ମହିଳାଙ୍କୁ ବଳାତ୍କାର ପୋଲିସ ବାବୁଙ୍କୁ ପଡ଼ିଲା ମହଙ୍ଗା: ଶରଣକୂଳ ଥାନା ପୂର୍ବତନ ଆଇଆଇସି ନିଲମ୍ବିତ

ନୟାଗଡ଼,୨୨।୬(ଲୋକନାଥ ମିଶ୍ର):ନୟାଗଡ଼ ଜିଲା ଶରଣକୂଳ ଥାନାର ପୂର୍ବତନ ଆଇଆଇସି ସୁଜିତ କୁମାର ଦାସ ନିଲମ୍ବିତ। ଆଇଆଇସି ସୁଜିତ ଦାସଙ୍କୁ ନିଲମ୍ବନ କଲେ ଡିଜିପି। ଆଇଆଇସିଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ ଆଣିଥିଲେ ଜଣେ ମହିଳା।
ପ୍ରକାଶ ଯେ, ଖଣ୍ଡପଡାର ପୂର୍ବତନ ଏସଡିପିଓ ମଦନ ମୋହନ ପ୍ରଧାନ ମହିଳାଙ୍କୁ ଫେବର ମାଗି ନିଲମ୍ବିତ ହୋଇଥିଲେ। ପରବର୍ତ୍ତୀ ସମୟରେ ଶରଣକୁଳ ଥାନା ଆଇଆଇସି ସୁଜିତ କୁମାର ଦାସ ବଳାତ୍କାର ଅଭିଯୋଗରେ ପୋଲିସ ମୁଖ୍ୟାଳୟକୁ ବଦଳି ହେବାପରେ ଏବେ ନିଲମ୍ବିତ ହୋଇଛନ୍ତି। କିଛି ଦିନ ତଳେ ଶରଣକୁଳ ଥାନା ଗୋଡିପଡା ଫାଣ୍ଡି ଅଞ୍ଚଳର ତାଙ୍କ ପରିବାର ଓ ଗାଁ ମଧ୍ୟରେ ବିବାଦ ଦେଖା ଦେଇଥିଲା। ଏନେଇ ମହିଳା ଓ ତାଙ୍କ ପରିବାର ନାମରେ ଶରଣକୁଳ ଥାନାରେ କେଶ ହୋଇଥିଲା। ଆଇଆଇସି ମହିଳାଙ୍କୁ କେଶରେ ସହଯୋଗ କରିବାକୁ କହି ଫୋନ ନମ୍ବର ନେଇଥିଲେ। ପରେ ଫୋନରେ ଭିଡିଓ କଲ, ଅଶ୍ଳୀଳ ମେସେଜ, ଫଟୋ ଓ ଅଶ୍ଳୀଳ କଥା ପଠାଇଥିଲେ। ଏପରିକି ନିଜ ଭଡା ଘରକୁ ନେଇ ଜୋର ଜବରଦସ୍ତ ମହିଳାଙ୍କୁ ବଳାତ୍କାର କରିଥିବା ଏସ୍‌ପିଙ୍କ ନିକଟରେ ଅଭିଯୋଗ ହୋଇଥିଲା। ଅଭିଯୋଗ ପରେ ଆଇଆଇସିଙ୍କର ବଦଳି ହୋଇ ତଦନ୍ତ ହୋଇଥିଲା। ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା ପକ୍ଷରୁ ତଦନ୍ତ ରିପୋର୍ଟ ଡିଜିପିଙ୍କୁ ଦିଆଯାଇଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

IPL 2027 ପୂର୍ବରୁ CSKର ବଡ଼ ଘୋଷଣା: ନୂଆ ହେଡ କୋଚ ହେଲେ…

ଚେନ୍ନାଇ,୨୧।୯: ଇଣ୍ଡିଆନ ପ୍ରିମିୟର ଲିଗ (IPL) 2027 ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ଏକ ବଡ଼ ଘୋଷଣା କରିଛି। ଭାରତର ପୂର୍ବତନ ତାରକା ଦ୍ରୁତ ବୋଲର୍‌…

ଆଉନାହାନ୍ତି ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ ରଥ: ଖେଳିଗଲା ଶୋକର ଛାୟା

ଦିଗପହଣ୍ଡି,୨୧।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଭୀମପୁର ଶାସନ ବାସିନ୍ଦା ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ କୁମାର ରଥ (୬୪)ଙ୍କ ହୃଦଘାତରେ ପରଲୋକ…

ଅଧୁରା ରହିଗଲା ବୈଭବଙ୍କ ବଡ଼ ଇଚ୍ଛା, ଏବେ ଶ୍ରେୟସଙ୍କ ନିଷ୍ପତ୍ତି ଉପରେ ନଜର

ନୂଆଦିଲ୍ଲୀ: ଏସିଆନ ଗେମ୍ସ ପୂର୍ବରୁ ଜାପାନ ବିପକ୍ଷରେ ଭାରତୀୟ କ୍ରିକେଟ ଦଳ ଏକ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ ଖେଳିବ। ଏହି ମ୍ୟାଚ ପାଇଁ ଶ୍ରେୟସ ଆୟରଙ୍କ ନେତୃତ୍ୱରେ…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ୪ ରାଶିଙ୍କୁ ଫାଇଦା ହିଁ ଫାଇଦା, ୨୪ ତାରିଖରୁ ବର୍ଷିିବ ଧନ, ଚାକିରିରେ ବଡ଼ ପଦୋନ୍ନତି!

ଭୁବନେଶ୍ୱର: ଜ୍ୟୋତିଷୀୟ ଗଣନା ଅନୁଯାୟୀ, ମଙ୍ଗଳ ଦେବ ବର୍ତ୍ତମାନ ପୁନର୍ବସୁ ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି। ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬ରେ ମଙ୍ଗଳ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ।…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?