Posted inଜାତୀୟ

ପୋଲିସ ଷ୍ଟେଶନ ସିସିଟିଭିରେ ଭିଡ଼ିଓ-ଅଡ଼ିଓ ଫୁଟେଜ ରହିବା ଜରୁରୀ, ହାଇକୋର୍ଟଙ୍କ ନିର୍ଦ୍ଦେଶ…

ନୂଆଦିଲ୍ଲୀ, ୨୮।୫ : ପୋଲିସ ଷ୍ଟେଶନରେ ଥିବା ସିସିଟିଭି କ୍ୟାମେରାରେ ଉଭୟ ଅଡିଓ ଏବଂ ଭିଡିଓ ଫୁଟେଜ ରହିବା ଜରୁରୀ ବୋଲି ଦିଲ୍ଲୀ ହାଇକୋର୍ଟ କହିଛନ୍ତି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ସେଠାରେ ଅଡିଓ ସିଷ୍ଟମ କାହିଁକି ସ୍ଥାପନ କରାଯାଇ ନାହିଁ ତାହାର ଜବାବ କୋର୍ଟ ସ୍ଥାନୀୟ ପୋଲିସ ଷ୍ଟେଶନଠାରୁ ଲୋଡିଛନ୍ତି।

ଜଷ୍ଟିସ ଅନୁ ମଲହୋତ୍ରା, ମସଜିଦର ଇମାମ ଭାବରେ ତାଙ୍କର ଅଧିକାରୀକ ତଥା ଧାର୍ମିକ ଦାୟିତ୍ୱ ତୁଲାଇବାରେ ଆବେଦନକାରୀ ସମ୍ମୁଖୀନ ହେଉଥିବା ପ୍ରତିବନ୍ଧକ ସମ୍ପର୍କରେ ଏକ ଆବେଦନ ଉପରେ ବିଚାର କରୁଥିବାବେଳେ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ଯେ ପୋଲିସ ଷ୍ଟେଶନ, ଲକ-ଅପ୍‌, ରିସେପଶନ୍‌, କରିଡର, ଇନ୍ସପେକ୍ଟରଙ୍କ ରୁମ, ଷ୍ଟେସନ ହଲ ଆଦିଠାରେ ସିସିଟିଭି ଲଗାଯିବା ଆବଶ୍ୟକ।କୋର୍ଟ କହିଛନ୍ତି ଯେ ନାବି କରିମ ପୋଲିସ ଷ୍ଟେଶନର ଭିଡିଓ ଫୁଟେଜ ସଂରକ୍ଷିତ ଥିବାବେଳେ ଅଡିଓ ଫୁଟେଜ ଉପଲବ୍ଧ ନାହିଁ।

ଆବେଦନକାରୀ ତାଙ୍କ ପିଟିଶନରେ ଅଭିଯୋଗ କରିଛନ୍ତି ଯେ ମସଜିଦକୁ ବେଆଇନ ଭାବେ ପରିଚାଳନା କରୁଥିବା ଜଣେ ବ୍ୟକ୍ତି ତାଙ୍କୁ ଭୟଙ୍କର ପରିଣାମ ଭୋଗିବାକୁ ଧମକ ଦେଇଥିଲେ ଏବଂ ପୋଲିସ ଷ୍ଟେସନରେଏସଏଚଓଙ୍କ ଉପସ୍ଥିତିରେ ତାଙ୍କ ବିରୋଧରେ ଅମାନୁଷିକ ଏବଂ ଅପମାନଜନକ ଶବ୍ଦ ବ୍ୟବହାର କରିଥିଲେ। ସେ କହିଛନ୍ତି ଯେ ପୁରା ଘଟଣାଟି ଏସଏଚଓଙ୍କ ରୁମ ଭିତରେ ସ୍ଥାପିତ ସିସିଟିଭି କ୍ୟାମେରାରେ ଧରାପଡିଛି। କିନ୍ତୁ କୌଣସି ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନାହିଁ। ଉଭୟ ଅଡିଓ ଏବଂ ଭିଡିଓ ଫୁଟେଜକୁ ସଂରକ୍ଷଣ କରିବାକୁ ସେ ଅନୁରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri