ଏଥର ପୋଲିସ ପାଳି, ବର୍ଦ୍ଦିରେ ରହି ସୋସିଆଲ ମିଡିଆରେ ଫଟୋ ଭିଡିଓ ପୋଷ୍ଟ କଲେ…

ଭୁବନେଶ୍ୱର,୨୦ା୯: ଏଣିକି ପୋଲିସ ପାଳି। ରାଜ୍ୟରେ ଶୃଙ୍ଖଳା ଓ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବା ପାଇଁ କମିଶନରେଟ୍‌ ପୋଲିସ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ବର୍ଦ୍ଦିରେ ରହି ସୋସିଆଲ ମିଡିଆରେ ଫଟୋ, ଭିଡିଓ ପୋଷ୍ଟ କରିବା ମନା। ଏପରିକି ସମ୍ବେଦନଶୀଳ ସ୍ଥାନରେ ଡ୍ୟୁଟି ସମୟରେ ଫଟୋ, ଭିଡିଓ ଉତ୍ତୋଳନ କରିପାରିବେନାହିଁ।

କିଛି ଦିନ ହେବ ଦେଖାଯାଉଥିଲା ଯେ ଅନେକ ପୋଲିସ କର୍ମଚାରୀ ବର୍ଦ୍ଦି ପିନ୍ଧି ଡ୍ୟୁଟି ସମୟରେ ଫଟୋ ଓ ଭିଡିଓ ଉଠାଇ ଫେସବୁକ୍‌, ଇନଷ୍ଟାଗ୍ରାମ୍‌ କିମ୍ବା ୟୁଟ୍ୟୁବ୍‌ ଭଳି ସୋସିଆଲ ମିଡିଆ ପ୍ଲାଟଫର୍ମରେ ପୋଷ୍ଟ କରୁଥିଲେ। ଏହାଦ୍ୱାରା ନିଜର ବୃତ୍ତିଗତ ନିଷ୍ଠା ଓ ସୁରକ୍ଷା ବ୍ୟବସ୍ଥା ପ୍ରଭାବିତ ହେଉଥିବା ଅଭିଯୋଗ ହେଉଥିଲା। ଏହାକୁ ରୋକିବା ପାଇଁ କମିଶନରେଟ୍‌ ପୋଲିସ ଏଭଳି କଡ଼ା ନିର୍ଦ୍ଦେଶନାମା ଜାରି କରିଛି।

ଲୋକ ଭବନ, ଲୋକ ସେବା ଭବନ, ଲିଙ୍ଗରାଜ ମନ୍ଦିର ଭଳି ସ୍ଥାନରେ କଟକଣା ଜାରି କରାଯାଇଛି। ହାଇକୋର୍ଟ, ଆର୍‌ବିଆଇ ଭଳି ଅନ୍ୟ ସମ୍ବେଦନଶୀଳ ସ୍ଥାନରେ ସୋସିଆଲ ମିଡିଆ ବ୍ୟବହାର କରିପାରିବେ ନାହିଁ ପୋଲିସ ଅଧିକାରୀ।

ପୋଲିସ ବିଭାଗର ଭାବମୂର୍ତ୍ତି ଅକ୍ଷୁଣ୍ଣ ରଖିବା ସହ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ପାଇଁ କମିଶନରେଟ୍‌ ପୋଲିସର ଏହି ନିଷ୍ପତ୍ତିକୁ ସାଧାରଣରେ ସ୍ୱାଗତ କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାଜପାକୁ ନେଇ ଅଖିଳେଶ ଯାଦବଙ୍କ ବଡ଼ ଦାବି, ପ୍ରତି ବିଧାନସଭାରେ କମିବ…

ଲକ୍ଷ୍ନୌ,୨୦ା୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନକୁ ନେଇ ସମାଜବାଦୀ ପାର୍ଟି (ସପା) ନିଜର ସଂଗଠନକୁ ମଜବୁତ କରିବା ଆରମ୍ଭ କରିଛି । ଦଳର ପ୍ରଦେଶ କାର୍ଯ୍ୟକାରିଣୀ ବୈଠକ…

ଦୁଇଦିନ ଧରି ଅନୁଷ୍ଠିତ ହେବ ଘୁମୁସର ଗବେଷଣା ପ୍ରତିଷ୍ଠାନର ବାର୍ଷିକ ସମ୍ମିଳନୀ, ଯୋଗ ଦେବେ…

ଭଞ୍ଜନଗର,୨୦ା୯(ବାବୁଲା ପ୍ରଧାନ): ଘୁମୁସର ଗବେଷଣା ପ୍ରତିଷ୍ଠାନର କାର୍ଯ୍ୟକାରିଣୀ ବୈଠକ ରବିବାର ଭଞ୍ଜନଗରସ୍ଥିତ ପ୍ରତିଷ୍ଠାନ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଆଗାମୀ ଦୁଇଦିନିଆ ବାର୍ଷିକ ସମ୍ମିଳନୀ ସମେତ…

ଗର୍ଭବତୀ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ଦିଅର କହିଲେ…

ବଲାଙ୍ଗୀର,୨୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ କର୍ଲାପିଟା ଗାଁରେ ରବିବାର ବୀଭତ୍ସ ହତ୍ୟାକାଣ୍ଡ ଘଟିଯାଇଛି। ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ୪ ମାସର ଗର୍ଭବତୀ ସ୍ତ୍ରୀ…

ହଠାତ୍ ଆକ୍ରମଣରେ ଥରିଲା ରୁଷିଆ, ହଜାରେରୁ ଅଧିକ ଡ୍ରୋନ୍‌ ମାଡ଼ କଲା ୟୁକ୍ରେନ

ମସ୍କୋ,୨୦ା୯: ରୁଷିଆ ଉପରେ ୟୁକ୍ରେନ୍‌ ବଡ଼ଧରଣର ଡ୍ରୋନ୍‌ ଆକ୍ରମଣ କରିଛି । ରୁଷିଆର ଅଧିକାରୀଙ୍କ ଦାବି ଅନୁସାରେ, ବିଭିନ୍ନ ଅଞ୍ଚଳରେ ୧,୧୦୦ରୁ ଅଧିକ ୟୁକ୍ରେନୀୟ ଡ୍ରୋନ୍‌ ଉଡ଼ିଥିଲା।…

ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ନେଇ ବଢ଼ିଲା ଚିନ୍ତା: ସମୁଦ୍ର ଛାଡ଼ି କୂଳମୁହାଁ ମତ୍ସ୍ୟଜୀବୀ, ଆଶଙ୍କାରେ ଲୋକେ

ମହାକାଳପଡ଼ା,୨୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସହିତ ସମ୍ଭାବ୍ୟ ବାତ୍ୟା ଅର୍ଣ୍ଣବ ଚିନ୍ତା ବାଇଛି। ଫଳରେ ବିଶେଷ କରି ଉପକୂଳ ଅଞ୍ଚଳ ପାରମ୍ପରିକ ମାଛ…

ବରିଷ୍ଠ ସାମ୍ବାଦିକା ପାୟଲ ମେହେଟ୍ଟାଙ୍କ ଦେହାନ୍ତ, ଶୋକ ପ୍ରକାଶ କରି ପ୍ରଧାନମନ୍ତ୍ରୀ କହିଲେ ତାଙ୍କର…

ନୂଆଦିଲ୍ଲୀ,୨୦ା୯: ବରିଷ୍ଠ ସାମ୍ବାଦିକା ପାୟଲ ମେହେଟ୍ଟାଙ୍କର ମାତ୍ର ୪୬ ବର୍ଷ ବୟସରେ ଦେହାନ୍ତ ହୋଇଛି। ରିପୋର୍ଟ ଅନୁଯାୟୀ, ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ହଠାତ୍‌ ଅବନତି ଘଟିବା ପରେ ତାଙ୍କର…

ଜଙ୍ଗଲରେ ପଡ଼ିଛି ହାତୀର ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ

ଜଳେଶ୍ୱର,୨୦ା୯(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅନ୍ତର୍ଗତ ବରଡିହା ବନଖଣ୍ଡ କଳମା ପଞ୍ଚାୟତର ଆମ୍ବତୁମ୍ବା ଜଙ୍ଗଲରୁ ଏକ ମାଈହାତୀର ମୃତଦେହ ଉଦ୍ଧାର କରାଯାଇଛି। ପ୍ରାପ୍ତ ସୂଚନା…

ଜନସାଧାରଣଙ୍କ ଅଭିଯୋଗ ଶୁଣିଲେ ଏସ୍‌ପି, ଅନ୍ଧବିଶ୍ୱାସଠାରୁ ଦୂରେଇ ରହିବା ନେଇ…

ଗଞ୍ଜାମ,୨୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ପୋଲିସ ପକ୍ଷରୁ ଫାଣ୍ଡି ପରିସରରେ ଆମ ପୋଲିସ ସମିତି ବୈଠକ ରବିବାର ଅନୁଷ୍ଠିତ ହୋଇଥିଲା। ଛତ୍ରପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?