ଭିଜିଲାନ୍ସ ଜାଲରେ ପୋଲିସ SI: ଲାଞ୍ଚନେଲାବେଳେ ମାଡି ବସିଲା

ବାଙ୍କୀ,୬।୯(ଶୁଭେନ୍ଦୁ ମହାପାତ୍ର): ଭିଜିଲାନ୍ସ ଜାଲରେ ଧରାପଡ଼ିଲେ ପୋଲିସ SI। ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ କାବୁ କରିନେଲା ଭିଜିଲାନ୍ସ ଟିମ୍‌। ବାଙ୍କୀ ଥାନା ସୁବର୍ଣ୍ଣପୁର ପୋଲିସ ବିଟ୍‌ର SI ପ୍ରସନ୍ନ ମାହାଳି ଧରାପଡ଼ିଛନ୍ତି। ସିମେଣ୍ଟ ଇଟା ଫ୍ୟାକ୍ଟ୍ରି ପୋଡ଼ି ଘଟଣାରେ କାର୍ଯ୍ୟାଳୟରେ ଜଣଙ୍କଠାରୁ ଲାଞ୍ଚ ନେଉଥିଲା ବେଳେ ଭିଜିଲାନ୍ସ ଟିମ୍‌ ତାଙ୍କୁ କାବୁ କରି ନେଇଥିଲେ।

ସୂଚନା ଥାଉ କି ବାଉଁଶ ପୁଟ ପଞ୍ଚାୟତ ପାଳପୁଟ ଗ୍ରାମର ଦିଲେଶ୍ୱର ମହାଳିକଙ୍କ କୁକୁଡ଼ା ଫାର୍ମ ପୋଡ଼ି ଘଟଣାର ତଦନ୍ତ ଓ ଇନ୍ସୁରାଂଶ ପାଇବା ପାଇଁ ରିପୋର୍ଟ ନେବା ପାଇଁ ଦିଲେଶ୍ୱର ମାଝି ବିଟ୍ ହାଉସ ଅଧିକାରୀଙ୍କ ନିକଟକୁ ବାରମ୍ବାର ଦୌଡ଼ି ଥିଲେ । ରିପୋର୍ଟ ଦେବା ପାଇଁ ବିଟ୍ ହାଉସ ଅଧିକାରୀ ମାହାଳି ତାଙ୍କୁ ଲାଞ୍ଚ ଦେବା ପାଇଁ କହିଥିଲେ । କିନ୍ତୁ ଦିଲେଶ୍ଵର ଲାଞ୍ଚ ଦେବାକୁ ମନା କରିଥିଲେ । ଏଭଳି ଘଟଣାକୁ ନେଇ ଦିଲେଶ୍ୱର କଟକ ଭିଜିଲାନ୍ସ କାର୍ଯ୍ୟଳୟରେ ପହଞ୍ଚି ଅଭିଯୋଗ କରିଥିଲେ ।  ଅପରାହ୍ନରେ କଟକ ଭିଜିଲାନସ୍ ଡିଏସପି ଶୁଶାନ୍ତ ଏକାଙ୍କ ନେତୃତ୍ବରେ ଇନ୍ସପେକ୍ଟର ଜ୍ୟୋତି ଶଙ୍କର ସାହୁ , ପ୍ରଭାସିନି ପୁହାଣ , ବିଜୟ କୁମାର ସେଠୀଙ୍କ ସମେତ ୧୧ ଜଣିଆ ଟିମ୍ ଚଢାଉ କରି ବିଟ୍ ହାଉସ ଅଧିକାରୀ ମାହାଳିଙ୍କୁ ଗିରଫ କରିବା ସହ ତାଙ୍କ ରୁମ୍ ଭିତରୁ ନଗଦ ୨୦ ହାଜର ଟଙ୍କା ଜବତ କରିଥିଲେ ବୋଲି ଭିଜିଲାନ୍ସ ଡିଏସପିସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରୁ ଓହରିଲା ଇରାନ

ତେହରାନ୍‌ ,୧୧ା୩: ଇରାନ କ୍ରୀଡ଼ା ମନ୍ତ୍ରୀ ଅହମ୍ମଦ ଡୋନିଆମାଲି ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଇରାନ ଫୁଟବଲ ଦଳ 2026 ଫିଫା ବିଶ୍ୱକପ ଖେଳିବ ନାହିଁ…

ପାଣ୍ଡ୍ୟା ବ୍ରଦର୍ସଙ୍କ ମଧ୍ୟରେ ଜୋରଦାର ଝଗଡ଼ା? ଭାଉଜଙ୍କ ସହ କଥାବାର୍ତ୍ତା ବନ୍ଦ…ବିଶ୍ୱକପ୍‌ ଜିତିବା ସତ୍ତ୍ୱେ ଚୁପ୍‌ ରହିଲେ…

ମୁମ୍ବାଇ, ୧୧।୩: କ୍ରିକେଟ ଜଗତର ସବୁଠାରୁ ଚର୍ଚ୍ଚିତ ଭ୍ରାତୃ ଯୋଡ଼ି ହାର୍ଦ୍ଦିକ ପାଣ୍ଡ୍ୟା ଏବଂ କୃନାଲ ପାଣ୍ଡ୍ୟାଙ୍କ ମଧ୍ୟରେ ସବୁକିଛି ଠିକ ଚାଲିଛି ତ? ଦୁଇ ଭାଇଙ୍କ…

୧୨ ଦିନରେ ଯୁଦ୍ଧ: ଟାର୍ଗେଟ୍‌ରେ ଆର୍ଥିକ ଅନୁଷ୍ଠାନ, ବ୍ୟାଙ୍କ

ତେହରାନ୍‌ ,୧୧ା୩: ଇରାନ୍‌-ଆମେରିକା ଯୁଦ୍ଧ ୧୨ ଦିନରେ ପହଞ୍ଚି ଥିଲାବେଳେ ଉଭୟ ପକ୍ଷଙ୍କ ଆକ୍ରମଣ ଲକ୍ଷ୍ୟ ଦିନକୁ ଦିନ ବଦଳିବାରେ ଲାଗିଛି। ପ୍ରଥମେ ତୈଳ ରିଫାଇନେରିଗୁଡିକୁ ଉଭୟ…

ଅମ୍ବାଭୋନାରେ ଚାଲିଥିଲା କଫ୍‌ସିରଫ କାରବାର, ମାଡ଼ି ବସିଲା ଅବକାରୀ ଟିମ୍‌

ବରଗଡ଼,୧୧।୩ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲ୍ଲା ଅମ୍ବାଭୋନା ଅଞ୍ଚଳରେ ଚାଲିଥିବା ବେଆଇନ କଫସିରପ କାରବାର ଉପରେ ଅବକାରୀ ବିଭାଗ ଶକ୍ତ ପ୍ରହାର କରିଛି। ବୁଧବାର ଅବକାରୀ ବିଭାଗର…

ଭଡ଼ା ଘରୁ ଦିଗପହଣ୍ଡି ଷ୍ଟେଟ୍‌ବ୍ୟାଙ୍କ କର୍ମଚାରୀଙ୍କ ମୃତଦେହ ଜବତ, ଏକମାତ୍ର ପୁଅଙ୍କୁ ହରାଇ…

ଦିଗପହଣ୍ଡି, ୧୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଭାରତୀୟ ଷ୍ଟେଟ ବ୍ୟାଙ୍କ (SBI)ର ଜଣେ ବରିଷ୍ଠ କିରାଣିଙ୍କ ମୃତଦେହ ବୁଧବାର ଅପରାହ୍ନରେ ତାଙ୍କ ଭଡ଼ାଘରୁ…

ବସ୍‌ ନେଲା ବାଇକ୍‌ ଆରୋହୀଙ୍କ ଜୀବନ

ଲକ୍ଷ୍ମୀପୁର, ୧୧।୩(ଅନନ୍ତ ପ୍ରସାଦ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ୩୨୬ ଜାତୀୟ ରାଜପଥ ଜିରୋ ପଏଣ୍ଟ ନିକଟରେ ବୁଧବାର ଏକ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି।…

ରିପୋର୍ଟରେ ‘ଧର୍ମ ପରିବର୍ତ୍ତନ’ ଉଲ୍ଲେଖ କରିଥିଲେ, ନନ୍ଦପୁରରେ RIଙ୍କୁ ସର୍ବସମ୍ମୁଖରେ ମାଡ଼; ଥାନାରେ…

ନନ୍ଦପୁର,୧୧।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜାତିଗତ ପ୍ରମାଣପତ୍ର ଆବେଦନର ତଦନ୍ତ ବେଳେ…

ଦଣ୍ଡକାରଣ୍ୟ ଜୋନାଲ କମିଟିର ୧୦୮ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୧୧।୩(ସୁଚିତ୍ରା ଦାସ): ପୁନର୍ବାସ ନୀତି ଅଧୀନରେ, ଦଣ୍ଡକାରଣ୍ୟ ସ୍ବତନ୍ତ୍ର ଜୋନାଲ କମିଟି (ଡିକେଏସ୍‌ଜେଡ଼ସି)ର ୧୦୮ ଜଣ ମାଓବାଦୀ ହିଂସା ପରିତ୍ୟାଗ କରି ସମାଜର ମୁଖ୍ୟସ୍ରୋତରେ ସାମିଲ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri