ଗିଲଗିତ-ବାଲତିସ୍ତାନରେ ରାଜେନୈତିକ ସଙ୍କଟ; ମେଣ୍ଟ ସରକାର ଗଠନ ହେବା ନେଇ ଚର୍ଚ୍ଚା

ଇସଲାମବାଦ,୮।୭: ପାକିସ୍ତାନର ଗିଲଗିତ-ବାଲତିସ୍ତାନରେ ରାଜନୈତିକ ସଙ୍କଟ ଦେଖାଦେଇଛି। ଜୁଲାଇ ୪ରେ ଗିଲଗିତ-ବାଲତିିସ୍ତାନର ଏକ ଅପିଲ କୋର୍ଟ ମୁଖ୍ୟମନ୍ତ୍ରୀ ଖାଲିଦ ଖୁରସିଦଙ୍କ ନକଲି ଆଇନ ଡିଗ୍ରୀ ଯୋଗୁ ତାଙ୍କୁ ଅଯୋଗ୍ୟ ଘୋଷଣା କରିଛନ୍ତି। ଏହି ଘଟଣା ପରଠାରୁ ସେଠାରେ ରାଜନୈତିକ ସଙ୍କଟ ଘନେଇଛି। ଜୁଲାଇ ୧୩ରେ ଏଠାରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ଅନୁଷ୍ଠିତ ହେବ।

ପାକିସ୍ତାନ ତେହେରିକ-ଇ-ଇନସାଫ (ପିଟିଆଇ) ନେତା ଖାଲିଦ ଖୁରସିଦଙ୍କ ଡିଗ୍ରୀ ଉପରେ କୋର୍ଟଙ୍କ ରାୟର ଗୋଟିଏ ଦିନ ପୂର୍ବରୁ ଜୁଲାଇ ୩ ରେ ନୂଆ ମୁଖ୍ୟମନ୍ତ୍ରୀ ନିର୍ବାଚିତ ହୋଇଥାନ୍ତେ। ସେହି ଦିନ ପ୍ରକ୍ରିୟା ଆରମ୍ଭ ହେବା ପୂର୍ବରୁ ଗିଲଗିତ ସହରରେ ବିଧାନସଭାକୁ ପୋଲିସ କର୍ଡନ କରିଥିଲା। କର୍ମଚାରୀ, ସଦସ୍ୟ ଏବଂ ସାମ୍ବାଦିକମାନଙ୍କୁ ବିଧାନସଭା ପରିସରରୁ ବାହାର କରି ସେହି ସ୍ଥାନକୁୁ ସିଲ କରାଯାଇଥିଲା।

ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ପାର୍ଟି ପିଟିଆଇ ଗିଲଗିିତ-ବାଲତିିସ୍ତାନରେ ତିନୋଟି ଦଳରେ ବିଭକ୍ତ ହୋଇଛି। ପୂର୍ବ ସରକାରରେ ଅର୍ଥମନ୍ତ୍ରୀ ଥିବା ଜାଭେଦ ମନୱା ‘ହମ ଖାୟଲ ଗୋଷ୍ଠୀ’ ଗଠନ କରିଛନ୍ତି।

ସୂଚନାଯୋଗ୍ୟ, ପାକିସ୍ତାନ ପିପୁଲ୍ସ ପାର୍ଟି (ପିପିପି) ଏବଂ ପାକିସ୍ତାନୀ ମୁସଲିମ ଲିଗ-ନୱାଜ ଗିଲଗିତ-ବାଲତିସ୍ତାନରେ ମେଣ୍ଟ ସରକାର ଗଠନ କରିବା ନେଇ ସୂଚନା ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାକଡ଼ରେ ଗର୍ଜନ କରୁଥିଲା ୧୨ ଫୁଟ ଲମ୍ବର ଅହିରାଜ, ଯୁବକ ଦେଖିବା ପରେ…

ଦିଗପହଣ୍ଡି,୭ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୩ ନଂ ଓ୍ବାର୍ଡ ପିଏଚ୍‌ଡି ରୋଡ୍‌ କେନାଲ କଡ଼ ମୋବାଇଲ ଟାଓ୍ବାର ନିକଟରୁ୍‌ ପ୍ରାୟ ୧୨ ଫୁଟ…

ପାଣି ଘେରରେ ତେରେସିଂହା ବସ୍ତି ସ୍କୁଲ-ଅଙ୍ଗନବାଡି କେନ୍ଦ୍ର: ଅସ୍ବାସ୍ଥ୍ୟକର ପରିବେଶରେ ଚାଲିଛି ପାଠପଢା

କର୍ଲାମୁଣ୍ଡା,୭।୮(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଳକର ତେରେସିଂହା ଗ୍ରାମରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ନାହିଁ ନ ଥିବା ଅସୁବିଧା ଦେଖିବାକୁ ମିଳୁଛି I ବିଦ୍ୟାଳୟ…

ପଥରକୁ ଧକ୍କା ଦେଇ ରାସ୍ତା ତଳକୁ ଖସିଲା ଫାଇବର ବୋଝେଇ ପିକ୍‌ଅପ୍‌

ମୋହନା,୭ା୮(ମନ୍ମଥ ମିଶ୍ର): ପୁଣି ଭୀମଦଲି ଘାଟିରେ ଭାରସାମ୍ୟ ହରାଇ ଏକ ପଥରକୁ ଧକ୍କା ଦେଇ ରାସ୍ତା ତଳକୁ ଖସିପଡ଼ିଛି ପିକ୍‌ଅପ୍‌। ଦୁର୍ଘଟଣାରେ ଡ୍ରାଇଭର ଆହତ ହୋଇଥିବା ବେଳେ…

ମୋହନ ଭାଗବତ Gen Zଙ୍କୁ ନେଇ ଦେଇଥିବା ବୟାନ ପରେ ରାଜନୀତି ହେଲା ସରଗରମ, ଏବେ RSS ମୁଖ୍ୟ କହିଲେ: ‘ଏହା ଉନ୍ନତି ପାଇଁ…’

ନୂଆଦିଲ୍ଲୀ,୭।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS) ମୁଖ୍ୟ ମୋହନ ଭାଗବତ ସଂରକ୍ଷଣ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବକ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି ଯେ ସଂରକ୍ଷଣ ସ୍ଥାୟୀ ବ୍ୟବସ୍ଥା…

ମୋ ସମୁଦିଙ୍କୁ ଫାଶୀ ଦେଇଦିଅ…କାନ୍ଦି କାନ୍ଦି ଏମିତି କାହିଁକି କହିଲେ ଭାଜପା ବିଧାୟକ

ଲକ୍ଷ୍ନୌ,୭।୮: ୟୁପିରେ ଜଣେ ଭାଜପା ବିଧାୟକଙ୍କ ସମୁଦି ଅନୁଜ ତ୍ରିବେଦୀ ଏବଂ ଜ୍ୱାଇଁଙ୍କ ନାଁରେ ମିଥ୍ୟା ପ୍ରଲୋଭନରେ ବିବାହ କରି ମହିଳାଙ୍କୁ ଠକିବା ଏବଂ ନଗଦ ଟଙ୍କା…

ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଧାରଣାରେ ବସିଲେ ଶିକ୍ଷକ

ବଲାଙ୍ଗୀର,୭ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଓଡ଼ିଶା ସ୍କୁଲ-କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ବୟ କମିଟି ପକ୍ଷରୁ ଶୁକ୍ରବାର ବିଭିନ୍ନ ଦାବି ନେଇ ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟଠାରେ…

ଓଡ଼ିଶାକୁ ସତର୍କ କରାଇଲା ଭାରତୀୟ ପାଣିପାଗ ବିଭାଗ, ୧୨ ତାରିଖରେ ହେବ…

ଭୁବନେଶ୍ୱର,୭ା୮: ଭାରତୀୟ ପାଣିପାଗ ବିଭାଗ ଓଡ଼ିଶାକୁ ସତର୍କ ସୂଚନା ଜାରି କରିଛି। ଆସନ୍ତା ୧୨ ତାରିଖ ବେଳକୁ ବଙ୍ଗୋପସାଗରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହାର…

‘କିସିଂ ସିନକୁ ନେଇ ଉଠିଲା ବିବାଦ’: ପବନ ସିଂହଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଲେ କାଜଲ ରାଘୱାନୀ

ଚେନ୍ନାଇ,୭।୮: କଲର୍ସ ଟିଭିର ନୂଆ ରିଆଲିଟି ଶୋ’ ‘ଭୋଜପୁରୀ ବାୱଲ’ ନିରନ୍ତର ଚର୍ଚ୍ଚାରେ ରହିଛି। ଏହି ଶୋ’ରେ ଭୋଜପୁରୀ ଇଣ୍ଡଷ୍ଟ୍ରିର ଅନେକ ବଡ଼ ତାରକା ଅଛନ୍ତି, ଯେଉଁମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri