ବ୍ରିଟେନରେ ରାଜନୈତିକ ସଙ୍କଟ: ପ୍ରଧାନମନ୍ତ୍ରୀ ଲିଜ ଟ୍ରସଙ୍କ ପାଇଁ ବିପଦ, ଋଷି ସୁନାକଙ୍କ ଲାଗି ସୁଯୋଗ…

ଲଣ୍ଡନ,୧୬।୧୦ : ବ୍ରିଟେନରେ ବଢୁଥିବା ରାଜନୈତିକ ସଙ୍କଟ ମଧ୍ୟରେ ବ୍ରିଟେନର ନୂତନ ପ୍ରଧାନମନ୍ତ୍ରୀ ଲିଜ ଟ୍ରସଙ୍କ ପାଇଁ ବିପଦ ସୃଷ୍ଟି ହୋଇଥିବା କୁହାଯାଉଛି। ଏକ ମାସ ପୂର୍ବରୁ ଲିଜ ଟ୍ରସ ପ୍ରଧାନମନ୍ତ୍ରୀଙ୍କ ଭାବେ ନିର୍ବାଚିତ ହୋଇଥିଲେ । ବିପଦ ପଛର କାରଣ ହେଉଛି, ଲିଜ ଟ୍ରସ ଜନସାଧାରଣଙ୍କୁ ଦେଇଥିବା ପ୍ରତ୍ୟେକ ପ୍ରତିଶ୍ରୁତିଠାରୁ ଦୂରେଇ ଯାଇଛନ୍ତି। ବ୍ରିଟେନର କଞ୍ଜରଭେଟିବ ପାର୍ଟିର ବିଦ୍ରୋହୀ ନେତା ଲିଜ ଟ୍ରସଙ୍କୁ ଦଳର ନେତା ତଥା ପ୍ରଧାନମନ୍ତ୍ରୀ ପଦରୁ ହଟାଇବାକୁ ଯୋଜନା କରୁଥିବା ଖବର ମଧ୍ୟ ରହିଛି।

କୁହାଯାଉଛି ଯେ ପ୍ରତିଦ୍ୱନ୍ଦ୍ୱୀ ଋଷି ସୁନାକଙ୍କ କ୍ୟାମ୍ପର ଲୋକମାନେ ଏଥିରେ ଜଡିତ ଅଛନ୍ତି। ଏହି ରିପୋର୍ଟ ଦ ଟାଇମ୍ସର ୟୁଗୋଭ ସର୍ଭେରେ ପ୍ରକାଶ ପାଇଛି। ଯେଉଁଥିରେସୂଚିତ ହୋଇଛି ଯେ ଟୋରି ପାର୍ଟି ସମର୍ଥକଙ୍କ ପ୍ରାୟ ଅର୍ଦ୍ଧେକ ବିଶ୍ୱାସ କରନ୍ତି ଯେ ନେତୃତ୍ୱ ନିର୍ବାଚନରେ ଦଳ ଭୁଲ ପ୍ରାର୍ଥୀ ବାଛିଛି। ୟୁଗୋଭ ସର୍ଭେରୁ ଜଣାପଡିଛି ଯେ ଗତ ନିର୍ବାଚନରେ ଯେଉଁମାନେ କଞ୍ଜରଭେଟିବଙ୍କୁ ଭୋଟ ଦେଇଛନ୍ତି ସେମାନଙ୍କ ମଧ୍ୟରୁ ୬୨ ପ୍ରତିଶତ କହିଛନ୍ତି ଯେ ଟ୍ରସ ଏବଂ ସୁନାକ ମଧ୍ୟରେ ହୋଇଥିବା ପ୍ରତିଦ୍ୱନ୍ଦ୍ୱିତାରେ ଦଳର ସଦସ୍ୟମାନେ ଭୁଲ ପସନ୍ଦ କରିଛନ୍ତି। କିନ୍ତୁ ୧୫ ପ୍ରତିଶତ ଲୋକ ଠିକ ନିଷ୍ପତ୍ତି ନେଇଛନ୍ତି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ସେମିକଣ୍ଡକ୍ଟର, ପରମାଣୁ ଶକ୍ତି, ଭୋକାଲ ଫର୍‌ ଲୋକାଲ… ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣର ୧୦ଟି ବଡ଼ କଥା

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ସ୍ବାଧୀନତାର ୮୦ ବର୍ଷ ପୂରଣ କରୁଛି। ଅଗଷ୍ଟ ୧୫ ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଲଗାତାର 13 ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

Gen Zଙ୍କ ସହ Gen Alphaଙ୍କ ପାଇଁ ବଡ଼ ଘୋଷଣା କଲେ ମୋଦି, ମାଗଣାରେ ମିଳିବ…

ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ Gen Z ଏବଂ Gen Alphaଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

ଇରାନ ଯୁଦ୍ଧ ମଧ୍ୟରେ ସ୍ବାଧିନତା ଦିବସରେ ବଡ଼ କଥା କହିଲେ ପ୍ରଧାନମନ୍ତ୍ରୀ , ସାରା ବିଶ୍ୱ ଚକିତ!

ନୂଆଦିଲ୍ଲୀ,୧୫।୮: ୮୦ତମ ସ୍ବାଧୀନତା ଦିବସ ଅବସରରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ତାଙ୍କ ଭାଷଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇରାନ-ଆମେରିକା ଉତ୍ତେଜନାକୁ ଇଙ୍ଗିତ କରି କହିଥିଲେ ଯେ ଶକ୍ତି ସଙ୍କଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri