Posted inଜାତୀୟ

ଅତିକ-ଅଶରଫ ହତ୍ୟା ମାମଲାରେ ପୋଲିସକୁ ପଚରା ଉଚରା ସହ କ୍ରାଇମ ସିନ କରାଯିବ ରିକ୍ରିଏଟ

ନୂଆଦିଲ୍ଲୀ,୨୦।୪: ଅତିକ ଅହମଦ ଓ ତାଙ୍କ ଭାଇ ଅଶରଫଙ୍କ ହତ୍ୟା ମାମଲା ଏବେ ସବୁଠି ଚର୍ଚ୍ଚାର ବିଷୟ ପାଲଟିଛି। ଏହି ମାମଲାରେ ପ୍ରତିଦିନ କିଛି ନା କିଛି ନୂଆ ମୋଡ ଆସୁଛି। ଗୁରୁବାର ଯାଞ୍ଚ କମିଟି ଅତିକ ହତ୍ୟା ମାମଲାର ସିନ୍‌ ରିକ୍ରିଏଟ କରିବ। ଏହାସହ ମାଫିଆ ଅତିକ ଓ ତାଙ୍କ ଭାଇଙ୍କ ହତ୍ୟା ସମୟରେ ଯେଉଁ ପୋଲିସ ଉପସ୍ଥିତ ଥିଲେ ସେମାନଙ୍କୁ ପଚରା ଉଚରା କରାଯିବ। ସୂଚନାଯୋଗ୍ୟ, ୧୫ ଏପ୍ରିଲରେ ଅତିକ ଓ ତାଙ୍କ ଭାଇଙ୍କୁ ପୋଲିସ କଷ୍ଟଡିରେ ଥିବା ସମୟରେ ହତ୍ୟା କରାଯାଇଥିଲା। ଆଉ ହତ୍ୟାକରୀ ସାଙ୍ଗେ ସାଙ୍ଗେ ସରେଣ୍ଡର କରି ଯାଇଥିଲେ। ହେଲେ ମର୍ଡର ମିଷ୍ଟ୍ରିରେ ଯାଞ୍ଚ କମିଟି ଗଠନ କରାଯାଇଛି। ଏହି ଦୁଇ ଭାଇଙ୍କୁ ସ୍ବାସ୍ଥ୍ୟ ଯାଞ୍ଚ ପାଇଁ ହସ୍ପିଟାଲ ନିଆଯାଉଥିବା ସମୟରେ ସେମାନଙ୍କୁ ହତ୍ୟା କରାଯାଇଥିଲା। ଏହି ହତ୍ୟାର କାରଣ ଓ ସମସ୍ତ ତଥ୍ୟ ଜାଣିବାକୁ ସରକାର ଯାଞ୍ଚ କମିଟି ଗଠନ କରିଛନ୍ତି। ଏଥିରେ ହାଇକୋର୍ଟର ପୂର୍ବତନ ଜଜଙ୍କୁ କମିଟିର ଅଧ୍ୟକ୍ଷ କରାଯାଇଛି। ଯାଞ୍ଚ କମିଟି ସାମ୍ନାରେ ଗୁରୁବାର ସେହି ଲୋକେଶନରେ ସିନ ରିକ୍ରିଏଟ କରାଯିବ। ଫଳରେ ହତ୍ୟାକାଣ୍ଡକୁ ନେଇ କିଛି ନୂଆ ତଥ୍ୟ ସାମ୍ନାକୁ ଆସିପାରେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶାର ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

ଟି-୨୦ ବିଶ୍ୱକପ ପାଇଁ ଚୟନ ହୋଇଥିବା ଭାରତୀୟ ଦଳ ଉପରେ ପ୍ରଶ୍ନ ଉଠାଇଲେ ୱାସିମ ଜାଫର, କହିଲେ ଇଶାନ-ୱାଶିଂଟନଙ୍କ ବଦଳରେ…

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଇଶାନ କିଷାନ ଦଳକୁ ଫେରିଛନ୍ତି। ଉପ-ଅଧିନାୟକ ଶୁବମନ ଗିଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri