ପୋଲିସ- ପରିବହନ ବିଭାଗ ପକ୍ଷରୁ ତତ୍ପରତା: ଗୋଟିଏ ପରେ ଗୋଟିଏ ଗାଡିକୁ ଅଟକାଇ ଯାଞ୍ଚ କଲେ…

ବଲାଙ୍ଗୀର, ୧୪।୧( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୋଲିସ ସ୍ଥାନୀୟ ଭାଗିରଥି ଛକରେ ମଙ୍ଗଳବାର ସନ୍ଧ୍ୟାରେ ଯାନବାହାନ ଯାଞ୍ଚ କରିଥିଲା। ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଉପସ୍ଥିତିରେ ଟାଉନ ଥାନା ପୋଲିସ ଟିମ ଗାଡିଚାଳକଙ୍କ ଆଲକୋହଲ ବ୍ରେଥ ଟେଷ୍ଟ ବା ମଦ ପିଇ ଗାଡିଚାଳନା ବିଷୟରେ ଯାଞ୍ଚ କରିଥିଲେ। ଭାଗିରଥି ଛକ ଦେଇ ଯାଉଥିବା ଦୁଇ ଚକିଆ ଓ ଚାରି ଚକିଆ ଗାଡ଼ି ଡ୍ରାଇଭରଙ୍କ ଆଲକୋହଲ ବ୍ରେଥ ଟେଷ୍ଟ କରିଥିଲେ। ପୋଲିସ ବ୍ରେଥ ଏଲାଇଜର ଡିଭାଇସ’ରେ ଚାଳକଙ୍କ ପରୀକ୍ଷା କରାଯାଇଛି। ଯେଉଁମାନେ ମଦ ପିଇ ଗାଡିଚାଳନା କରୁଥିଲେ। ପୋଲିସ ସେମାନଙ୍କ ଗାଡିକୁ ଜବତ କରିଛି। ଏହାସହିତ ପୋଲିସ ଟିମ ମୋଡିଫାଏଡ ସାଇଲେନ୍ସସ ଥିବା ବାଇକ୍‌କୁ ମଧ୍ୟ ଜବତ କରିଥିଲା। ଉଚ୍ଚ ଶବ୍ଦ ସୃଷ୍ଟିକାରୀ ଏହି ବାଇକ ବିଭିନ୍ନ ସମୟରେ ଲୋକଙ୍କୁ ଅଡୁଆରେ ପକାଉଛି। ଏହାବାଦ୍‌ ନାବାଳକ ଗାଡି ଚାଳକଙ୍କୁ ମଧ୍ୟ ଯାଞ୍ଚ କରାଯାଇଥିଲା। ଏହି ଯାଞ୍ଚ ବେଳେ ପୋଲିସ ୯ଟି ଗାଡି ଜବତ କରିଥିବା ଟାଉନ ଥାନା ଆଇଆଇସି ଅବନୀ କୁମାର ସାହୁ କହିଛନ୍ତି। ଯାଞ୍ଚ ସମୟରେ ସଦର ଏସ୍‌ଡିପିଓ ସରୋଜ କୁମାର ଉପାଧ୍ୟାୟ, ଟାଉନ ଥାନା ୧୦ ଜଣ ପୋଲିସ ଅଫିସରଙ୍କ ସମେତ ୩ ସେକ୍ସନ ପୋଲିସ କର୍ମଚାରୀ ମୁତୟନ ଥିଲେ । ରାସ୍ତାରେ ସୁରକ୍ଷିତ ଯାତ୍ରା ଏବଂ ବ୍ୟବସ୍ଥିତ ଟ୍ରାଫିକ ବ୍ୟବସ୍ଥା ପାଇଁ ପୋଲିସ ପକ୍ଷରୁ ଉଦ୍ୟମ କରାଯାଉଛି। ଲୋକେ ନିୟମ ମାନି ସୁରକ୍ଷିତ ଯାତ୍ରା କରିବା ସହ ଦୁର୍ଘଟଣାମୁକ୍ତ ପରିବେଶ ସୃଷ୍ଟି କରନ୍ତୁ ବୋଲି ଏସପି ଅଭିଳାଷ ଜି କହିଛନ୍ତି। ବଲାଙ୍ଗୀର ସହର ଟ୍ରାଫିକ ଛକରେ ଯାନବାହାନ ଯାଞ୍ଚ ବେଳେ ପରିବହନ ବିଭାଗର ଅଧିକାରୀ ଓ କର୍ମଚାରୀମାନେ ସାମିଲ ହୋଇଥିଲେ l

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri