ପୋଲିସ -ପଡାବାସୀ ମୁହାଁମୁହିଁ : ଗରିବଙ୍କ ଘର ଉପରେ ମାଡିଲା ବୁଲଡୋଜର

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଚାଲିଛି। ପର୍ଯ୍ୟାୟକ୍ରମେ ସହରର ଗୋଟିଏ ପଡାରୁ ଅନ୍ୟ ପଡାରେ ଏହି ଅଭିଯାନ ଚାଲିଛି। ତେବେ ଏଥିରେ ଅଧିକ ପ୍ରଭାବିତ ହେଉଛନ୍ତି ସହରର ଗରିବ ଖଟିଖିଆ ଲୋକେ । ଉଚ୍ଛେଦ ପରେ ସେମାନଙ୍କ ଜୀବନ ଜୀବିକା ଉଜୁଡି ଯାଉଛି। ବାସଗୃହ ହରାଇବାରୁ ପରିବାର ଗୁଜୁରାଣ ମେଣ୍ଟାଇବା ସେମାନଙ୍କ ପାଇଁ ହୋଇ ପଡୁଛି କଷ୍ଟସାଧ୍ୟ। ଫଳରେ ଏଭଳି ଉଚ୍ଛେଦକୁ ପଡାବାସୀ ବିରୋଧ କରୁଥିବାବେଳେ ଏଥିପାଇଁ ପ୍ରଶାସନକୁ ମଧ୍ୟ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ମଙ୍ଗଳବାର ବରଗଡ଼ ପୌର ପରିଷଦର ୱାର୍‌ ନଂ-୧୪ ଏବଂ ୱାର୍‌ ନଂ-୧୫ ଅଧିନରେ ରହିଥିବା କେନାଲ ପଡାକୁ ଉଚ୍ଛେଦ କରାଯାଇଛି। ତେବେ ଉଚ୍ଛେଦ ପୂର୍ବରୁ ଥଇଥାନ ଏବଂ ଅଧିକ କିଛି ସମୟ ଦେବାକୁ ଦାବି କରି ପଡାବାସୀ ସ୍ଥାନୀୟ ବିଧାୟକ ଏବଂ ପ୍ରଶାସନକୁ ବାରମ୍ବାର ନେହୁରା ହୋଇଥିଲେ। ସେଥିପାଇଁ ସେମାନଙ୍କୁ ଆଶ୍ବାସନା ମିଳିଥିଲା। ମାତ୍ର କୌଣସି ଥଇଥାନ ନ କରି ପ୍ରଶାସନିକ ଅଧିକାରୀମାନେ ବ୍ୟାପକ ପୋଲିସ କର୍ମଚାରୀ ଏବଂ ବୁଲଡୋଜର ଧରି ଉକ୍ତ ପଡାକୁ ଉଚ୍ଛେଦ କରିବାକୁ ଆସିଥିଲେ। ପଡାବାସୀ ତାକୁ ଦୃଢ଼ ବିରୋଧ କରି ରାସ୍ତା ଉପରେ ବସି ପଡିଥିଲେ। ମାତ୍ର ପୋଲିସ କର୍ମଚାରୀମାନେ ସେମାନଙ୍କୁ ଜୋର୍‌ ଜବରଦସ୍ତ ଉଠାଇ ନେଇଥିଲେ। ଏହାପରେ କେନାଲ ପଡାରେ ରହିଥିବା ଗରିବ ଲୋକଙ୍କ ଗୋଟିଏ ପରେ ଗୋଟିଏ ଘର ଉପରକୁ ମାଡି ଚାଲିଥିଲା ବୁଲଡୋଜର । ଗରିବଙ୍କ ଘର ଉଚ୍ଛେଦ କରିବାକୁ ପ୍ରଶାସନ ତତ୍ପର ହୋଇ ପଡିଛି, ମାତ୍ର ସହରର ବଡବଡିଆ ଜବରଦଖଲକାରୀଙ୍କୁ ପ୍ରଥମେ ଉଚ୍ଛେଦ କରାଯିବା ବଦଳରେ ପ୍ରଶାସନ କାହିଁକି ସେମାନଙ୍କୁ ଏତେ ଅନୁକମ୍ପା ପ୍ରଦର୍ଶନ କରୁଛି ବୋଲି ସବୁଠି ଚର୍ଚ୍ଚା ଚାଲିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଇପିଏଲ୍‌ରୁ ଓହରିଲେ ଓପନିଂ ବ୍ୟାଟର ଡକେଟ

ନୂଆଦିଲ୍ଲୀ,୨୪ା୩: ଇଂଲଣ୍ଡର ଓପନିଂ ବ୍ୟାଟର ବେନ ଡକେଟ ଆଗାମୀ ଆଇପିଏଲ୍‌ରୁ ଓହରି ଯାଇଛନ୍ତି। ନିଜ କ୍ୟାରିୟର ଉପରେ ଧ୍ୟାନ ଦେବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା…

ଅଭିଭାବକ, ଶିକ୍ଷକ ମଧ୍ୟରେ ସମନ୍ବୟ ରହିଲେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ମାନେ ଯୋଗଦେଇ ଅଭିଭାବକ,…

ଯୋଡ଼ାରେ ବିଦେଶୀ ପକ୍ଷୀ

ଯୋଡା,୨୪ା୩(ମାନସ ମହାନ୍ତି)- କେନ୍ଦୁଝର ଜିଲା ଯୋଡ଼ା ସହରରେ ବିରଳ ଆଇବିସ ପକ୍ଷୀ ଦେଖିବାକୁ ମିଳିଛି। ଯୋଡ଼ା ଭଳି ଖଣି ଓ ଶିଳ୍ପ ଅଞ୍ଚଳରେ ଦେଖାଦେଇଥିବା ଏହି ବିଦେଶୀ…

ଏପ୍ରିଲ ୨୭ରୁ ନୃସିଂହନାଥ ବୈଶାଖ ମେଳା

ପାଇକମାଳ,୨୪ା୩(ବଡ଼ ଶତପଥୀ): ଗନ୍ଧମାର୍ଦ୍ଦନ ପର୍ବତର ପାଦ ଦେଶରେ ଥିବା ପ୍ରସିଦ୍ଧ ଶ୍ରୀ ନୃସିଂହନାଥ ମନ୍ଦିର ମିଟିଂ ହଲରେ ଆସନ୍ତା ବୈଶାଖ ମେଳା ପାଳନ ନେଇ ଏକ ପ୍ରସ୍ତୁତି…

ଉପକୂଳରେ ସମରାଭ୍ୟାସ ‘ସାଗର କବଚ’ ଆରମ୍ଭ

ଛତ୍ରପୁର,୨୪ା୩(ଦିଲୀପ ସାମଲ): ସମୁଦ୍ର ପଥରେ ସମ୍ଭାବ୍ୟ ଆତଙ୍କବାଦୀ ଅନୁପ୍ରବେଶ ଏବଂ ସାମୁଦ୍ରିକ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ କରିବା ପାଇଁ ମଙ୍ଗଳବାରଠାରୁ ଗଞ୍ଜାମ ଉପକୂଳରେ ମିଳିତ ସମରାଭ୍ୟାସ…

ଯୁଦ୍ଧ ବୁଡାଜାହାଜ ପଠାଇଲା ଆମେରିକା, ଚାଇନା ସହ ଯୁଦ୍ଧ ସଙ୍କେତ! ୩ ମହାସାଗରରେ ହଲଚଲ…

ବେଜିଂ,୨୪।୩: ଚୀନ ଏକ ବିଶାଳ ଜଳମଗ୍ନ ସର୍ଭେ ଏବଂ ମ୍ୟାପିଂ ଅପରେସନ ଆରମ୍ଭ କରୁଛି। ଏହାର ଉଦ୍ଦେଶ୍ୟ ହେଉଛି ସମୁଦ୍ର ବିଷୟରେ ଗଭୀର ସୂଚନା ସଂଗ୍ରହ କରିବା,…

ନୂଆ ଗ୍ୟାସ କନେକ୍ସନ ନେଉଥିଲେ ବଡ଼ ଘୋଷଣା, ଏପ୍ରିଲ ୩୦ ଯାଏ ମାଗଣା ମିଳିବ ଗ୍ୟାସ…

ନୂଆଦିଲ୍ଲୀ,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଯୋଗୁଁ ତରଳ ପେଟ୍ରୋଲିୟମ ଗ୍ୟାସ (LPG) ବ୍ୟବହାରକାରୀମାନେ ସମ୍ମୁଖୀନ ହେଉଥିବା ଅସୁବିଧା ମଧ୍ୟରେ, ପାଇପଲାଇନ ମାଧ୍ୟମରେ ପ୍ରାକୃତିକ ଗ୍ୟାସ ଯୋଗାଣ କରୁଥିବା…

ତିନି ମହଲା ବିଶିଷ୍ଟ ଧନୀ ଲୋକଙ୍କ ଘରେ ଲାଗିନି ୱାଟର ମିଟର: ବିଭାଗର ଅନୁକମ୍ପା ନା ପାୱାର କରିଡର ସରକାରୀ ଦଳର…

ଗଞ୍ଜାମ,୨୪।୩(ବିଦ୍ୟାଧର ସାହୁ): ୧୨ଟି ୱାର୍ଡକୁ ନେଇ ଗଞ୍ଜାମ ଏନଏସି ଗଠିତ ହୋଇଛି। ଗଞ୍ଜାମ ସହରର ବିଭିନ୍ନ ସାହିରେ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ୱାଟର ମିଟର ଲଗା ଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri