ଅମାନିଆଙ୍କୁ ସାବାଡ୍‌ କଲା ପୋଲିସ

ସଜନାଗଡ଼, ୪।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି କଚେରୀ ବଜାରରେ ସୋମବାର ସନ୍ଧ୍ୟା ପ୍ରାୟ ୭ଟା ବେଳେ ପୋଲିସ ପକ୍ଷରୁ ମାସ୍କ ଚେକିଂ ଚାଲିଥିବା ବେଳେ କେତେଜଣ ଅମାନିଆ ଯୁବକ କୋଭିଡ ନିୟମ ଊଲ୍ଲଘଂନ କରି ଖୁଲମଖୁଲା ବୁଲୁଥିବା ବେଳେ ଦେଖିବାକୁ ମିଳିଥିଲା। ଏହା ଦେଖି ପୋଲିସ ତାଗିଦ୍‌ କରିବା ସହ ଫାଇନ କାଟିବାରୁ ଯୁବକମାନେ ଓଲଟା ନାଲିଆଖି ଦେଖାଇ ଯୁକ୍ତିତର୍କ କରିଥିଲେ। ଆଇଆଇସି ପ୍ରଭଞ୍ଜନ ବେହେରା ପହଞ୍ଚିଯିବାରୁ ଉକ୍ତ ଯୁବକମାନେ ଦୌଡି ପଳାଇଯାଉଥିଲେ। ପୋଲିସ ୫ଜଣ ଅମାନିଆଙ୍କୁ ଧରି ଥାନାକୁ ଆଣି ଅଟକ ରଖିଛି। ସେମାନଙ୍କର ଅନ୍ୟ ୪ଜଣ ସହଯୋଗୀଙ୍କୁ ଥାନାରେ ଅଟକ ରଖାଯାଇଥିବା ନୀଳଗିରି ସବ୍‌ଇନ୍ସପେକ୍ଟର ଶ୍ରୀ ଜୟସିଂହ ସୂଚନା ଦେଇଛନ୍ତି।
ମହାମାରୀ କରୋନା ଭୟଙ୍କର ରୂପ ଧାରଣ କରିଥିବାରୁ ଚାରିଆଡେ ମାସ୍କ ଚେକିଂ ଜୋରଦାର କରାଯାଇଛି। ସନ୍ଧ୍ୟାରେ ନୀଳଗିରି ଥାନାର ସବ୍‌ଇନ୍ସପେକ୍ଟର ବାସୁଦେବ ଜୟସିଂହ କଚେରି ବଜାରରେ ମାସ୍କ ଚେକିଂ କରୁଥିବା ବେଳେ ବାଲେଶ୍ୱର ଅଞ୍ଚଳର ୫ରୁ ୬ଜଣ ଯୁବକ ମୁହଁରେ ମାସ୍କ ନ ପିନ୍ଧି ମଦ୍ୟପାନ କରି ବୁଲୁଥିଲେ। ପୋଲିସ ଫାଇନ୍‌ କାଟିବାରୁ ତୁମୁଳକାଣ୍ଡ ଘଟିଥିଲା। ଏପରିକି ଯୁବକମାନେ ପାଲଟା ପୋଳିସକୁ ନାଲି ଆଖି ଦେଖାଇ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିଥିଲେ। ପ୍ରାୟ ୪୫ମିନିଟ୍‌ ଧରି ଉଭୟଙ୍କ ମଧ୍ୟରେ ଯୁକ୍ତିତର୍କ ଲାଗି ରହିଥିଲା। ପରେ ଆଇଆଇସି ବେହେରା ସଦଳବଳେ ପହଞ୍ଚି ଅମାନିଆଙ୍କୁ ସାବାଡ୍‌ କରିଥିଲେ। ଯୁବକମାନଙ୍କ ଏକ ଚାରିଚକିଆ ଗାଡ଼ି (ନଂ.ଓଡ଼ି୦୧ଜି-୪୭୯୬) ଜବତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ପତାକା ଉତ୍ତୋଳନକଲେ ବ୍ଲକ୍‌ ଅଧ୍ୟକ୍ଷ: ପ୍ରଥମ ଥର ପାଇଁ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାଆଡ଼ମ୍ବର ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ଜାତୀୟ…

ଛତ୍ରପୁରରେ ଜିଲାସ୍ତରୀୟ ସ୍ୱାଧୀନତା ଦିବସ, ଗଞ୍ଜାମର ଉନ୍ନତି ପାଇଁ ସରକାର ପ୍ରତିବଦ୍ଧ: ଆଇନ ମନ୍ତ୍ରୀ

ଛତ୍ରପୁର, ୧୫`୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ଜିଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହ ଆଡ଼ମ୍ବର ଓ ଉତ୍ସାହର ସହ ପାଳିତ…

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ…

ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ: ମନୋନୀତ ୧୭ ଜଣ ପୋଲିସ ଅଧିକାରୀ,କର୍ମଚାରୀଙ୍କୁ …

ଭୁବନେଶ୍ୱର,୧୫।୮ ଲୋକସେବା ଭବନରେ ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଛି। ଏହି ଅବସରରେ ମନୋନୀତ ୧୭ ଜଣ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀ ପଦକ…

ସୁନ୍ଦରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁନ୍ଦରଗଡ଼,୧୫ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ସଦରମହକୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତ୍ରାପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ…

ଜାତୀୟ ପତାକା ଉତ୍ତୋଳନ ପରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ୯ ଛାତ୍ରୀ, ତଳେ ଗଡ଼ି ଦେଖାଇଲେ ଅସ୍ବାଭାବିକ ଆଚରଣ

ଦେବଗଡ଼,୧୫ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ପଡିଆନାଲି ୟୁଜିୟୁପି ସ୍କୁଲରେ ସ୍ବାଧୀନତା ଦିବସରେ ଏକ ଅଘଟଣ ଘଟିଛି । ଜାତୀୟ ପତାକା ଉତ୍ତୋଳନ ପରେ…

ପ୍ରତିଷ୍ଠିତ ବ୍ୟବସାୟୀଙ୍କୁ ଅପହରଣ, ଲୋକେସନ୍‌ ଟ୍ରାକ୍‌ କରି ତନାଘନା ଚଳାଇଛି ପୋଲିସ

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ (ଗୁଣ୍ଡା)ଙ୍କୁ କିଛି ଲୋକ ଅପହରଣ କରିଥିବା ପରିବାର ଲୋକେ ସନ୍ଦେହ କରି ବଲାଙ୍ଗୀର ଟାଉନ ଥାନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri