ଓମିକ୍ରନ୍ ଆତଙ୍କ: ମୁମ୍ବାଇରେ ୧୪୪ ଧାରା ଜାରି

ମୁମ୍ବାଇ,୧୬ ।୧୨: ଓମିକ୍ରନ୍ ବେଳକୁ ବେଳ ଦେଶରେ କାୟା ବିସ୍ତାର କରି ଚାଲିଛି । ପ୍ରତିଦିନ କୌଣସି ନା କୌଣସି ରାଜ୍ୟରେ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ ହେବା ପରେ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହେଲାଣି । ଓମିକୟନ୍ ଦ୍ରୁତ ଗତିରେ ବ୍ୟାପୁଥିବାରୁ ଏହାର ସଂକ୍ରମଣକୁ ଦେଖି ମୁମ୍ବାଇ ପୋଲିସ ଗୁରୁବାର ଅର୍ଥାତ୍ ୧୬ ଡିସେମ୍ବରରୁ ୩୧ ଡିସେମ୍ବର ପର୍ଯ୍ୟନ୍ତ ସହରରେ ୧୪୪ଧାରା ଜାରି କରିଛି । ଆଗକୁ ଆସୁଥିବା ଖ୍ରୀଷ୍ଟମାସ ଓ ନୂଆବର୍ଷକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ନିଆଯାଇଛି । କେବଳ ସେତିକି ନୁହେଁ କୌଣସି ବଡ ଧରଣର ଆୟୋଜନକୁ ମଧ୍ୟ ଅନୁମତି ଦିଆଯିବ ନାହିଁ ବୋଲି ସୂଚନା ମିଳିଛି । ଯେ କୌଣସି କାର୍ଯ୍ୟକ୍ରମରେ କେବଳ ୫୦ ପ୍ରତିଶତ ଲୋକଙ୍କୁ ଅନୁମତି ମିଳିବା ସହ ଟିକାକରଣ ଉପରେ ଗୁରୁତ୍ୱ ଦିଆଯିବ । ଏହାସହ କିଛି ସ୍ଥାନ ଯେମିତିକି ଦୋକାନ, ମଲ, ବିଭିନ୍ନ ପ୍ରତିଷ୍ଠାନ ଆଦିକୁ କେବଳ କରୋନା ଟିକା ନେଇଥିବା ଲୋକଙ୍କୁ ଅନୁମତି ମିଳିବ ବୋଲି ଜଣାପଡିଛି । ଏହାସହ ମୁମ୍ବାଇ ଯାଉଥିବା ଲୋକେ କରୋନାର ଦୁଇଟି ଯାକ ଟିକା ନେବା ଜରୁରୀ । ନଚତ୍ ୭୨ ଘଣ୍ଟା ମଧ୍ୟରେ କରାଯାଇଥିବା ଆର୍‌ଟିପିସିଆର୍ ଟେଷ୍ଟ ରିପୋର୍ଟ ଦେଖାଇବାକୁ ପଡିବ ।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri