ପୋଲିସ SI ପରୀକ୍ଷା ଜାଲିଆତି: ବାଲେଶ୍ୱରରୁ ଆଉ ଜଣେ ଅଭିଯୁକ୍ତ ଗିରଫ

ବାଲେଶ୍ୱର,୬ା୧୦(ବାଞ୍ଛାନିଧି ଦେ): ବହୁଚର୍ଚ୍ଚିତ ପୋଲିସ ଏସ୍‌ଆଇ ପରୀକ୍ଷା ନିଯୁକ୍ତି ଜାଲିଆତି ଘଟଣାରେ କ୍ରାଇମବ୍ରାଞ୍ଚ ପକ୍ଷରୁ ତନାଘନା ଜାରି ରହିଛି। ତଦନ୍ତ ଯେତେ ଆଗକୁ ଯାଉଛି, ରହସ୍ୟ ସେତେ ପଦାକୁ ଆସୁଛି। ରାକେଟ୍‌ର ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି ଫେରାର ଥିବାବେଳେ ତାଙ୍କର ସବୁ ଲିଙ୍କ୍‌ ଓ କେଳେଙ୍କାରୀର ପର୍ଦ୍ଦାଫାଶ କରିବାକୁ କ୍ରାଇମବ୍ରାଞ୍ଚ ଛାନ୍‌ଭିନ୍‌ ଚଳାଇଛି। ଏସଆଇ ପରୀକ୍ଷା ଜାଲିଆତିରେ ବାଲେଶ୍ୱରରୁ ଆଉ ଜଣଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ l ଗିରଫ ଅଭିଯୁକ୍ତ ହେଲେ ସଦର ବ୍ଲକ ଚାନ୍ଦିପୁର ଥାନା ତପସ୍ବୀ ଗ୍ରାମର ଯୁବକ ଚନ୍ଦନ ମଲ୍ଲିକ। ସେ ଜଣେ ଯୁବନେତା ଓ ସମାଜସେବୀ ଭାବେ ନିଜର ପରିଚୟ ସୃଷ୍ଟି କରିଛନ୍ତି। ରବିବାର ବିଳମ୍ବିତ ରାତିରେ ଚଢ଼ାଉ କରି କ୍ରାଇମବ୍ରାଞ୍ଚର ଏକ ଟିମ୍‌ ତାଙ୍କୁ ଗିରଫ କରି ପଚରାଉଚରା ଜାରି ରଖିଛି। ଏହି ଘଟଣାରେ କ୍ରାଇମବ୍ରାଞ୍ଚ ରବିବାର ବାଲେଶ୍ୱର ଜିଲା ସିଂଲା ଥାନା ଅନ୍ତର୍ଗତ ନାବରା ଗ୍ରାମର ଅରବିନ୍ଦ ଦାସଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଅରବିନ୍ଦ ମାଷ୍ଟରମାଇଣ୍ଡ ଶଙ୍କରଙ୍କର ସହଯୋଗୀ ତଥା ପଞ୍ଚମ ମଧ୍ୟସ୍ଥ ବୋଲି କୁହାଯାଉଛି l


Enter your email to get our daily news in your inbox.

All Right Reserved By Dharitri.Com

ବାୟୁସେନା ବିମାନ ବି-୫୨ ଦୁର୍ଘଟଣାଗ୍ରସ୍ତ, ୮ ସେନା କର୍ମଚାରୀ ମୃତ

ଓ୍ବାଶିଂଟନ,୧୬।୬: ଆମେରିକାର କାଲିଫର୍ନିଆରେ ଏକ ବଡ଼ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏକ ଆମେରିକୀୟ ବାୟୁସେନା B-52 ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ବିମାନରେ ରହିଥିବା…

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri