Posted inଜାତୀୟ

ନୀତି ଆୟୋଗ ଏସ୍‌ଡିଜି ରିପୋର୍ଟ: ବିହାର ସବୁଠୁ ପଛୁଆ

ନୂଆଦିଲ୍ଲୀ, ୩୦।୭:କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକାଶିତ ରିପୋର୍ଟ ଅନୁଯାୟୀ ବିହାର ଦେଶର ସବୁଠୁ ପଛୁଆ ରାଜ୍ୟ। ନୀତୀଶ କୁମାର ସରକାରରେ ଭାଜପା ସହଯୋଗୀ ଦଳ ରହିଥିବାବେଳେ ପାର୍ଲାମେଣ୍ଟରେ ସରକାରଙ୍କ ଏଭଳି ରିପୋର୍ଟକୁ ନେଇ ନୂଆ ରାଜନୈତିକ ବିବାଦ ସୃଷ୍ଟି ହୋଇଛି। ଜେଡିୟୁ ଲୋକ ସଭା ସଦସ୍ୟ ରାଜୀବ ରଞ୍ଜନ ସିଂଙ୍କ ଏକ ପ୍ରଶ୍ନର ଉତ୍ତର ଦେଇ କେନ୍ଦ୍ରମନ୍ତ୍ରୀ ରାଓ ଇନ୍ଦ୍ରଜିତ ସିଂ କହିଥିଲେ, ନୀତି ଆୟୋଗଙ୍କ ୨୦୨୧-୨୨ର ଦୀର୍ଘମିଆଦୀ ବିକାଶ ଲକ୍ଷ୍ୟ (ଏସ୍‌ଡିଜି) ରିପୋର୍ଟ ଅନୁଯାୟୀ ବିହାର ଦେଶର ସବୁଠୁ ପଛୁଆ ରାଜ୍ୟ। ଦାରିଦ୍ର୍ୟ, ସାକ୍ଷରତା ହାର, ମୋବାଇଲ୍‌ ଏବଂ ଇଣ୍ଟରନେଟ ବ୍ୟବହାରରେ ବିହାର ସର୍ବନିମ୍ନ ସ୍ତରରେ ରହିଛି। ରାଜ୍ୟର ସର୍ବାଧିକ ୩୩.୭୪% ଲୋକ ଦାରିଦ୍ର୍ୟ ସୀମାରେଖା ତଳେ ରହିଛନ୍ତି। ୫୨.୫ ପ୍ରତିଶତ ବହୁବିଧ ଦାରିଦ୍ର୍ୟର ସମ୍ମୁଖୀନ। ବିହାରରେ ୫୦.୫୬% ଲୋକ ମୋବାଇଲ ଏବଂ ୩୦.୯୯% ଇଣ୍ଟରନେଟ ବ୍ୟବହାର କରୁଥିବା ରାଓ ଇନ୍ଦ୍ରଜିତ କହିଥିଲେ। ନୀତି ଆୟୋଗ ଏସ୍‌ଡିଜି ସୂଚକାଙ୍କର ପ୍ରଥମ ୫ ସ୍ଥାନରେ ୯ଟି ରାଜ୍ୟ ରହିଛନ୍ତି। ସେଗୁଡ଼ିକ ହେଲେ କେରଳ, ହିମାଚଳପ୍ରଦେଶ, ତାମିଲନାଡୁ, ଆନ୍ଧ୍ରପ୍ରଦେଶ, ଗୋଆ, କର୍ନାଟକ, ଉତ୍ତରାଖଣ୍ଡ, ସିକ୍କିମ ଏବଂ ମହାରାଷ୍ଟ୍ର। ସବୁଠୁ ତଳେ ଥିବା ୩ ରାଜ୍ୟ ହେଲେ ଆସାମା, ଝାଡ଼ଖଣ୍ଡ ଏବଂ ବିହାର।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ଚଣ୍ଡିଗଡ଼,୨୫।୪: ହରିୟାଣାର ୮ଟି ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। କୁମାରୀ ଶୈଳଜାଙ୍କୁ ସିରସା, ରୋହତକରୁ ଦିପେନ୍ଦ୍ର ସିଂ ହୁଡା, ଅମ୍ବାଲାରୁ...

କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ...

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri