Posted inଅପରାଧ

ପୋଲିସ ଖୋଜୁଥିଲା ଶବ; ଜୀବନ୍ତ ମିଳିଲେ ମହିଳା

ଲକ୍ଷ୍ନୌ, ୭।୯: ଉତ୍ତର ପ୍ରଦେଶର ଫାରୁଖବାଦ୍‌ ଜିଲାରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ପୋଲିସ ଯେଉଁ ମହିଳାଙ୍କ ଶବ ଉଦ୍ଧାର କରିବାକୁ ଚେଷ୍ଟା କରୁଥିଲା ଶେଷରେ ସେହି ମହିଳା ଜୀବନ୍ତ ମିଳିଲେ। ଜିଲାର ବୀରପୁର ଗ୍ରାମରେ ଜଣେ ବ୍ୟକ୍ତିଙ୍କ ନାମରେ ତାଙ୍କ ସ୍ତ୍ରୀଙ୍କୁ ହତ୍ୟା କରି ଶବକୁ ନିଖୋଜ କରିବା ଅଭିଯୋଗ ହୋଇଥିଲା। ଏହାପରେ ପୋଲିସ ସେହି ମହିଳାଙ୍କ ଶବ ଜବତ କରିବାକୁ ଚେଷ୍ଟା କରିଥିଲା। କିନ୍ତୁ ଆଶ୍ଚର୍ଯ୍ୟଜନକ ଭାବେ ମହିଳାଜଣଙ୍କ ଶାହଜହାଁପୁର ଜିଲା ଆଲ୍ଲହାଗଞ୍ଜ ଥାନା ଅଞ୍ଚଳରୁ ଜୀବନ୍ତ ଭାବେ ମିଳିଛନ୍ତି।
ଅନୁସାରେ ବୀରପୁର ଗ୍ରାମର ବାସିନ୍ଦା ରବି ସିଂ ପେଶାରେ ଜଣେ ଟ୍ରକ ଡ୍ରାଇଭର। ସେପ୍ଟେମ୍ବର ୫ରେ ରବିର ଶ୍ୱଶୁର ବିନୋଦ ସିଂ ପୋଲିସ ନିକଟରେ ଅଭିଯୋଗ କରିଥିଲେ ଯେ, ତାଙ୍କ ଝିଅକୁ ଯୌତୁକ ଲାଗି ହତ୍ୟା କରାଯାଇ ଶବକୁ ଗାୟବ କରିଦିଆଯାଇଛି। ଏହାପରେ ପୋଲିସ ରବି ଏବଂ ତାଙ୍କ ପରିବାର ୫ଜଣଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ କରିଥିଲା। ଏପରିକି ରବିଙ୍କୁ ଗିରଫ ମଧ୍ୟ କରାଯାଇଥିଲା। କିନ୍ତୁ କାହାଣୀରେ ନୂଆ ମୋଡ଼ ଆସିଥିଲା, ଯେତେବେଳେ ରବିଙ୍କ ସ୍ତ୍ରୀ ଲତାଙ୍କୁ ଚେତାଶୂନ୍ୟ ଅବସ୍ଥାରେ ଶାହଜହାଁପୁର ଜିଲା ଆଲ୍ଲହାଗଞ୍ଜ ଥାନା ଅଞ୍ଚଳରୁ ଉଦ୍ଧାର କରାଯାଇଥିଲା। ଲତାଙ୍କୁ ପରେ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅପରପକ୍ଷରେ ଲତା ଜୀବିତ ଅବସ୍ଥାରେ ମିଳିବା ପରେ ପୋଲିସ ଦ୍ୱନ୍ଦ୍ୱରେ ପଡ଼ିଯାଇଛି। ପୋଲିସ ଏବେ ଏହି ପୁରା ଘଟଣା ପଛରେ ରହିଥିବା ରହସ୍ୟର ଉନ୍ମୋଚନ ପାଇଁ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri