ପୋଲିସ SI ଜାଲିଆତି ମାମଲା: ଅରବିନ୍ଦଙ୍କୁ ମାରାଥନ ଜେରା

ଭୁବନେଶ୍ୱର,୨।୧୨: ପୋଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି ମାମଲାର ଅଭିଯୁକ୍ତ ଅରବିନ୍ଦ ଦାସଙ୍କୁ ସିବିଆଇ ୨ଦିନିଆ ରିମାଣ୍ଡରେ ଆଣିଛି। ମଙ୍ଗଳବାର ସିବିଆଇ ଅଧିକାରୀମାନେ ଅଭିଯୁକ୍ତ ଅରବିନ୍ଦଙ୍କୁ ମାରାଥନ ଜେରା କରିଛନ୍ତି। ଜେରା ବେଳେ ସିବିଆଇ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ପାଇଥିବା ସୂଚନା ମିଳିଛି। ଏପରିକି ପୋଲିସ SI ଜାଲିଆତି ମାମଲାରେ ରାଜ୍ୟ ବାହାରର ଲିଙ୍କ ଥିବା ସିବିଆଇ ବଡ଼ ପ୍ରମାଣ ପାଇଛି।

ସୂଚନା ଯୋଗ୍ୟ ସିବିଆଇ ଅରବିନ୍ଦଙ୍କୁ ୩ଦିନିଆ ରିମାଣ୍ଡରେ ନେବା ପାଇଁ କୋର୍ଟରେ ଆବେଦନ କରିଥିଲା। ହେଲେ କୋର୍ଟ ୨ଦିନିଆ ରିମାଣ୍ଡରେ ନେବାକୁ ଅନୁମତି ଦେଇଥିଲେ।

ଏସ୍‌ଆଇ ପରୀକ୍ଷା ଜାଲିଆତି ମାମଲାର ମାଷ୍ଟରମାଇଣ୍ଡ କୁହାଯାଉଥିବା ଶଙ୍କର ପୃଷ୍ଟିଙ୍କ ପ୍ରମୁଖ ସହଯୋଗ ଅରବିନ୍ଦ। ସେ ବିଭିନ୍ନ କୋଚିଂ ସେଣ୍ଟର ସହ ଲିଙ୍କ୍‌ ରଖିଥିଲେ। ସେ କୋଚିଂ ସେଣ୍ଟର ବୁଲି ଚାକିରି ପାଇଁ ପିଲା ଯୋଗାଡ଼ କରୁଥିଲେ। ପିଲା ଠିକ୍‌ ହେବା ପରେ ସେମାନଙ୍କୁ ନେଇ ଶଙ୍କରଙ୍କ ପାଖକୁ ଯାଉଥିଲେ। ଶଙ୍କର ଡିଲ୍‌ କରିବା ସହ ଅଗ୍ରିମ ଆକାରରେ ୧୦ ଲକ୍ଷ ଟଙ୍କା ନେବା ସହ ସାର୍ଟିଫିକେଟ ବନ୍ଧା ରଖୁଥିଲେ।

ଚାକିରି ପାଇବା ପରେ ବାକି ଟଙ୍କା ଦେଇ ସାର୍ଟିଫିକେଟ୍‌ ନେବା ପାଇଁ କହୁଥିଲେ। ତେଣୁ ସିବିଆଇ ଅରବିନ୍ଦଙ୍କୁ ରିମାଣ୍ଡରେ ଆଣି ଜେରା କରିବା ପରେ ଅନେକ କୋଚିଂ ସେଣ୍ଟର ନାମ ପଦାକୁ ଆସିବ ବୋଲି କୁହାଯାଉଛି।

ବୁଧବାର ଅରବିନ୍ଦଙ୍କ ରିମାଣ୍ଡ ଅବଧି ଶେଷ ହେବାପରେ ସିବିଆଇ ଗୁରୁବାର ଶଙ୍କର ଏବଂ ମୁନାଙ୍କୁ ରିମାଣ୍ଡରେ ଆଣିବ। ଅରବିନ୍ଦ ଏବଂ ଅନ୍ୟମାନଙ୍କୁ ପଚରାଉଚରା ସମୟରେ ଯେଉଁ ତଥ୍ୟ ସିବିଆଇ ପାଇଛି ତାହାକୁ ଶଙ୍କର ଏବଂ ମୁନା ସହ କ୍ରସ୍‌ ଚେକ୍‌ କରାଯିବ ବୋଲି ଜଣାପଡ଼ିଛି। ପୂର୍ବରୁ ୪ଜଣ ଅଭିଯୁକ୍ତଙ୍କୁ ୩ ଦିନିଆ ରିମାଣ୍ଡରେ ନେଇ ସିବିଆଇ ମାରାଥନ ଜେରା କରି ସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦା ହେଲେ ପ୍ରେମିକା! ଏଥର ସୁନିତା ଆହୁଜାଙ୍କ ହାତ ଧରିଥିବା ନଜର ଆସିଲେ ଗୋବିନ୍ଦା; ୟୁଜର୍ସ କହିଲେ…

ମୁମ୍ବାଇ,୨୯।୯: ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କ ବ୍ୟକ୍ତିଗତ ଜୀବନ କିଛି ସମୟ ଧରି କ୍ରମାଗତ ଭାବେ ଚର୍ଚ୍ଚାର ବିଷୟ ପାଲଟିଛି। ସୋସିଆଲ ମିଡିଆ ଏବଂ ମନୋରଞ୍ଜନ ଜଗତରେ…

ଶେଷ ହେବ ଅପେକ୍ଷା, ଏହିଦିନ ଘୋଷଣା ହେବ 2027 ODI World Cupର କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୯।୯: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବଂ କ୍ରିକେଟ ସାଉଥ ଆଫ୍ରିକା (CSA) ଗୁରୁବାର କେପ ଟାଉନରେ ୨୦୨୭ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା କରିବେ। ଏହି କାର୍ଯ୍ୟକ୍ରମ…

ବିରାଟ କୋହଲିଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ରୋହିତ ଶର୍ମା, କହିଲେ,‘ଏହି କାରଣରୁ କମିଯାଇଛି ଯୋଗାଯୋଗ’

ନୂଆଦିଲ୍ଲୀ,୨୯।୯: ପ୍ରଥମ ଦିନିକିଆ ମ୍ୟାଚରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଆଠ ୱିକେଟର ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଦ୍ୱିତୀୟ ମ୍ୟାଚ ପାଇଁ ପ୍ରସ୍ତୁତି ଚଳାଇଛି। ବୁଧବାର ହେବାକୁ…

ଶାଗ ତୋଳିବାକୁ ଯାଇ ମୁକୁଳା ଡ୍ରେନରେ ପଡିଗଲେ ବ୍ୟକ୍ତି, ତାପରେ….

ଭଦ୍ରକ,୨୯।୯(ସନାତନ ରାଉତ): ମୁକୁଳା ଡ୍ରେନ୍ ନେଲା ଜୀଵନ । ଭଦ୍ରକ ବାଇପାସ ସ୍ଥିତ କେନାଲ ଡିଭିଜନ ଅଫିସ ଭିତର ଡ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି…

ଜ୍ଞାନେଶ କୁମାରଙ୍କ ବିରୋଧରେ ଦାଏର ଆବେଦନର ଶୁଣାଣି କରିବେ ସୁପ୍ରିମକୋର୍ଟ; ଏହା ଏକ ଗୁରୁତ୍ୱପୂର୍ଣ୍ଣ ବିଷୟ ବୋଲି କହିଲେ ଓକିଲ

ନୂଆଦିଲ୍ଲୀ,୨୯।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଏକପାଖିଆ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରୁଥିବା ଏକ ଆବେଦନ ଉପରେ ସୁପ୍ରିମକୋର୍ଟ ଆସନ୍ତା ସପ୍ତାହରେ ଶୁଣାଣି କରିବେ। ମଙ୍ଗଳବାର…

କମିବ LPG-Petrolର ମୂଲ୍ୟ, ଶେଷ ହେବ ହର୍ମୁଜ ପ୍ରସଙ୍ଗ, ଇରାନ ଯୁଦ୍ଧକୁ ନେଇ ଡୋନାଲ୍ଡ ଟ୍ରମ୍ପଙ୍କ ବଡ ଘୋଷଣା

ଓ୍ବାଶିଂଟନ,୨୯।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହ ଚାଲିଥିବା ବିବାଦ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରି କହିଛନ୍ତି ଯେ ଏହି ଯୁଦ୍ଧ ଶୀଘ୍ର ଶେଷ…

ହୋଟେଲରେ ଯୁବତୀଙ୍କୁ ନିର୍ଯାତନା; ଅଚେତ ଅବସ୍ଥାରେ ବଳାତ୍କାର, ଆପତ୍ତିଜନକ ଭିଡିଓ କରି ଭାଇରାଲ୍‌ କଲେ ଯୁବକ

ପାଟନା,୨୯।୯: ବିହାରର ବେଗୁସରାଇରେ ଜଣେ ଯୁବତୀଙ୍କୁ ହୋଟେଲକୁ ନେଇ ମାଡ଼ ମାରିବା ଏବଂ ବଳାତ୍କାର କରିବା ଅଭିଯୋଗ ସାମ୍ନାକୁ ଆସିଛି । ଏହାପରେ ଯୁବତୀଙ୍କ ଆପତ୍ତିଜନକ ଭିଡିଓ…

ପ୍ରଥମଥର ପାଇଁ ଆରମ୍ଭ ହେଲା ‘ଅଲ-ଫର୍ମାଟ’ ଟୁର୍ନାମେଣ୍ଟ: କ୍ରିକେଟ୍‌ ଜଗତରେ ଚହଳ, ଜାଣନ୍ତୁ ଏହା କ’ଣ

ଢାକା,୨୯।୯: କ୍ରିକେଟ୍‌ରେ ନୂଆ ପରୀକ୍ଷଣ କରିବାକୁ ଯାଉଛି ବାଂଲାଦେଶ। ତମିମ ଇକବାଲଙ୍କ ଅଧ୍ୟକ୍ଷତାରେ ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ‘ଡି-୩’ ବା ‘ଡୋମେଷ୍ଟିକ ୩’ ନାମରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?