ଜୁଆଖେଳ ଉପରେ ବୁଗୁଡ଼ା ପୋଲିସର ନଜର

ବୁଗୁଡ଼ା,୪୧୦(ଡି.ଏନ୍‌.ଏ.): ବୁଗୁଡ଼ା ଥାନା ଅନ୍ତର୍ଗତ ବିଭିନ୍ନ ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳରେ ପରମ୍ପରା ନାଁରେ ଆରମ୍ଭ ହୋଇଗଲାଣି ତାସଖେଳ ଏବଂ ଜୁଆଖେଳର ଆସର। କେତେକ ସ୍ଥାନରେ ମଜା ମଜଲିସରେ ଲୋକେ ତାସ ଖେଳୁଥିବା ବେଳେ ଆଉ କେତେକ ଜୁଆଖେଳରେ ପ୍ରଚୁର ଟଙ୍କା ବାଜିରେ ଲାଗୁଥିବା ଦେଖିବାକୁ ମିଳିଛି। ପୋଲିସ ମଧ୍ୟ ଏହି ବେଆଇନ ଜୁଆଖେଳ ରୋକିବାକୁ ବିଭିନ୍ନ ପ୍ରକାର ଉଦ୍ୟମ ଜାରି ରଖିଛି। ବିଶେଷକରି ପାର୍ବଣଋତୁ ବା ଦଶହରା ଆସିଲେ ବୁଗୁଡ଼ା ଅଞ୍ଚଳ ହୁଏ ଚଳଚଞ୍ଚଳ। ଗ୍ରାମାଞ୍ଚଳଠାରୁ ଆରମ୍ଭକରି ସହରାଞ୍ଚଳ ସବୁଠି ଚାଲେ ଜୁଆଖେଳର ଆସର। ମା’ ଦୁର୍ଗାଙ୍କ ଆଗମନ କିମ୍ବା କୁମାର ପୂର୍ଣ୍ଣିମା ଉତ୍ସବକୁ ନେଇ ଲୋକମାନେ ଯେତିକି ଉତ୍ସାହିତ ହୋଇଥାନ୍ତି, ସାଙ୍ଗସାଥୀ ଓ ପରିବାର ଲୋକଙ୍କ ମଧ୍ୟରେ ତାସ ଖେଳିବା ପାଇଁ ମଧ୍ୟ ତା’ଠାରୁ ଢେର ଅଧିକ ଉତ୍ସାହିତ ହୋଇ ପଡ଼ିଥାନ୍ତି। କାଳକ୍ରମେ ଏହି ତାସଖେଳ କିଛି ଲୋକଙ୍କ ପାଇଁ ଜୁଆଖେଳର ପରମ୍ପରାରେ ପରିଣତ ହୋଇ ନିଶା ପାଲଟିଯାଇଥିବାର ଦେଖିବାକୁ ମିଳୁଛି। ଅଳ୍ପ ସମୟ ମଧ୍ୟରେ ଅଧିକ ଟଙ୍କା ଆୟ କରିବା ପାଇଁ କେତେଜଣ ବ୍ୟକ୍ତିବିଶେଷ ଜୁଆଖେଳ ପ୍ରତି ଆସକ୍ତ ହୋଇ ପଡୁଛନ୍ତି। ଏପରିକି ଅନେକ ସମୟରେ ବହୁ ଜୁଆଡ଼ି ନିଜର ସର୍ବସ୍ବ ହରାଇ ରାସ୍ତାର ଭିକାରି ପାଲଟିଯାଇଥିବାର ନଜିର ରହିଛି। ପରିତ୍ୟକ୍ତ ସ୍ଥାନରେ, ନିଛାଟିଆ ଘର ମଧ୍ୟରେ, ଗାଁ ନିକଟ ତୋଟା କିମ୍ବା ଜଙ୍ଗଲ ମଧ୍ୟରେ ଜୁଆଖେଳ ଜମୁଥିବାର ଦେଖିବାକୁ ମିଳୁଛି। ସ୍ଥାନୀୟ ଥାନା ଅଧିକାରୀ ଚିତ୍ତରଞ୍ଜନ ବେହେରାଙ୍କ ତତ୍ତ୍ୱାବଧାନରେ ସ୍ବତନ୍ତ୍ର ଟିମ୍‌ ଗଠନ କରାଯାଇଛି। ସାଦା ପୋଷାକଧାରୀ ପୋଲିସଙ୍କୁ ନିୟୋଜିତ କରାଯାଇ ଜୁଆଡ଼ି ଓ ଜୁଆଆଡ୍ଡା ଉପରେ ତୀକ୍ଷ୍ଣ ନଜର ରଖାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri