ନେତ ପାଇଁ ନୀତି: ଢେଙ୍କାନାଳ

ଢେଙ୍କାନାଳର ଆରାଧ୍ୟ ମହାପ୍ରଭୁ ଶ୍ରୀ ସିଦ୍ଧ ବଳରାମ ଜୀଉଙ୍କ ମନ୍ଦିର ଦ୍ୱାଦଶ ଶତାବ୍ଦୀରେ ନିର୍ମିତ ହୋଇଛି। ଏଠାରେ ପୂଜିତ ଠାକୁର ବଳରାମ ଦ୍ୱାପରଯୁଗର ବୋଲି ପୁରାଣରେ ବର୍ଣ୍ଣିତ। ଏଠାକାର ରଥଯାତ୍ରାର ମଧ୍ୟ ସ୍ବତନ୍ତ୍ରତା ରହିଛି। ଏଠାରେ ଶ୍ରୀବଳରାମ ପାଷାଣ ପ୍ରତିମା ହୋଇଥିବାରୁ ଶ୍ରୀଜଗନ୍ନାଥ ଏକାକୀ ବଡ଼ ରଥରେ ଗୁଣ୍ଡିଚା ମନ୍ଦିର ଯାଇଥାଆନ୍ତି। ରାଜବାଟୀରେ ପୂଜା ପାଉଥିବା ଚତୁର୍ଦ୍ଧା ବିଗ୍ରହ ସାନରଥରେ ଆଡପ ଘରକୁ ଯିବା ପରମ୍ପରା ରହିଛି।
ସେହିପରି ଶ୍ରୀ ସିଦ୍ଧ ବଳରାମ ଜୀଉ ମନ୍ଦିରର ନୀତିକାନ୍ତି ମଧ୍ୟ ସ୍ବତନ୍ତ୍ର। ପ୍ରତି ଏକାଦଶୀରେ ଜଗତର ମଙ୍ଗଳ କାମନା କରି ମନ୍ଦିର ଚୂଡ଼ାକୁ ମହାଦୀପ ଉଠିଥାଏ। ଉକ୍ତ ଦିନ ନୂଆ ନେତ ବନ୍ଧାଯିବା ପରମ୍ପରା ରହିଛି। ଏଥିରେ ବ୍ୟତିକ୍ରମ ହେଲେ ଠାକୁରଙ୍କ ନୀତି ବନ୍ଦ ହୋଇଯାଏ। ନେତ ବନ୍ଧାଯିବା ଲାଗି ଦେବୋତ୍ତର ବିଭାଗ ପକ୍ଷରୁ ଦେଓଗଁାର ବାବୁଲି ଦାସଙ୍କୁ ନିୟୋଜିତ କରାଯାଇଛି। ନିର୍ଦ୍ଧାରିତ ଦିନରେ ପୂଜାର୍ଚ୍ଚନା ପରେ ନୀଳଚକ୍ରରେ ନେତ ବନ୍ଧାଯାଇଥାଏ। ଉକ୍ତ ନେତର ଲମ୍ବ ୧୨ ହାତ ୪ ଆଙ୍ଗୁଳି ଏବଂ ଓସାର ସାଢ଼େ ୩ ହାତ। ଏହାକୁ ତିଆରି ପାଇଁ ସ୍ବତନ୍ତ୍ର ମାପ ଓ ଦରଜୀ ଅଛନ୍ତି। ଯଦି କୌଣସି ମାନସିକଧାରୀ ସାଧାରଣ ଦିନରେ ନେତ ବାନ୍ଧିବାକୁ ଇଚ୍ଛା କରନ୍ତି, ତେବେ ଏଥିଲାଗି ଭୋଗରାଗ, ନେତବନ୍ଧାଳିଙ୍କୁ କିଛି ପାଉଣା ଦେବାକୁ ପଡ଼ିଥାଏ ବୋଲି ମନ୍ଦିର ଜିମାଦାର ଶ୍ୟାମସୁନ୍ଦର ପାଣିଗ୍ରାହୀ ସୂଚନା ଦେଇଛନ୍ତି। – ରତନ ନାୟାର


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri