ଲକ୍‌ଡାଉନ୍‌ରେ ପୋଲିସ ହିଂସ୍ର

ଉନ୍ନାଓ, ୨୩।୫: ଲକ୍‌ଡାଉନ୍‌ ସମୟରେ ଜୀବନ ଜୀବିକା ବିପଦରେ ପଡ଼ିଥିବାବେଳେ ପୋଲିସ ବର୍ବରତା ସୀମା ଟପୁଛି। ଭାଜପା ଶାସିତ ଉତ୍ତରପ୍ରଦେଶର ଉନ୍ନାଓରେ ଜଣେ ୧୮ ବର୍ଷୀୟ ପରିବା ବିକାଳିଙ୍କୁ ପୋଲିସ ପିଟି ହତ୍ୟା କରିଛି। ପୋଲିସ ତା’ର ବ୍ରିଟିଶ୍‌ ଅମଳର ଅତ୍ୟାଚାର ମନୋଭାବକୁ ଯେତେବେଳେ ସୁଯୋଗ ପାଉଛି ଦେଖାଇ ପାରୁଛି ବୋଲି ସାଧାରଣରେ କ୍ଷୋଭ ପ୍ରକାଶ ପାଇଛି।
ଉତ୍ତରପ୍ରଦେଶର ଉନ୍ନାଓ ଜିଲାରେ କୋଭିଡ୍‌-୧୯ କର୍ଫ୍ୟୁ ନିୟମ ଉଲ୍ଲଂଘନ କରିବା ଅଭିଯୋଗରେ ଜଣେ ୧୮ ବର୍ଷୀୟ ପରିବା ବ୍ୟବସାୟୀଙ୍କୁ ପୋଲିସ ନିର୍ଧୂମ ଭାବେ ପିଟିବାରୁ ତାଙ୍କର ମୃତ୍ୟୁ ଘଟିଛି। ଏହି ଘଟଣାରେ ସମ୍ପୃକ୍ତ ଦୁଇଜଣ କନ୍‌ଷ୍ଟେବଲଙ୍କୁ ନିଲମ୍ବନ କରାଯିବା ସହ ଜଣେ ହୋମଗାର୍ଡଙ୍କୁ ଚାକିରିରୁ ବହିଷ୍କାର କରାଯାଇଛି। ଏଥିସହ ସେମାନଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ ହୋଇଛି।
ଉନ୍ନାଓ ଜିଲାର ବାଙ୍ଗରମାଉ ଅନ୍ତର୍ଗତ ଭାଟପୁରୀ ଅଞ୍ଚଳରେ ଶୁକ୍ରବାର ଅପରାହ୍ନରେ ଫୈସଲ ହୁସେନ ତାଙ୍କ ଘର ନିକଟରେ ପରିବା ବିକ୍ରି କରୁଥିଲେ। ସେ କରୋନା କର୍ଫ୍ୟୁକୁ ଉଲ୍ଲଂଘନ କରିଥିବାରୁ କନ୍‌ଷ୍ଟେବଳ ବିଜୟ ଚୌଧୁରୀ, ସୀମାବତ ଏବଂ ହୋମଗାର୍ଡ ସତ୍ୟପ୍ରକାଶ ତାଙ୍କୁ ନିସ୍ତୁକ ମାଡ଼ ମାରିଥିଲେ। ପରେ ସେମାନେ ଫୈସଲଙ୍କୁ ବାଙ୍ଗରମାଉ ଥାନାକୁ ନେଇଯାଇ ପୁଣି ମାଡ଼ ମାରିବାରୁ ତାଙ୍କ ଅବସ୍ଥା ଗୁରୁତର ହୋଇପଡ଼ିଥିଲା ବୋଲି ପରିବାର ପକ୍ଷରୁ ଅଭିଯୋଗ ହୋଇଛି। ତାଙ୍କୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲେ ହେଁ ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ।
ପୋଲିସ ବର୍ବରତା ପ୍ରତିବାଦରେ ସ୍ଥାନୀୟ ଲୋକେ ରାସ୍ତା ଅବରୋଧ କରିଥିଲେ। ଫୈସଲଙ୍କ ପରିବାରକୁ ସମସ୍ତ ସହାୟତା ଯୋଗାଇ ଦିଆଯିବା ସହ ଘଟଣାର ନିରପେକ୍ଷ ତଦନ୍ତ କରାଯିବ ବୋଲି ଏଏସ୍‌ପିଙ୍କ ସମେତ ବରିଷ୍ଠ ଅଧିକାରୀମାନେ ପ୍ରତିଶ୍ରୁତି ଦେବା ପରେ ଅବରୋଧ ହଟିଥିଲା। ଅପରାଧୀମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ସମେତ ଫୈସଲଙ୍କ ପରିବାରର ଜଣକୁ ଚାକିରି ଓ କ୍ଷତିପୂରଣ ଲାଗି ଦାବି ହୋଇଛି। ଅନ୍ୟପକ୍ଷରେ ହୃଦ୍‌ଘାତରେ ଫୈସଲଙ୍କର ମୃତ୍ୟୁ ଘଟିଥିବା ପୋଲିସ କହିଛି। ଶବ ବ୍ୟବଚ୍ଛେଦ ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

କକରୋଚ୍ ଜନତା ପାର୍ଟି ଆନ୍ଦୋଳନ ଉପରେ ହେବ ଫିଲ୍ମ: ୨୦୨୭ରେ ହେବ ରିଲିଜ୍‌, ଜାଣନ୍ତୁ କିଏ କରିବେ ଅଭିନୟ?

ଦିଲ୍ଲୀର ଜନ୍ତର-ମନ୍ତରରେ ‘କକରୋଚ୍ ଜନତା ପାର୍ଟି’ (CJP) ର ଆନ୍ଦୋଳନ ସାରା ଦେଶର ଧ୍ୟାନ ଆକର୍ଷଣ କରିଥିଲା। ଦେଶସାରାର ଯୁବକମାନେ ଏହି ଆନ୍ଦୋଳନର ଅଂଶବିଶେଷ ହୋଇଥିଲେ ଏବଂ…

ସାହସ ଦେଖି ସମସ୍ତେ ଆଶ୍ଚର୍ଯ୍ୟ! ଚଳନ୍ତା ବସ୍‌ ଆଗରେ ଛିଡା ହୋଇଗଲେ ACP ମୋନିକା, ଜାଣନ୍ତୁ କାରଣ

ଭୋପାଳ,୩୦।୭: ମଧ୍ୟପ୍ରଦେଶର ଭୋପାଳରେ କୃଷକ ଆନ୍ଦୋଳନ ସମୟରେ ACP ମୋନିକା ଶୁକ୍ଲାଙ୍କ ସାହସିକ ପଦକ୍ଷେପ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି । ଆନ୍ଦୋଳନକାରୀମାନେ ବ୍ୟାରିକେଡ୍…

ସମୁଦ୍ର ଗଭୀରରେ ଭାରତର ସବୁଠାରୁ ବଡ଼ ସନ୍ଧାନ! ମିଳିବ କି ଶ୍ରୀକୃଷ୍ଣଙ୍କ ଦ୍ୱାରକା? ୨୦୩୦ ଯାଏଁ ଚାଲିବ…

ସମୁଦ୍ରର ଗଭୀରତାରେ ଲୁଚି ରହିଥିବା ଭାରତର ପ୍ରାଚୀନ ଇତିହାସକୁ ସାମ୍ନାକୁ ଆଣିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ଅଭିଯାନ ଆରମ୍ଭ କରିଛନ୍ତି। ବର୍ଷ ୨୦୩୦ ପର୍ଯ୍ୟନ୍ତ…

ଗୋରୁ ବୋଝେଇ ଗାଡ଼ି ସହ ୨ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ, ହାଟରେ ବିକ୍ରି ପାଇଁ ନେଉଥିଲେ

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ଅଞ୍ଚଳରେ କିଛି ଗୋରୁ ବେପାରୀ ଗତ କିଛିଦିନ ହେଲା ବେଧଡକ ଭାବେ ବେଆଇନ ଗୋରୁ ବ୍ୟବସାୟ…

ପେଲେଟ୍ ଗନ୍ କ’ଣ, ଏହା କେତେ ଘାତକ? କେଉଁ ପରିସ୍ଥିତିରେ ବ୍ୟବହାର ହୁଏ ଜାଣନ୍ତୁ

ନୂଆଦିଲ୍ଲୀ,୩୦।୭: ସଂସଦରେ ଆଣ୍ଟି ପେପର ଲିକ୍ ବିଲ୍ ଉପରେ ଆଲୋଚନା ସମୟରେ ପେଲେଟ୍ ଗନ୍ ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀଙ୍କ ମଧ୍ୟରେ ତୀବ୍ର ବାକ୍‌ଯୁଦ୍ଧ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri