ପୋଲିସ ଏସ୍‌ଆଇଙ୍କୁ ୫ ବର୍ଷ ଜେଲ

ବାରିପଦା ଅଫିସ,୨୦ା୧: ମୟୂରଭଞ୍ଜ ଜିଲା ବାରିପଦା ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ଗୁରୁବାର ଏକ ଲାଞ୍ଚ ମାମଲାର ରାୟ ପ୍ରକାଶ ପାଇଛି। ବିଚାରପତି ଡ. ପ୍ରସନ୍ନ କୁମାର ପଣ୍ଡା ଏହାର ବିଚାର କରି ଦୋଷୀ ଜଣେ ପୋଲିସ ଏସ୍‌ଆଇଙ୍କୁ ୫ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏହା ସହିତ ୧୫ହଜାର ଟଙ୍କା ଜରିମାନା ଓ ଅନାଦାୟେ ଅଧିକ ୬ମାସ ଜେଲଦଣ୍ଡ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି। ଅଭିଯୁକ୍ତ ହେଲେ ବାରିପଦା ଟାଉନ ଥାନାର ତତ୍କାଳୀନ ସବ୍‌ ଇନ୍ସପେକ୍ଟର(ଏସ୍‌ଆଇ) ସଚ୍ଚିଦାନନ୍ଦ କିଷାନ। ମାମଲାର ବିବରଣୀ ଅନୁଯାୟୀ, ବାଙ୍ଗିରିପୋଷି ଥାନା ଅଧୀନ କଳାବାଡ଼ିଆ ଗ୍ରାମର ବିଶ୍ୱଜିତ ଶିଖରଙ୍କ ଏକ ପାରିବାରିକ କଳହ ମାମଲା ନେଇ ବାରିପଦା ଟାଉନ ଥାନାରେ ଅଭିଯୋଗ ହୋଇଥିଲା। ଉକ୍ତ ମାମଲାକୁ ରଫାଦଫା କରିବା ପାଇଁ ଏସ୍‌ଆଇ କିଷାନ ୧୫ହଜାର ଟଙ୍କାର ଲାଞ୍ଚ ମାଗିଥିଲେ। ବିଶ୍ୱଜିତ ୧୫ହଜାର ଟଙ୍କା ଦେବାକୁ ଅକ୍ଷମତା ପ୍ରକାଶ କରିବା ପରେ ୫ହଜାର ଟଙ୍କା ଦେବେ ବୋଲି କଥା ଛିଣ୍ଡି ଥିଲା। ଏନେଇ ବିଶ୍ୱଜିତ କଟକ ସ୍ଥିତ ଦୁର୍ନୀତି ନିବାରଣ ସେଲ୍‌ର ଦ୍ୱାରସ୍ଥ ହୋଇଥିଲେ। ଅଭିଯୋଗ ମୁତାବକ କଟକ ଭିଜିଲାନ୍ସ ସେଲ୍‌ରେ ୨୭ା୨ା୨୦୧୮ରେ ଏକ ମାମଲା ରୁଜୁ ହୋଇଥିଲା। ପୂର୍ବ ଯୋଜନା ମୁତାବକ ୨୮ତାରିଖରେ ବିଶ୍ୱଜିତଙ୍କଠାରୁ ୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଅଧିକାରୀମାନେ ଏସ୍‌ଆଇ କିଷାନଙ୍କୁ ମାଡ଼ି ବସିଥିଲେ। ତାଙ୍କଠାରୁ ରାସାୟନିକ ବୋଳା ୫ହଜାର ଟଙ୍କା ଜବତ ହୋଇଥିଲା। ଏସଂକ୍ରାନ୍ତରେ ଏକ ମାମଲା(ନଂ.୩/୧୮) ରୁଜୁ କରି ଭିଜିଲାନ୍ସ ବିଭାଗ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଥିଲା। ସଚ୍ଚିଦାନନ୍ଦ ବର୍ତ୍ତମାନ ବାରିପଦାସ୍ଥିତ ରିଜର୍ଭ ପୋଲିସରେ କାର୍ଯ୍ୟରତ ଅଛନ୍ତି। ତେବେ ରାୟ ପ୍ରକାଶ ପାଇବା ପରେ ତାଙ୍କୁ ବାରିପଦା ମଣ୍ଡଳ କାରାଗାରକୁ ପଠାଇ ଦିଆଯାଇଛି। ଉକ୍ତ ମାମଲାକୁ ସରକାରୀ ଆଇନଜୀବୀ ଶାନ୍ତନୁ ଦାସ ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri