Posted inଜାତୀୟ

ନୀତି ଆୟୋଗ ଏସ୍‌ଡିଜି ସୂଚକାଙ୍କ: ଓଡ଼ିଶା ର଼୍ୟାଙ୍କ୍‌ ଖସିଲା

ନୂଆଦିଲ୍ଲୀ,୪।୬:ସରକାରଙ୍କ ଥିଙ୍କ ଟ୍ୟାଙ୍କ ନୀତି ଆୟୋଗ ପକ୍ଷରୁ ଗୁରୁବାର ସଷ୍ଟେନେବଲ ଡେଭଲପମେଣ୍ଟ ଗୋଲ୍‌ (ଏସ୍‌ଡିଜି) ବା ନିରନ୍ତର ବିକାଶ ଲକ୍ଷ୍ୟ ସୂଚକାଙ୍କ ୨୦୨୦-୨୧ ପ୍ରକାଶ ପାଇଛି। ନୀତି ଆୟୋଗ ଉପାଧ୍ୟକ୍ଷ ରାଜୀବ କୁମାର ଏହି ସୂଚକାଙ୍କର ତୃତୀୟ ସଂସ୍କରଣକୁ ଉନ୍ମୋଚନ କରିଥିଲେ। ଏଥିରେ କେରଳ ଶ୍ରେଷ୍ଠ ପ୍ରଦର୍ଶନକାରୀ ଭାବେ ସ୍ଥାନ ହାସଲ କରିଥିବା ବେଳେ ବିହାର ସବୁଠାରୁ ଖରାପ ପ୍ରଦର୍ଶନକାରୀ ଭାବେ ବିବେଚିତ ହୋଇଛି। ତାଲିକାରେ ଓଡ଼ିଶାର ର଼୍ୟାଙ୍କ ଖସିଛି। ୨୦୨୦-୨୧ ଅବଧି ଲାଗି ୬୧ ସ୍କୋର ସହ ଓଡ଼ିଶା ୨୧ତମ ସ୍ଥାନକୁ ଖସିଛି। ୨୦୧୯ରେ ୫୮ ସ୍କୋର ସହ ଏହା ୧୫ ତମ ସ୍ଥାନରେ ଥିଲା। ସେହିଭଳି ୨୦୧୮ରେ ୫୧ ସ୍କୋର ସହ ଏହି ରାଜ୍ୟ ୨୨ତମ ସ୍ଥାନରେ ଥିଲା। ରାଜ୍ୟଗୁଡିକର ସାମାଜିକ, ଅର୍ଥନୈତିକ ଏବଂ ପରିବେଶ ଭଳି ବିଭିନ୍ନ ମାନକ ଆଧାରରେ ଏଭଳି ସୂଚକାଙ୍କ ପ୍ରସ୍ତୁତ କରାଯାଇଛି। ସାରା ଦେଶ କଥା ବିଚାରକୁ ନେଲେ ଭାରତର ସ୍କୋର ୬ ପଏଣ୍ଟ ବୃଦ୍ଧି ହୋଇ ୬୦ରୁ ୬୬କୁ ବଢିଛି। ଭାରତ ସ୍ବଚ୍ଛ ଜଳ ଯୋଗାଣ, ସୁଲଭ ଏବଂ ସ୍ବଚ୍ଛ ଇନ୍ଧନ ଭଳି ଯୋଗାଣ କରିବାରେ ଅଗ୍ରଗତି କରିଥିବାରୁ ଉନ୍ନତ ପଏଣ୍ଟ ହାସଲ କରିଛି।
ତାଲିକାର ପ୍ରଥମ ସ୍ଥାନରେ ରହିଥିବା କେରଳ ୭୫ ସ୍କୋର ହାସଲ କରିଛି। ୭୪ ସ୍କୋର ସହ ଉଭୟ ହିମାଞ୍ଚଳ ପ୍ରଦେଶ ଏବଂ ତାମିଲନାଡୁ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ସବୁଠାରୁ ଖରାପ ପ୍ରଦର୍ଶନ କରିଥିବା ରାଜ୍ୟ ମଧ୍ୟରେ ବିହାର, ଝାଡ଼ଖଣ୍ଡ ଏବଂ ଆସାମ ରହିଛନ୍ତି। ୭୯ ସ୍କୋର ସହ ଚଣ୍ଡିଗଡ଼ କେନ୍ଦ୍ର ଶାସିତ ଅଞ୍ଚଳ ମଧ୍ୟରେ ଶୀର୍ଷ ସ୍ଥାନ ହାସଲ କରିଛି। ଏହା ପରେ ପରେ ୬୮ ସ୍କୋର ସହ ଦିଲ୍ଲୀ ରହିଛି। ୨୦୨୦-୨୧ର ଟପ୍‌ ଗେନର ସ୍ଥାନରେ ମିଜୋରାମ, ହରିୟାଣା ଏବଂ ଉତ୍ତରାଖଣ୍ଡ ରହିଛନ୍ତି। ୨୦୧୯ ତୁଳନାରେ ଏମାନଙ୍କ ସ୍କୋରରେ ବେଶ୍‌ ଉନ୍ନତି ଆସିଛି। ଉତ୍ତରାଖଣ୍ଡ, ଗୁଜରାଟ, ମହାରାଷ୍ଟ୍ର, ମିଜୋରାମ, ପଞ୍ଜାବ, ହରିୟାଣା, ତ୍ରିପୁରା, ଦିଲ୍ଲୀ, ଲାକ୍ଷାଦୀପ, ଆଣ୍ଡାମାନ ଆଣ୍ଡ ନିକୋବର, ଜମ୍ମୁ କଶ୍ମୀର ଏବଂ ଲଦାଖ ଫ୍ରଣ୍ଟ ରନର ବର୍ଗରେ ରହିଛନ୍ତି। ସ୍ବାସ୍ଥ୍ୟ କ୍ଷେତ୍ରରେ ଗୁଜରାଟ ଏବଂ ଦିଲ୍ଲୀ ଟପ୍‌ ପରଫରମର ରହିଛନ୍ତି। ଫ୍ରଣ୍ଟ ରନର ବର୍ଗରେ ୨୧ ରାଜ୍ୟ ଏବଂ ସବୁ କେନ୍ଦ୍ର ଶାସିତ ଅଞ୍ଚଳ ରହିଛନ୍ତି।
ଗୁଣାତ୍ମକ ଶିକ୍ଷା କ୍ଷେତ୍ରରେ କେରଳ ଏବଂ ଚଣ୍ଡିଗଡ଼ ଆଗରେ ରହିଛନ୍ତି। ସେହିଭଳି ଦାରିଦ୍ର୍ୟ ଦୂରୀକରଣ କ୍ଷେତ୍ରରେ ତାମିଲନାଡୁ ଏବଂ ଦିଲ୍ଲୀ ସବୁଠାରୁ ଭଲ ପ୍ରଦର୍ଶନ କରିଛନ୍ତି। ଏହାବାଦ୍‌ ଅସମାନତା ହ୍ରାସ କ୍ଷେତ୍ରରେ ମେଘାଳୟ ଏବଂ ଛତିଶଗଡ଼ ବେଷ୍ଟ ପରଫରମର ରହିଛନ୍ତି। ଏଭଳି ଏକ ତାଲିକା ପ୍ରକାଶ ଦ୍ୱାରା ରାଜ୍ୟଗୁଡିକର ନିରନ୍ତର ବିକାଶ ଲକ୍ଷ୍ୟ ଦିଗରେ କିଭଳି ଅଗ୍ରଗତି ହାସଲ କରୁଛନ୍ତି ତା’ର ମନିଟରିଂ କରାଯାଉଛି ବୋଲି ନୀତି ଆୟୋଗ ଉପାଧ୍ୟକ୍ଷ ରାଜୀବ କୁମାର କହିଛନ୍ତି। ୨୦୧୮ରେ ପ୍ରଥମ ଥର ଲାଗି ଏଭଳି ସୂଚକାଙ୍କ ପ୍ରକାଶ ପାଇଥିଲା। ଜାତିସଂଘ ସହଯୋଗରେ ଏଭଳି ଏକ କାର୍ଯ୍ୟକ୍ରମ ହାତକୁ ନିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri