ପର ହେଲେ ପୋଲିଓ ଆକ୍ରାନ୍ତ ଶିଶୁ

ଢେଙ୍କାନାଳ ଅଫିସ୍‌, ୯ା୪: ସନ୍ତାନ ଉପରକୁ ସାମାନ୍ୟ ବିପଦ ଆସିଲେ ଛାତି ଦେଖାଇ ଛିଡ଼ା ହୁଅନ୍ତି ମା’ବାପା। ମା’ର ପଣତକାନି ତଳେ ନିଜକୁ ବେଶ୍‌ ସୁରକ୍ଷିତ ମଣେ ଶିଶୁ। ବାପାଙ୍କ ଅନୁଶାସନରେ ବଡ଼ ହୁଏ। ହେଲେ ଜଣେ ମାନସିକ ଅନଗ୍ରସର ପୋଲିଓ ଆକ୍ରାନ୍ତ ଦିବ୍ୟାଙ୍ଗ ଶିଶୁପୁତ୍ରଙ୍କୁ ପର କରିଦେଇଛି ପରିବାର। ଡହଡ଼ହ ଖରାରେ ଜିଲାପାଳଙ୍କ କାର୍ଯ୍ୟାଳୟ ବାରଣ୍ଡାରେ ରାହା ଧରି କାନ୍ଦୁଥିବା ବେଳେ ଗଣମାଧ୍ୟମ ପ୍ରତିନିଧିଙ୍କ ସହାୟତାରେ ଅବୋଧ ଶିଶୁକୁ ଉଦ୍ଧାର କରିଛନ୍ତି ପ୍ରଶାସନିକ ଅଧିକାରୀ। ଢେଙ୍କାନାଳ ସହରରେ ଶୁକ୍ରବାର ଘଟିଥିବା ଏଭଳି ଏକ ସମ୍ବେଦନଶୀଳ ଘଟଣାକୁ ନେଇ ଏବେ ସବୁଠି ଚର୍ଚ୍ଚା।
ଶୁକ୍ରବାର ଅପରାହ୍ନ ପ୍ରାୟ ୨ଟା। ଜିଲା କାର୍ଯ୍ୟାଳୟ ପରିସରରେ ଦେଖିବାକୁ ମିଳିଥିଲା ହୃଦୟ ବିଦାରକ ଦୃଶ୍ୟ। ଅଫିସ୍‌ ବାରଣ୍ଡାରେ ଅସହାୟ ଅବସ୍ଥାରେ ପଡ଼ିରହିଥିଲେ ଜଣେ କୋମଳମତି ଶିଶୁ। ରାହା ଧରି କାନ୍ଦୁଥିଲେ ବି ଛିଡ଼ା ହୋଇପାରୁ ନ ଥିଲେ। ଜିଲାପାଳଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଜଣେ ମହିଳା କର୍ମଚାରୀ ଏବଂ ସେଠାରେ ଉପସ୍ଥିତ କେତେଜଣ ଗଣମାଧ୍ୟମ ପ୍ରତିନିଧି ଘଟଣାସ୍ଥଳରେ ପହଞ୍ଚତ୍ ଶିଶୁକୁ ଉଦ୍ଧାର କରିଥିଲେ। ଦୀର୍ଘ ସମୟ ଯାଏ ଛୁଆକୁ ନେବାକୁ କେହି ନ ଆସିବାରୁ ତାଙ୍କୁ କେହି ଛାଡ଼ି ଚାଲିଯାଇଥିବା ସ୍ପଷ୍ଟ ହୋଇଥିଲା।
ଶିଶୁଟିର ଆନୁମାନିକ ବୟସ ୩ରୁ ୪ବର୍ଷ ମଧ୍ୟରେ ହେବ। ପୋଲିଓ ଆକ୍ରାନ୍ତ କାରଣରୁ ତାଙ୍କ ଦୁଇ ଗୋଡ଼ ଅଚଳ। ସେ ଚାଲିପାରୁନାହାନ୍ତି। ମାନସିକ ଅବସ୍ଥା ମଧ୍ୟ ଠିକ୍‌ ନାହିଁ। କେହି ଜଣେ କୌଶଳକ୍ରମେ ଜିଲା କାର୍ଯ୍ୟାଳୟ ବାରଣ୍ଡାରେ ଶିଶୁକୁ ଶୁଆଇଦେଇ ଛୁ’ ମାରିଛନ୍ତି। ଘଟଣାସ୍ଥଳରୁ ଏକ ବ୍ୟାଗ୍‌ ମିଳିଛି। ସେଥିରେ କିଛି କାଗଜପତ୍ର ଏବଂ ଅନ୍ୟାନ୍ୟ ସାମଗ୍ରୀ ଅଛି। ଜିଲାପାଳ ସରୋଜ କୁମାର ସେଠୀଙ୍କ ନିର୍ଦ୍ଦେଶରେ ଜିଲା ଶିଶୁ ସୁରକ୍ଷା ଅଧିକାରୀ ଅନୁରାଧା ଗୋସ୍ବାମୀ, ଜିଲା ସାମାଜିକ ସୁରକ୍ଷା ଅଧିକାରୀ ଶୁଭେନ୍ଦୁ ଖୁଣ୍ଟିଆ ପ୍ରମୁଖ ପହଞ୍ଚତ୍ ଶିଶୁକୁ ହେପାଜତକୁ ନେଇଛନ୍ତି। ଶିଶୁ ମଙ୍ଗଳ କମିଟି ନିକଟରେ ହାଜର କରାଯିବା ପରେ ତାକୁ ସଦର ବ୍ଲକ ଗୋବିନ୍ଦପୁରସ୍ଥିତ ଜୀବନଜ୍ୟୋତି ଶିଶୁଗୃହରେ ରଖାଯାଇଛି। ସ୍ବାସ୍ଥ୍ୟ ପରୀକ୍ଷା ମଧ୍ୟ କରାଯାଇଛି। ଅନ୍ୟପଟେ ସମ୍ପୃକ୍ତ ଶିଶୁ ଜଣକ ସିମିନଈ ଅଞ୍ଚଳର ବୋଲି ବ୍ୟାଗ୍‌ରୁ ଉଦ୍ଧାର କାଗଜପତ୍ରରୁ ସୂଚନା ମିଳିଛି। ସେହିପରି ତାଙ୍କ ମା’ବାପା ସଦର ବ୍ଲକ କଙ୍କଡ଼ାହାଡ଼ ଅଞ୍ଚଳର ଏକ କାଜୁ ଫ୍ୟାକ୍ଟ୍ରିରେ କାମ କରୁଥିବା ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିବା ପରେ ଶିଶୁ ସୁରକ୍ଷା ବିଭାଗ ପକ୍ଷରୁ ଖୋଳତାଡ଼ ଆରମ୍ଭ ହୋଇଛି। ଶିଶୁଟିର ମା’ବାପା କିଏ ତାହାର ତଦନ୍ତ କରାଯିବ ବୋଲି ଶିଶୁ ସୁରକ୍ଷା ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାମ୍ପରା ହ୍ରଦର ହେବ ପୁନଃରୁଦ୍ଧାର: ବିଧାୟକଙ୍କ ଉପସ୍ଥିତରେ ସମୀକ୍ଷା କଲେ ଜିଲାପାଳ

ଛତ୍ରପୁର,୬।୪(ଦିଲ୍ଲୀପ ସାମଲ): ଛତ୍ରପୁର ସହର ନିକଟରେ ଥିବା ତାମ୍ପରା ହ୍ରଦର ପୁନଃରୁଦ୍ଧାର l ତା’ସହିତ ତାମ୍ପରା ଓ ସମୁଦ୍ର ମଧ୍ୟରେ ନୋଳିଆନୁଆଁ ଗାଁ ବେଳାଭୂମି ରହିଛି l…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ

ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri