ପୋଲିସ ଏସ୍‌ଆଇ ନିଯୁକ୍ତି କେଳେଙ୍କାରୀ: ଗିରଫ ସଂଖ୍ୟା ୧୧୯କୁ ବୃଦ୍ଧି

ଭୁବନେଶ୍ୱର,୫ା୧୦: ଓଡ଼ିଶା ପୋଲିସ ସବ୍‌-ଇନ୍‌ସ୍ପେକ୍ଟର (ଏସ୍‌ଆଇ) ନିଯୁକ୍ତି କେଳେଙ୍କାରୀ ମାମଲାରେ ରାଜ୍ୟ କ୍ରାଇମ୍‌ବ୍ରାଞ୍ଚକୁ ଆଉ ଏକ ସଫଳତା ମିଳିଛି। ବାଲେଶ୍ୱରର ଅରବିନ୍ଦ ଦାସଙ୍କୁ ଗିରଫ କରାଯାଇ ତାଙ୍କ ଠାରୁ ସନ୍ଦେହଜନକ ସାମଗ୍ରୀ ଜବତ କରାଯାଇଛି। ଏହାସହ ଗିରଫ ସଂଖ୍ୟା ୧୧୯କୁ ବୃଦ୍ଧି ପାଇଛି। ଗଂଜାମ ଜିଲା ପୋଲସରାରୁ ଗୁପ୍ତ ରଞ୍ଜନ ନାୟକଙ୍କୁ ଅଟକ ରଖି କ୍ରାଇମ୍‌ବ୍ରାଞ୍ଚ ଜେରା କରୁଛି। କଟକ ବିଦ୍ୟାଧରପୁରର ବିଶ୍ୱରଞ୍ଜନ ବେହେରାଙ୍କୁ ଗିରଫ କରି ବ୍ରହ୍ମପୁର କୋର୍ଟଚାଲାଣ କରାଯାଇଛି। ଏହା ପୂର୍ବରୁ ୧୧୪ ପରୀକ୍ଷାର୍ଥୀ ଓ ୩ ଦଲାଲଙ୍କୁ ଗିରଫ କରାଯାଇଥିଲା।

ଏହି ମାମଲାରେ ପ୍ରଶ୍ନପତ୍ର ଲିକ୍‌ ଓ ଜାଲିଆତିର ଅଭିଯୋଗ ସାମ୍ନାକୁ ଆସିଥିଲା। ଗତ ସେପ୍ଟେମ୍ବର ୨୯ରେ ବ୍ରହ୍ମପୁର ପୋଲିସ ୧୨୦ ପରୀକ୍ଷାର୍ଥୀଙ୍କୁ ଆନ୍ଧ୍ରପ୍ରଦେଶରୁ ଉଠାଇ ଆଣିଥିଲା, ଯେଉଁମାନେ ଶ୍ରୀକାକୁଲମରେ ପ୍ରଶ୍ନପତ୍ର ଓ ଉତ୍ତର ଅଭ୍ୟାସ କରୁଥିବା ଅଭିଯୋଗ ହୋଇଛି। ଏଥିପାଇଁ ପରୀକ୍ଷାର୍ଥୀଙ୍କଠାରୁ ମୋଟା ଅଙ୍କର ଟଙ୍କା ନିଆଯାଇଥିବା ଚର୍ଚ୍ଚା ହେଉଛି। ଅକ୍ଟୋବର ୫ ଓ ୬ରେ ହେବାକୁ ଥିବା ଏସ୍‌ଆଇ ଲିଖିତ ପରୀକ୍ଷା ସ୍ଥଗିତ ରଖାଯାଇଛି।

ଓଡ଼ିଶା ପୋଲିସ ରିକ୍ରୁଟମେଣ୍ଟ ବୋର୍ଡ (ଓପିଆର୍‌ବି) ପରବର୍ତ୍ତୀ ତାରିଖ ଘୋଷଣା କରିବ। କ୍ରାଇମ୍‌ବ୍ରାଞ୍ଚ ଡିଏସପି ରତ୍ନପ୍ରଭା ଶତପଥୀ ତଦନ୍ତ ଦାୟିତ୍ବରେ ଥିବା ବେଳେ ଏସପି ଅନିଲ ବେଉରିଆ ସୁପରଭାଇଜର ଭାବେ କାର୍ଯ୍ୟ କରୁଛନ୍ତି। ଏହି କେଳେଙ୍କାରୀରେ ରାଜନେତା ଓ ବରିଷ୍ଠ ପୁଲିସ ଅଧିକାରୀଙ୍କ ସମ୍ପୃକ୍ତି ସନ୍ଦେହ ହେଉଛି। କ୍ରାଇମ୍‌ବ୍ରାଞ୍ଚ ସିଲିକନ୍‌ ଟେକ୍‌ ଲ୍ୟାବ୍‌ ଓ ପଞ୍ଚସଫ୍ଟ ଅଫିସରୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରି ଅଫିସଗୁଡ଼ିକୁ ସିଲ୍‌ କରିଛି। ମାଷ୍ଟରମାଇଣ୍ଡ ଏବେ ବି ଫେରାର ଥିବା ବେଳେ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଶିକ୍ଷକଙ୍କ ହାତରେ ରହିଛି ଉତ୍ତମ ଶିଶୁ ଗଠନର ଦାୟିତ୍ୱ’

ଭୁବନେଶ୍ୱର,୫ା୯: ବାଲିପୁଟର ଇଂରାଜୀ ମାଧ୍ୟମ ବିଦ୍ୟାଳୟ ସେଣ୍ଟ୍‌ ଜାଭିଅର କିଡ୍ସରେ ନିଆରା ଢଙ୍ଗରେ ପାଳିତ ହୋଇଯାଇଛି ଗୁରୁଦିବସ। ବିଦ୍ୟାଳୟର ପ୍ରାର୍ଥନା ପର୍ବ ପରେ ପୂର୍ବତନ ରାଷ୍ଟ୍ରପତି ତଥା…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri