ବେଆଇନ କୁକୁଡ଼ା ଲଢ଼େଇ ଖେଳକୁ ବନ୍ଦ କରିବାକୁ ଯାଇଥିଲା ପୋଲିସ, ଗାଡିକୁ ଘେରିଗଲେ ଲୋକେ, ଆଉ ତା’ପରେ…

ପାଟଣା,୩୧।୧୨(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ଡାଳପକା ପଞ୍ଚାୟତ ଉପାନ୍ତ କେନ୍ଦୁଯୋଡା ଗ୍ରାମ ରେସାନ୍ତାଳ ସମ୍ପ୍ରଦାୟ ଦାମୋଦର ଯାତ୍ରା ହେଉଥିବାବେଳେ ସେଠାରେ ବେଆଇନ ଭାବରେ କୁକୁଡ଼ା ଲଢ଼େଇ ଚାଲିଥିଲା । ପାଖାପାଖି ୧୦ହଜାରରୁ ଉଦ୍ଧର୍‌ବ ଲୋକ ରୁଣ୍ଡ ହୋଇ କୁକୁଡ଼ା ଲଢ଼େଇ ଅଂଶଗ୍ରହଣ ଓ ଦେଖାକଣା ହାରି ସାଜି ଥିଲେ। କୁକୁଡ଼ା ପଡ଼ା ଚାଲୁଥିବା ଖବରପାଇ ଖେଳ ବନ୍ଦ କରିବାକୁ ପାଟଣା ପୋଲିସ ପକ୍ଷରୁ ଥାନାଧିକାରୀ ମାନସକୁମାର ମହାକୁଳ, ସାହାରପଡ଼ା ଫାଣ୍ଡି ଅଧିକାରୀ ପାର୍ଥ ଓରାମ,ଓଏଏସଆଇ ଧନେଶର ପାତ୍ରଙ୍କ ସହ ୩ କନଷ୍ଟେବଳ ଯାଇଥିବା ବେଳେ କୁକୁଡ଼ା ପଡ଼ା କରାଉଥିବା ଲୋକମାନେ ପୋଲିସକୁ ଘେରି ଯାଇଥିଲେ। ଫଳରେ ପୋଲିସକୁ ହଟହଟା ହେବାକୁ ପଡ଼ିଥିଲା।

ପୋଲିସ ଚଢ଼ାଉ ଦେଖି କିଛି ଲୋକ ଛତ୍ରଭଙ୍ଗ ଦେଇ ଦୋଡି ପଳାଇଥିବାବେଳେ ଏହାର ସୁଯୋଗ ନେଇ କିଛି ଲୋକଙ୍କ କୁକୁଡ଼ାଗୁଡିକୁ ଅନ୍ୟ ଲୋକେ ଧରି ପଳାଇଥିଲେ । ଏଥିରେ ଉତ୍ତ୍ୟକ୍ତ ହୋଇ ହଜାର ହଜାର ଲୋକେ ପୋଲିସ ଗାଡି ସମ୍ମୁଖରେ ଛିଡା ହୋଇ ପାଟଣା ଓ ସାହାରପଡା ଫାଣ୍ଡି ପୋଲିସ ଗାଡିକୁ ଅଟକ ରଖିଥିଲେ। ଫଳରେ କିଛି ସମୟ ଧରି ପୋଲିସ ଓ ଲୋକଙ୍କ ମଧ୍ୟରେ ଉତ୍ତେଜନା ଦେଖା ଦେଇଥିବା ପ୍ରତ୍ୟକ୍ଷଦର୍ଷୀ କହିଥିବାବେଳେ ଏନେଇ ପୋଲିସର ପ୍ରତିକ୍ରିୟା ମିଳିପାରିନାହିଁ। ପୋଲିସ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ପରେ ଅବସ୍ଥା ସ୍ବାଭାବିକ ହୋଇଥିଲା। ତେବେ ପାଟଣା ଓ ତୁରମୁଙ୍ଗା ଥାନା ଅଞ୍ଚଳରେ କେତେକ ସ୍ଥାନରେ ବେଆଇନ କୁକୁଡ଼ା ପଡ଼ା ଚାଲିଥିବା ବେଳେ ଏଥିପ୍ରତି ଏସପି ନୀତିନ କୁଶଲ କର ଦାଗୁଡୁ ସତନ୍ତ୍ର ଟାକ୍ସ ଫୋର୍ସ ଗଠନ କରି ଅଙ୍କୁଶ ଲଗାଇବାକୁ ଦାବି ହେଉଛି। ସ୍ବଳ୍ପ ସଂଖ୍ୟକ ପୋଲିସଙ୍କୁ ନେଇ ପୋଲିସ ଚଢାଉ କରିଥିବାରୁ ଲୋକେ ପୋଲିସ ଉପରେ ଭାରି ହୋଇଥିଲେ ବୋଲି ଆଲୋଚନା ହେଉଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri