା ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କ ତତ୍ତ୍ୱାବଧାନରେ ଗୁଡ଼ାରି ବ୍ଲକରେ ଚିହ୍ନଟ ହୋଇଥିବା ୫୧…

ହାଟଡିହୀର ଦୀପ୍ତିମୟୀଙ୍କୁ ବଡ଼ ଦାୟିତ୍ୱ: କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି; ଛୁଟୁଛି ଶୁଭେଚ୍ଛାର…

ହାଟଡିହୀ,୨୨।୯(ଶୁଭକାନ୍ତ ନାୟକ): ଭାରତୀୟ ଜନତା ପାର୍ଟିର କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି ଭାବେ ହାଟଡିହୀ ବ୍ଲକ ବଞ୍ଚୋ ଗ୍ରାମର ଦୀପ୍ତିମୟୀ ଖୁଣ୍ଟିଆଙ୍କୁ ମନୋନୀତ କରାଯାଇଛି। ଭାଜପା…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?