ଜନ୍ତୁ ଶିକାର ପାଇଁ ବିଛାଇଥିଲେ ତାର, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ଦେବଗଡ଼,୯।୧୨(ଡି.ଏନ୍‌.ଏ.): ଜନ୍ତୁ ଶିକାର ପାଇଁ ଜଙ୍ଗଲରେ ବିଛାଇଥିଲେ ବିଦ୍ୟୁତ ତାର। ହେଲେ ତାହା ସଂସ୍ପର୍ଶରେ ଆସି ଜଣେ ମହିଳା ଗୁରୁତର ହୋଇଥିଲେ। ଏହି ଘଟଣାରେ ଶୁକ୍ରବାର ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିିଛି । ଗିରଫଦ୍ୱୟ ହେଲେ ଟାଇଁସର ଗ୍ରାମର ହିମାଂଶୁ ସାହୁ (୪୦) ଏବଂ ସଲିକ ମିଞ୍ଜ (୩୮)।

ସୂଚନାନୁଯାୟୀ,ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ହାଇସ୍କୁଲ ପଛପଟେ ଥିବା ଜଙ୍ଗଲରେ ବିଦ୍ୟୁତ ତାର ବିଛାଯାଇଥିବା ବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଉକ୍ତ ଗ୍ରାମର ସଂଯୁକ୍ତା ପ୍ରଧାନ(୪୮) ଗୁରୁତର ହୋଇ ପଡିଥିଲେ । ଧାନ ବିଡ଼ା ସଂଗ୍ରହ ପାଇଁ ଯାଉଥିବା ବେଳେ ମହିଳାଜଣଙ୍କ ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଥିବା ବେଳେ ତାଙ୍କୁ ଉଦ୍ଧାର କରି ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ଏନେଇ ବିଦ୍ୟୁତ ବିଭାଗ ତରଫରୁ ଦେବଗଡ ଥାନାରେ ଏକ ଅଭିଯୋଗ କରାଯିବା ପରେ ପୋଲିସ ତଦନ୍ତ ଆରମ୍ଭ କରିଥିଲା । ତଦନ୍ତ ପରେ ଉଭୟଙ୍କ ସମ୍ପୃକ୍ତି ପୋଲିସ ଜାଣିବା ପରେ ସେମାନଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଆପଣା ଭାଇ: ପରସ୍ପରକୁ ହତ୍ୟା ଉଦ୍ୟମ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମରେ ଗତ ଏପ୍ରିଲ ୨୧ ତାରିଖ  ସକାଳେ ପୈତୃକ ସମ୍ପତ୍ତି ପାଇଁ ପାରିବାରିକ…

ଚିଠା ଭୋଟର ତାଲିକା ପ୍ରକାଶ, ବାଦ୍ ପଡିଲେ ୩୬,୩୪୨

ଭଞ୍ଜନଗର,୫।୭(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ୩ଟି ନିର୍ବାଚନ ମଣ୍ଡଳୀ ଭଞ୍ଜନଗର, ଆସ୍କା ଏବଂ ସୋରଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ଦାୟିତ୍ୱରେ ଥିବା ଇ.ଆର୍.ଓ ମାନଙ୍କ ଦ୍ଵାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri