ଜୁଆଖେଳ ଉପରେ ବୁଗୁଡ଼ା ପୋଲିସର ନଜର

ବୁଗୁଡ଼ା,୪୧୦(ଡି.ଏନ୍‌.ଏ.): ବୁଗୁଡ଼ା ଥାନା ଅନ୍ତର୍ଗତ ବିଭିନ୍ନ ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳରେ ପରମ୍ପରା ନାଁରେ ଆରମ୍ଭ ହୋଇଗଲାଣି ତାସଖେଳ ଏବଂ ଜୁଆଖେଳର ଆସର। କେତେକ ସ୍ଥାନରେ ମଜା ମଜଲିସରେ ଲୋକେ ତାସ ଖେଳୁଥିବା ବେଳେ ଆଉ କେତେକ ଜୁଆଖେଳରେ ପ୍ରଚୁର ଟଙ୍କା ବାଜିରେ ଲାଗୁଥିବା ଦେଖିବାକୁ ମିଳିଛି। ପୋଲିସ ମଧ୍ୟ ଏହି ବେଆଇନ ଜୁଆଖେଳ ରୋକିବାକୁ ବିଭିନ୍ନ ପ୍ରକାର ଉଦ୍ୟମ ଜାରି ରଖିଛି। ବିଶେଷକରି ପାର୍ବଣଋତୁ ବା ଦଶହରା ଆସିଲେ ବୁଗୁଡ଼ା ଅଞ୍ଚଳ ହୁଏ ଚଳଚଞ୍ଚଳ। ଗ୍ରାମାଞ୍ଚଳଠାରୁ ଆରମ୍ଭକରି ସହରାଞ୍ଚଳ ସବୁଠି ଚାଲେ ଜୁଆଖେଳର ଆସର। ମା’ ଦୁର୍ଗାଙ୍କ ଆଗମନ କିମ୍ବା କୁମାର ପୂର୍ଣ୍ଣିମା ଉତ୍ସବକୁ ନେଇ ଲୋକମାନେ ଯେତିକି ଉତ୍ସାହିତ ହୋଇଥାନ୍ତି, ସାଙ୍ଗସାଥୀ ଓ ପରିବାର ଲୋକଙ୍କ ମଧ୍ୟରେ ତାସ ଖେଳିବା ପାଇଁ ମଧ୍ୟ ତା’ଠାରୁ ଢେର ଅଧିକ ଉତ୍ସାହିତ ହୋଇ ପଡ଼ିଥାନ୍ତି। କାଳକ୍ରମେ ଏହି ତାସଖେଳ କିଛି ଲୋକଙ୍କ ପାଇଁ ଜୁଆଖେଳର ପରମ୍ପରାରେ ପରିଣତ ହୋଇ ନିଶା ପାଲଟିଯାଇଥିବାର ଦେଖିବାକୁ ମିଳୁଛି। ଅଳ୍ପ ସମୟ ମଧ୍ୟରେ ଅଧିକ ଟଙ୍କା ଆୟ କରିବା ପାଇଁ କେତେଜଣ ବ୍ୟକ୍ତିବିଶେଷ ଜୁଆଖେଳ ପ୍ରତି ଆସକ୍ତ ହୋଇ ପଡୁଛନ୍ତି। ଏପରିକି ଅନେକ ସମୟରେ ବହୁ ଜୁଆଡ଼ି ନିଜର ସର୍ବସ୍ବ ହରାଇ ରାସ୍ତାର ଭିକାରି ପାଲଟିଯାଇଥିବାର ନଜିର ରହିଛି। ପରିତ୍ୟକ୍ତ ସ୍ଥାନରେ, ନିଛାଟିଆ ଘର ମଧ୍ୟରେ, ଗାଁ ନିକଟ ତୋଟା କିମ୍ବା ଜଙ୍ଗଲ ମଧ୍ୟରେ ଜୁଆଖେଳ ଜମୁଥିବାର ଦେଖିବାକୁ ମିଳୁଛି। ସ୍ଥାନୀୟ ଥାନା ଅଧିକାରୀ ଚିତ୍ତରଞ୍ଜନ ବେହେରାଙ୍କ ତତ୍ତ୍ୱାବଧାନରେ ସ୍ବତନ୍ତ୍ର ଟିମ୍‌ ଗଠନ କରାଯାଇଛି। ସାଦା ପୋଷାକଧାରୀ ପୋଲିସଙ୍କୁ ନିୟୋଜିତ କରାଯାଇ ଜୁଆଡ଼ି ଓ ଜୁଆଆଡ୍ଡା ଉପରେ ତୀକ୍ଷ୍ଣ ନଜର ରଖାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

PEOଙ୍କୁ ଗିରଫ କଲା ଭିଜିଲାନ୍ସ: ଆୟଠାରୁ ଅଧିକ ସମ୍ପତ୍ତି ରଖିବା ଅଭିଯୋଗରେ ହୋଇଥିଲା ଚଢାଉ

ବଞ୍ଚୋ,୩୧।୧୨ (ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡ଼ିହି ବ୍ଲକ PEO(କାର୍ଯ୍ୟନିର୍ବାହୀ ଅଧିକାରୀ) ଜିତେନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଥିବା ବେଳେ ଆଜି ତାଙ୍କୁ ଗିରଫ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ବେଆଇନ କୁକୁଡ଼ା ଲଢ଼େଇ ଖେଳକୁ ବନ୍ଦ କରିବାକୁ ଯାଇଥିଲା ପୋଲିସ, ଗାଡିକୁ ଘେରିଗଲେ ଲୋକେ, ଆଉ ତା’ପରେ…

ପାଟଣା,୩୧।୧୨(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ଡାଳପକା ପଞ୍ଚାୟତ ଉପାନ୍ତ କେନ୍ଦୁଯୋଡା ଗ୍ରାମ ରେସାନ୍ତାଳ ସମ୍ପ୍ରଦାୟ ଦାମୋଦର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri