ଭୁବନେଶ୍ୱର,୩୦।୯: ପୋଲିସ SI ପରୀକ୍ଷା ସ୍ଥଗିତ ଘୋଷଣା। ଅକ୍ଟୋବର ୫ ଓ ୬ରେ ହେବାକୁ ଥିବା ଲିଖିତ ପରୀକ୍ଷା ସ୍ଥଗିତ ରଖାଯାଇଥିବା ନେଇ ସୂଚନା ମିଳିଛି। ଅପ୍ରତ୍ୟାଶିତ ଘଟଣାକ୍ରମକୁ ନେଇ ପରୀକ୍ଷା ସ୍ଥଗିତ ନିଷ୍ପତ୍ତି ହୋଇଛି। ଏନେଇ ମଙ୍ଗଳବାର OPRB ଅଧ୍ୟକ୍ଷଙ୍କ ପକ୍ଷରୁ ସୂଚନା ଜାରି କରାଯାଇଛି। ତେବେ ସାନି ପରୀକ୍ଷା ତାରିଖ ଶୀଘ୍ର ଘୋଷଣା ନେଇ କୁହାଯାଇଛି।
ଅକ୍ଟୋବର ୫ ଓ ୬ ତାରିଖରେ ସବୁ ଜିଲାରେ ପୋଲିସ SI ପରୀକ୍ଷା ହେବାକୁ ଥିଲା। ସ୍ବଚ୍ଛତାର ସହ ପରୀକ୍ଷାକୁ ନେଇ ହେଲ୍ପ ଲାଇନ ନମ୍ବର ଜାରି କରିଥିଲା ଓଡ଼ିଶା ପୋଲିସ ରିକ୍ରୁଟମେଣ୍ଟ ବୋର୍ଡ। OPRB ପକ୍ଷରୁ କୁହାଯାଇଥିଲା କି, ଲାଞ୍ଚ ଦେବା ଓ ନେବାରେ ସଂପୃକ୍ତ ହେଲେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ। ଆନ୍ଧ୍ର ଶ୍ରୀକାକୁଲମରେ ଶତାଧିକ SI ପରୀକ୍ଷା ଆଶାୟୀଙ୍କୁ ଧରିଥିଲା ପୋଲିସ। SI ପରୀକ୍ଷା ପୂର୍ବରୁ ଜାଲିଆତି ପାଇଁ ହାଇଦ୍ରାବାଦ ଯାଉଥିବା ବେଳେ ଧରାପଡ଼ିଥିଲେ।


