ଅପରାଧୀଙ୍କୁ ଦୌଡ଼ାରେ ପାରିଲାନି ପୋଲିସ

ଝାରସୁଗୁଡା ଅଫିସ,୧।୭: ଏକ ବାଇକ୍‌ ଯୋଗେ ଗୁରୁବାର ସମ୍ବଲପୁରରୁ ଝାରସୁଗୁଡ଼ା ଚାଲାଣ ହେଉଥିଲା ଗଞ୍ଜେଇ। ଏକ ବିଶେଷ ସୂତ୍ରରୁ ଖବର ପାଇ ବଡମାଲ ଥାନା ପୋଲିସ ବିଜୁ ପଟ୍ଟନାୟକ ଛକରେ ଜଗି ରହିଥିଲା। ଏହି ସମୟରେ ଜଣେ ଯୁବକ ବାଇକ୍‌ରେ ଗଞ୍ଜେଇ ଧରି ପହଞ୍ଚି ଥିଲେ । ହେଲେ ପୋଲିସଙ୍କୁ ଦେଖି ଯୁବକ ଜଣଙ୍କ ବାଇକ୍‌ ଓ ଗଞ୍ଜେଇ ଛାଡି ଦୌଡି ଥିଲେ। ଯୁବକଙ୍କୁ ଧରିବା ପାଇଁ ପୋଲିସ ଗୋଡାଇ ଥିଲେ ମଧ୍ୟ ସଫଳ ହୋଇ ନ ଥିଲା । ପୋଲିସ ଘଟଣାସ୍ଥଳରୁ ଏକ ବାଇକ୍‌(ସିଜି ୧୪-ଏମ୍‌ଏଚ୍‌ ୧୭୯୦) ସହ ଏକ ବସ୍ତାରେ ଥିବା ୮କିଲୋ ୬୦୦ଗ୍ରାମ ଓଜନର ଗଞ୍ଜେଇ ଜବତ କରିଛି । ଏନେଇ ବଡ଼ମାଲ ପୋଲିସ ଏକ ମାମଲା (ନଂ ୧୨୬/୨୧) ରୁଜୁ କରି ତଦନ୍ତ ଚଳାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri