ବାଇକରେ କରୁଥିଲେ ଗଞ୍ଜେଇ ଚାଲାଣ, ଅଚାନକ ମାଡିବସିଲା ଅବକାରୀ ପୋଲିସ, ଜବତ ହେଲା ଏତେ ଟଙ୍କାର…

ବାଲେଶ୍ୱର, ୧୦।୩: (ବାଞ୍ଛାନିଧି ଦେ): ବାଲେଶ୍ୱର-୨ ଓ ବସ୍ତା ଅବକାରୀ ଥାନା ପକ୍ଷରୁ ମଙ୍ଗଳବାର ଅଚାନକ ଚଢାଉ କରାଯାଇଛି । ଦୁଇଟି ବାଇକ ସହ ୭୫ କିଗ୍ରା ଗଞ୍ଜେଇ ଓ ନଗଦ ୪ ଲକ୍ଷ ଟଙ୍କା ଜବତ ହୋଇଛି । ଏଥିସହ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି । ଗିରଫ ଅଭିଯୁକ୍ତ ହେଲେ ଦୁମଦୁମା ଥାନା ରଘୁନାଥ ନଗରର କାହ୍ନୁ ଦାସ (୨୫) ଓ ସିଂଲା ଥାନା ଗମ୍ଭାରିଆ ଗ୍ରାମର ସଞ୍ଜିତ ଜେନା (୩୬) । ଏ ସମ୍ପର୍କରେ ବିଭାଗ ପକ୍ଷରୁ ଦୁଇଟି ମାମଲା ନଂ ୨୯୮,୨୦୩/୨୫-୨୬ ରୁଜୁ ହୋଇ ଗିରଫ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯାଇଛି । ଅଭିଯୁକ୍ତ କାହ୍ନୁ ବାଇକ ଯୋଗେ ଗଞ୍ଜେଇ ଚାଲାଣ କରୁଥିବା ବେଳେ ୧୬ ନଂ ଜାତୀୟ ରାଜପଥର ହଳଦୀପଦା ନିକଟରେ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଥିଲା । ତାଙ୍କ ନିକଟରୁ ୨୪ କିଗ୍ରା ଗଞ୍ଜେଇ ସହ ବାଇକ ଜବତ ହୋଇଥିଲା । ସେହିପରି ଅଭିଯୁକ୍ତ ସଞ୍ଜିତଙ୍କ ଠାରୁ ଗମ୍ଭାରିଆ ଛକ ନିକଟରୁ ୫୧ କିଗ୍ରା ଗଞ୍ଜେଇ, ବୁଲେଟ ମଟର ସାଇକେଲ ଜବତ କରାଯାଇଥିଲା। ଅବକାରୀ ଅଧୀକ୍ଷକ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ ସ୍ବପ୍ନରାଣୀ ସାହୁଙ୍କ ନେତୃତ୍ୱରେ ଇନ୍ସପେକ୍ଟର ହରିହର ସିଂହ, ସବ ଇନ୍ସପେକ୍ଟର ଭବେଶ ଦାସ ଓ ଜଗନ୍ନାଥ ଭିତିରିଆ , ଏଏସଆଇ ଲମ୍ବୋଦର ମହାନ୍ତ ଓ ଦିଲ୍ଲୀପ କୁମାର ଟୁଡୁ ପ୍ରମୁଖ ସଦଳବଳେ ଚଢ଼ାଉ କରି ଅଭିଯୁକ୍ତଙ୍କୁ ଗିରଫ କରିଥିଲେ। ଜବତ ଗଞ୍ଜେଇର ମୂଲ୍ୟ ୭ ଲକ୍ଷ ୫୦ ହଜାର ଟଙ୍କା ହେବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri