ଗାଡ଼ିରେ ପୋଲିସ ଲେଖି ହେଉଥିଲା ଗଞ୍ଜେଇ ଚାଲାଣ, ଧରାପଡ଼ିଲେ ଚାଲାଣକାରୀ

ମାଲକାନଗିରି,୯।୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଓରକେଲ ପୋଲିସକୁ ମିଳିଛି ବଡ଼ ସଫଳତା। ପୋଲିସର ପୋଷାକ ପିନ୍ଧି ଏବଂ ଗାଡ଼ିରେ ପୋଲିସ ଲେଖି ଅଭିନବ ଉପାୟରେ ହେଉଥିଲା ଗଞ୍ଜେଇ ଚାଲାଣ। ବର୍ତ୍ତମାନ ଓରକେଲ ପୋଲିସ ଏଭଳି ଗଞ୍ଜେଇ ଚାଲାଣକାରୀଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି। ଓରକେଲ ପୋଲିସ ବିଶେଷ ସୂତ୍ରରୁ ଖବର ପାଇ ଗୁରୁବାର ରାତିରେ ବାଲିମେଳା ଛକ- ଡାଇକ ୩ ମୁଖ୍ୟ ରାସ୍ତାର ଖଡ଼ିକାଝୁଡ଼ି ନିକଟରେ ଏସଆଇ ମିଲନ ମଜୁମଦାର ଙ୍କ ନେତୃତ୍ୱରେ ଏକ ଟିମ୍‌ ଜଗି ରହିଥିଲେ। ଏହି ସମୟରେ ଏକ ଫେକ୍‌ ନଂ (ଓ ଡି ୩୩ ବି ୩୬୭୬) ଇନୋଭା କାର୍‌ରେ ପୋଲିସ ଲେଖା ହୋଇଥିବାର ଦେଖି ଗାଡିଟିକୁ ଅଟକାଇଥିଲେ। ଗାଡିଟିର ଅସଲି ନଂ (ଡି ଏଲ ୪ ସି ଏ ଇ ୭୫୬୦) ବୋଲି ଜଣାପଡ଼ିଛି। ଗାଡ଼ିରେ ବସିଥିବା ବ୍ୟକ୍ତିମାନେ ମଧ୍ୟ ପୋଲିସ ପୋଷାକ ପିନ୍ଧି ବସି ରହିଥିଲେ। ଓରକେଲ ପୋଲିସ ସେମାନଙ୍କୁ କେଉଁ ଅଞ୍ଚଳର ପୋଲିସ ବୋଲି ପଚାରିବାରୁ ସେମାନେ ବିହାର ରାଜ୍ୟର ବୋଲି ନିଜର ପରିଚୟ ଦେଇଥିଲେ। କିନ୍ତୁ ତାଙ୍କ ଗାଡ଼ିର ନଂ ପ୍ଲେଟ୍‌ ଓଡ଼ିଶା ରାଜ୍ୟର ଲାଗିଥିଲା। ଏହାସହ ହିନ୍ଦୀ ଭାଷା କହୁଥିବାବେଳେ ସେମାନଙ୍କ କଥାବାର୍ତ୍ତାରେ ତାଳମେଳ ନ ଥିବାରୁ ପୋଲିସ ସେମାନଙ୍କ ଗାଡ଼ି ଯାଞ୍ଚ କରିଥିଲା। ଏବଂ ଗାଡ଼ିରୁ ୧ କ୍ୱିଣ୍ଟାଲ ଗଞ୍ଜେଇ ଜବତ କରିଥିଲା। ଯାହାର ଅନୁମାନିକ ମୂଲ୍ୟ ୨ ଲକ୍ଷରୁ ଊଦ୍ଧର୍‌ବ ହେବ ବୋଲି ପୋଲିସ ସୂଚନା ଦେଇଛି।
ଗଞ୍ଜେଇ ଚାଲାଣକାରୀଙ୍କର ନାମ ହେଲା ରାଜୁ ଖରିଫା(୨୪), ରାଜୀବ କୁମାର(୨୬) ଏବଂ ଆକାଶ କୁମାର(୨୬)। ଅଭିଯୁକ୍ତମାନେ ବିହାର ରାଜ୍ୟର ପାଟଣା ଜିଲା ମଉଜିପୁର ଏବଂ ସରିସ୍ତାବାଦ ଗ୍ରାମର ଦୁହେଁ ହୋଇଥିବା ବେଳେ ଅନ୍ୟ ଜଣେ ମୁଜାଫରପୁର ଜିଲା ମୁଜାଫରନଗରର ବୋଲି ପୋଲିସ ସୂଚନା ଦେଇଛି। ତେବେ ସେମାନେ ଏହି ଗଞ୍ଜେଇକୁ ନାକାମାମୁ ଅଞ୍ଚଳରୁ ନିଜ ରାଜ୍ୟକୁ ଚାଲାଣ କରୁଥିବା ତଦନ୍ତକାରୀ ଅଧିକାରୀ କୃଷ୍ଣଚନ୍ଦ୍ର ସାହା ସୂଚନା ଦେଇଛନ୍ତି। ନଂ ୦୬/୨୧ ମାମଲା ରୁଜୁ କରି ଅଭିଯୁକ୍ତମାନଙ୍କୁ ଶନିବାର କୋର୍ଟ ଚାଲାଣ କରାଯାଇଥିବା ଥାନାଧିକାରୀ ସୌମେନ୍ଦୁ ତ୍ରିପାଠୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?