ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ବନ୍ଧାହେଲେ ପୋଲିସ ଭ୍ୟାନ୍‌ ଡ୍ରାଇଭର

ପୁରୁଷୋତ୍ତମପୁର,୧୪ା୨(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ୧୧୨ ପୋଲିସ ଭ୍ୟାନ୍‌ ଡ୍ରାଇଭର କୁନାଲ ବେହେରା ଜଣେ ନାବାଳିକାଙ୍କୁ ବଳାତ୍କାର କରିଥିବା ନେଇ ଅଭିଯୋଗ ହୋଇଥିଲା। ଏହାକୁ ନେଇ ପୋଲିସ କେସ୍‌ ନଂ ୮୧/୨୪ ବିଭିନ୍ନ ଦଫାରେ ମହିଳା ଓ ଶିଶୁ ଡେକ୍ସ ଅଧିକାରୀ ପ୍ରିୟଙ୍କା ବେହେରା ଘଟଣାର ତଦନ୍ତ କରିବା ସହ ବୁଧବାର ଅଭିଯୁକ୍ତ କୁନାଲଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ନେଇ ଆଇଆଇସି ବିପିନ ବିହାରୀ ହୋତା କହିଛନ୍ତି। ଏହାସହ ଉଭୟ କୁନାଲ ଓ ନାବାଳିକାଙ୍କର ଡାକ୍ତରୀ ମାଇନା ମଧ୍ୟ କରାଯାଇଛି।

ସୂଚନାଯୋଗ୍ୟ, ରବିବାର ନାବାଳିକାଙ୍କ ବାଡ଼ିପଟ କବାଟ ବାଡ଼େଇବାର ଶବ୍ଦ ହୋଇଥିଲା। କେହି ଡାକୁଥିବାର ନେଇ ନାବାଳିକା ଜଣକ ଯାଇ କବାଟ ଖୋଲିବା ବେଳେ କୁନାଲ ଜୋରଜବରଦସ୍ତ ବାହାରକୁ ଟାଣି ନେଇଥିଲେ। ତାଙ୍କ ପାଟିକୁ ଚାପି ଧରି ଧମକ ଦେଇ ବଳାତ୍କାର ଉଦ୍ୟମ କରିଥିଲେ। ଏପରିକି ପୂର୍ବରୁ ମଧ୍ୟ ଏହି ନାବାଳିକା ଜଣକ କଲେଜରୁ ଫେରିବା ବେଳେ ଘରେ ଛାଡ଼ିଦେବାର କହି ବାଇକ୍‌ରେ ଏକ ସ୍ଥାନକୁ ନେଇ ଧମକ ଦେଇ ବଳାତ୍କାର କରିଥିଲେ। ଏହାକୁ ନେଇ ମଙ୍ଗଳବାର ନାବାଳିକା ଜଣକ ପୁରୁଷୋତ୍ତମପୁର ଥାନାକୁ ଆସି ଲିଖିତ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘର ଭାଙ୍ଗିଦେଇଛି ପ୍ରଶାସନ, ହସ୍ପିଟାଲରେ ମୃତଦେହ

ବଲାଙ୍ଗୀର,୯।୮(ବୀରେନ୍ଦ୍ର କୁମାର ଝାଙ୍କର): ଲୋୟର ସୁକ୍‌ତେଲ ପ୍ରକଳ୍ପ ପ୍ରଭାବିତ ଲୋଇସିଂହା ବ୍ଲକର ତବଲବାଞ୍ଜି ଗାଁରେ ବିସ୍ଥାପନର ଏକ କରୁଣ ଚିତ୍ର ଲୋକଲୋଚନକୁ ଆସିଛି। ଦୁର୍ଘଟଣାରେ ଗୁରୁତର ଆହତ…

Mettle Meet 2026: ଆଜି ଗ୍ରାଣ୍ଡ୍‌ ଫିନାଲେ, ମୁହାଁମୁହିଁ ହେବେ ୮ ଲେଖାଏ ଟିମ୍‌

ଭୁବନେଶ୍ୱର,୯।୮(ବନ୍ଦନା ସେଠୀ/ସୁଚିସ୍ମିତା ସାହୁ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଶନିବାର ରାଜ୍ୟସ୍ତରୀୟ କୁଇଜ୍‌ ପ୍ରତିଯୋଗିତାର ଦଶମ ସଂସ୍କରଣ ‘ମେଟଲ୍‌ ମିଟ୍‌-୨୦୨୬’ ଆରମ୍ଭ ହୋଇଛି। ସ୍ୱସ୍ତି…

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ଦାବିପତ୍ର ଦେବାକୁ ୨୫ କି.ମି. ପଦଯାତ୍ରା କଲେ ଚାଷୀ

ଗୋଲାମୁଣ୍ଡା,୮ା୮ (ବଟକୃଷ୍ଣ ପଣ୍ଡା): ଶସ୍ୟବୀମା ପଞ୍ଜିକରଣଠାରୁ ଆରମ୍ଭ କରି ସାର ଯୋଗାଣ ପର୍ଯ୍ୟନ୍ତ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ରାସ୍ତାକୁ ଓହ୍ଲାଇଛନ୍ତି ଗୋଲାମୁଣ୍ଡା ବ୍ଲକର ଚାଷୀ। କଳାହାଣ୍ଡି…

ଘରେ କେହି ନ ଥିଲେ, ତାଲା ଭାଙ୍ଗି ୫.୫ ଲକ୍ଷ ଟଙ୍କା ସହ ସୁନା ଅଳଙ୍କାର ଲୁଟି ନେଲେ …

ପାରଳାଖେମୁଣ୍ଡି,୮|୮(ଗିରିଧାରୀ ପରିଛା)- ପାରଳାଖେମୁଣ୍ଡି ସହର ସଞ୍ଜୟଗାନ୍ଧୀ କଲୋନୀରେ ଘରେ କେହି ନଥିବା ଏକ ବଡ଼ ସୁଯୋଗ ନେଇ ଦୁର୍ବୃତ୍ତମାନେ ଘରର ତାଲା ଭାଙ୍ଗି ଏକ ବଡ଼ଧରଣର ଚୋରି…

ଏହି ଦେଶରୁ ବିଦା ହେଲେଣି ୩ ହଜାରରୁ ଊର୍ଦ୍ଧ୍ୱ ଭାରତୀୟ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୮ା୮: କାନାଡା ଚଳିତ ବର୍ଷର ପ୍ରଥମ ୬ ମାସ ମଧ୍ୟରେ ୩,୩୨୩ ଜଣ ଭାରତୀୟଙ୍କୁ ବିଦା କରିଛି, ଯାହାକି ଗତବର୍ଷ ବହିଷ୍କୃତ ହୋଇଥିବା ସଂଖ୍ୟା ତୁଳନାରେ ଅଧିକ।…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri