ପୋଲିସ SI ଜାଲିଆତି ମାମଲା: ଅରବିନ୍ଦଙ୍କୁ ମାରାଥନ ଜେରା

ଭୁବନେଶ୍ୱର,୨।୧୨: ପୋଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି ମାମଲାର ଅଭିଯୁକ୍ତ ଅରବିନ୍ଦ ଦାସଙ୍କୁ ସିବିଆଇ ୨ଦିନିଆ ରିମାଣ୍ଡରେ ଆଣିଛି। ମଙ୍ଗଳବାର ସିବିଆଇ ଅଧିକାରୀମାନେ ଅଭିଯୁକ୍ତ ଅରବିନ୍ଦଙ୍କୁ ମାରାଥନ ଜେରା କରିଛନ୍ତି। ଜେରା ବେଳେ ସିବିଆଇ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ପାଇଥିବା ସୂଚନା ମିଳିଛି। ଏପରିକି ପୋଲିସ SI ଜାଲିଆତି ମାମଲାରେ ରାଜ୍ୟ ବାହାରର ଲିଙ୍କ ଥିବା ସିବିଆଇ ବଡ଼ ପ୍ରମାଣ ପାଇଛି।

ସୂଚନା ଯୋଗ୍ୟ ସିବିଆଇ ଅରବିନ୍ଦଙ୍କୁ ୩ଦିନିଆ ରିମାଣ୍ଡରେ ନେବା ପାଇଁ କୋର୍ଟରେ ଆବେଦନ କରିଥିଲା। ହେଲେ କୋର୍ଟ ୨ଦିନିଆ ରିମାଣ୍ଡରେ ନେବାକୁ ଅନୁମତି ଦେଇଥିଲେ।

ଏସ୍‌ଆଇ ପରୀକ୍ଷା ଜାଲିଆତି ମାମଲାର ମାଷ୍ଟରମାଇଣ୍ଡ କୁହାଯାଉଥିବା ଶଙ୍କର ପୃଷ୍ଟିଙ୍କ ପ୍ରମୁଖ ସହଯୋଗ ଅରବିନ୍ଦ। ସେ ବିଭିନ୍ନ କୋଚିଂ ସେଣ୍ଟର ସହ ଲିଙ୍କ୍‌ ରଖିଥିଲେ। ସେ କୋଚିଂ ସେଣ୍ଟର ବୁଲି ଚାକିରି ପାଇଁ ପିଲା ଯୋଗାଡ଼ କରୁଥିଲେ। ପିଲା ଠିକ୍‌ ହେବା ପରେ ସେମାନଙ୍କୁ ନେଇ ଶଙ୍କରଙ୍କ ପାଖକୁ ଯାଉଥିଲେ। ଶଙ୍କର ଡିଲ୍‌ କରିବା ସହ ଅଗ୍ରିମ ଆକାରରେ ୧୦ ଲକ୍ଷ ଟଙ୍କା ନେବା ସହ ସାର୍ଟିଫିକେଟ ବନ୍ଧା ରଖୁଥିଲେ।

ଚାକିରି ପାଇବା ପରେ ବାକି ଟଙ୍କା ଦେଇ ସାର୍ଟିଫିକେଟ୍‌ ନେବା ପାଇଁ କହୁଥିଲେ। ତେଣୁ ସିବିଆଇ ଅରବିନ୍ଦଙ୍କୁ ରିମାଣ୍ଡରେ ଆଣି ଜେରା କରିବା ପରେ ଅନେକ କୋଚିଂ ସେଣ୍ଟର ନାମ ପଦାକୁ ଆସିବ ବୋଲି କୁହାଯାଉଛି।

ବୁଧବାର ଅରବିନ୍ଦଙ୍କ ରିମାଣ୍ଡ ଅବଧି ଶେଷ ହେବାପରେ ସିବିଆଇ ଗୁରୁବାର ଶଙ୍କର ଏବଂ ମୁନାଙ୍କୁ ରିମାଣ୍ଡରେ ଆଣିବ। ଅରବିନ୍ଦ ଏବଂ ଅନ୍ୟମାନଙ୍କୁ ପଚରାଉଚରା ସମୟରେ ଯେଉଁ ତଥ୍ୟ ସିବିଆଇ ପାଇଛି ତାହାକୁ ଶଙ୍କର ଏବଂ ମୁନା ସହ କ୍ରସ୍‌ ଚେକ୍‌ କରାଯିବ ବୋଲି ଜଣାପଡ଼ିଛି। ପୂର୍ବରୁ ୪ଜଣ ଅଭିଯୁକ୍ତଙ୍କୁ ୩ ଦିନିଆ ରିମାଣ୍ଡରେ ନେଇ ସିବିଆଇ ମାରାଥନ ଜେରା କରି ସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚଢାଉ କରି ବିପୁଳ ପରିମାଣର କାଠ ଜବତ କଲା ବନବିଭାଗ, କାଠର ଆନୁମାନିକ ମୂଲ୍ୟ ହେବ…

ମୋହନା,୩୦।୧( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରି ବନାଞ୍ଚଳ ପକ୍ଷରୁ ଚଢ଼ାଉ କରି ବିପୁଳ ପରିମାଣର ମୂଲ୍ୟବାନ କାଠ ଗଣ୍ଡି ଜବତ ହୋଇଛି। ଗୁରୁବାର ବିଳମ୍ବିତ…

ଖରାଦିନ ଆରମ୍ଭରୁ ସମସ୍ୟା: ୧୦ ହଜାରରୁ ଊର୍ଦ୍ଧ୍ୱ ଟ୍ୟୁବ୍‌ୱେଲରୁ ବାହାରୁଛି ଲୁଣାପାଣି

କେନ୍ଦ୍ରାପଡ଼ା,୩୦ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ୯ଟି ମେଗା ପାନୀୟ ଜଳ ପ୍ରକଳ୍ପ ନିର୍ମାଣ ଅବଧି ବହୁ ପୂର୍ବରୁ ସରିଛି। ମାତ୍ର ଗୋଟିଏ ବି ପ୍ରକଳ୍ପ ଅଦ୍ୟାବଧି ସମ୍ପୂର୍ଣ୍ଣ…

BJB ହଷ୍ଟେଲ ଖାଦ୍ୟରେ ପୋକ: ଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ

ଭୁବନେଶ୍ୱର, ୩୦।୧: BJB ଯୁକ୍ତ ଦୁଇ କଲେଜ ଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ। ଏକାଧିକ ବାର ହଷ୍ଟେଲ ଖାଦ୍ୟରୁ ପୋକ ବାହାରୁଥିବା ଅଭିଯୋଗ ହୋଇଛି । ହଷ୍ଟେଲ ଅଧୀକ୍ଷକଙ୍କୁ…

ପୁରୀ ଜିଲାପାଳଙ୍କୁ ଅଦାଲତ ଅବମାନନା ନୋଟିସ

ପୁରୀ,୩୦ା୧: ପୁରୀ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କୁ ହାଇକୋର୍ଟଙ୍କ ଅଦାଲତ ଅବମାନନା ନୋଟିସ ଜାରି ହୋଇଛି। ଅଦାଲତ ଅବମାନନା ମାମଲାରେ କାହିଁକି ଦଣ୍ଡିତ କରାଯିବନି ଜବାବ ତଲବ କରିଛନ୍ତି…

ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ଆଶ୍ବସ୍ତି

ଭୁବନେଶ୍ୱର,୩୦।୧: ଅଦାଲତ ଅବମାନନା ମାମଲାରୁ ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ହାଇକୋର୍ଟରେ ସଚିବ ପାଢ଼ୀ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କରି ଅଦାଲତ…

ଚାଲିଥିଲା ନକଲି ମଦ ପ୍ରସ୍ତୁତି: ଅଚାନକ ଚଢାଉ କଲା ଅବିକାରୀ ବିଭାଗ, ତା’ପରେ…

କେସିଙ୍ଗା,୩୦।୧ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା କଲେଜ ରୋଡ଼ ସ୍ଥିତ ୱାର୍ଡ ନଂ ୧୦ର ୩ ନମ୍ବର ବିଦେଶୀ ମଦ ଦୋକାନ ପଛ ଗଳିରେ ଓ…

ମଧ୍ୟାହ୍ନ ଭୋଜନ ରୋଷେଇବେଳେ ସ୍କୁଲରେ ଘଟିଲା ଅଘଟଣ: ପ୍ରେସର କୁକର ଫାଟି…

ଆଠଗଡ଼,୩୦।୧: ସ୍କୁଲରେ ମଧ୍ୟାହ୍ନ ଭୋଜନ ପାଇଁ ରୋଷେଇବେଳେ ଘଟିଲା ଅଘଟଣ। ଗୋବିନ୍ଦ ମାଧବପୁର ନୋଡାଲ ଉପ୍ରା ବିଦ୍ୟାଳୟରେ ରୋଷେଇ ସମୟରେ ପ୍ରେସର କୁକର ଫାଟି ୨ ପାଚିକା…

ପଞ୍ଜିକା ସମୀକରଣ ବୈଠକରେ ବଡ଼ ନିଷ୍ପତ୍ତି: ତ୍ରୁଟିଯୁକ୍ତ ପାଞ୍ଜି ଛାପିଲେ…

ପୁରୀ,୩୦।୧ା୧(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିରରେ ୨୦୨୬-୨୭ରେ ପାଳନ ହେବାକୁ ଥିବା ବିଭିନ୍ନ ପର୍ବପର୍ବାଣି ଓ ଯାନିଯାତ୍ରାର ସୂଚନା ବିଭିନ୍ନ ପଞ୍ଜିକାରେ କିଭଳି ତ୍ରୁଟିଶୂନ୍ୟ ଭାବେ ପ୍ରକାଶିତ ହେବ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri