Posted inଜାତୀୟ

କଂଗ୍ରେସରୁ ଦୂରେଇ ଯାଇଥିଲେ ବି ଫେରିବାର ବାଟ ଖୋଲା ରଖିଛନ୍ତି ପାଇଲଟ

ନୂଆଦିଲ୍ଲୀ,୩୦।୭: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ସହ ମନୋମାଳିନ୍ୟକୁ ନେଇ ପୁର୍ବତନ ଉପ ମୁଖ୍ୟମନ୍ତ୍ରୀ ସଚିନ ପାଇଲଟ ତାଙ୍କ ପଦ ହରାଇଛନ୍ତି। ଆଉ ଏବେ ସେ କଂଗ୍ରେସ ଦଳଠାରୁ ବହୁ ଦୂରକୁ ଚାଲି ଯାଇଥିବା କୁହାଯାଉଛି। ହେଲେ ସେ ଦଳକୁ ଫେରିବାର ସମସ୍ତ ବାଟ ଖୋଲା ରଖିଥିବା କୁହାଯାଉଛି। ପ୍ରଥମରୁ ସେ ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେବେ ନାହିଁ ବୋଲି କହିଥିବା ବେଳେ ଏବେ ତାଙ୍କର ସମସ୍ତ ରାସ୍ତା ଖୋଲାଥିବା ପୁଣି ଏକ ରାଜନୈତିକ ଚର୍ଚ୍ଚା ସୃଷ୍ଟି କରିଛି। ପାଇଲଟ କୋର୍ଟରେ ରାଜନୈତିକ ମାମଲା ଜିତିବା ପରେ ଏବେ କଂଗ୍ରେସ ନେତାଙ୍କ ସମ୍ପର୍କରେ ରହିଛନ୍ତି। ଅନ୍ୟପଟେ ପାଇଟଙ୍କୁ ନେଇ ଗେହଲଟ ଯେଉଁଭଳି ଭାବେ ଆକ୍ରମଣାତ୍ମକ ବୟାନ ଦେଉଛନ୍ତି ତାହା କିନ୍ତୁ ପାଇଲଟଙ୍କ ନିକଟରେ ଦେଖାଯାଇନାହିଁ। ଏମିତିକି କଂଗ୍ରେସର ଶୀର୍ଷ ନେତୃତ୍ୱକୁ ନେଇ ମଧ୍ୟ ପାଇଲଟ କିଛି ଟିପ୍ପଣି ଦେଇ ନାହାନ୍ତି। ହେଲେ ଗେହଲଟ ତାଙ୍କୁ ସବୁବେଳେ ଆକ୍ରମଣ କରୁଥିବା ଦେଖାଯାଇଛି। ଅନ୍ୟପଟେ ପାଇଲଟ କିନ୍ତୁ କଂଗ୍ରେକୁ ନେଇ ନରମ ମନୋଭାବ ଦେଖାଉଥିବା ପରିଲକ୍ଷିତ ହୋଇଛି। ଏହାକୁ ନେଇ ଅନୁମାନ କରାଯାଉଛି କି ପାଇଲଟ କଂଗ୍ରେସକୁ ଫେରିବାକୁ ସବୁ ବାଟ ଖୋଲା ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଏସିଆ କପ୍ ୨୦୨୬: ଇତିହାସ ରଚିଲେ ସ୍ମୃତି ମନ୍ଧାନା, ୨ୟ ସର୍ବାଧିକ…

ନୂଆଦିଲ୍ଲୀ,୩୧।୮: ମହିଳା ଏସିଆ କପ୍‌ ୨୦୨୬ରେ ଭାରତୀୟ ଦଳ ବିଜୟ ସହ ଅଭିଯାନ ଆରମ୍ଭ କରିଛି । ପ୍ରଥମ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ଥାଇଲାଣ୍ଡକୁ ୯୪ ରନ୍‌ରେ…

ଗ୍ଲୋବାଲ ୱାର୍ମିଂ ଭାଙ୍ଗୁଛି ୨ ମହାସାଗରର ଜଳବାୟୁ ସମ୍ପର୍କ

ୱାଶିଂଟନ/ଲଣ୍ଡନ, ୩୧ା୮ ଗ୍ଲୋବାଲ ୱାର୍ମିଂ (ବିଶ୍ୱତାପନ ବୃଦ୍ଧି) ଏବଂ ମାନବକୃତ କାରଣ ଯୋଗୁ ପ୍ରଶାନ୍ତ ମହାସାଗର ଏବଂ ଭାରତ ମହାସାଗର ମଧ୍ୟରେ ଶତାବ୍ଦୀ ଶତାବ୍ଦୀ ଧରି ରହିଆସିଥିବା…

ତୁଳା ରାଶିକୁ ଗୋଚର କରିବେ ଶୁକ୍ର; ୨ ସେପ୍ଟେମ୍ବରରେ ସୃଷ୍ଟି ହେବ ଅଦ୍ଭୁତ ଯୋଗ, ୪ରାଶିର ବଢ଼ିବ ଧନ

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ର ଦେବଙ୍କୁ ପ୍ରେମ, ବିବାହ, ସୌନ୍ଦର୍ଯ୍ୟ, ସୁଖ-ସମୃଦ୍ଧି, କଳା, ଯାନବାହନ ଏବଂ ଧନର କାରକ ବୋଲି ବିଚାର କରାଯାଏ। ୨ ସେପ୍ଟେମ୍ବର ୨୦୨୬ରେ ଶୁକ୍ର…

ନିର୍ଭୟା ଘଟଣାର ପୁନରାବୁତ୍ତି! ୟୁପିର ୧୬ ବର୍ଷୀୟା ଝିଅକୁ ୪୭ କିଲୋମିଟର ଦୂରତା ଚଳନ୍ତା ବସରେ ବଳାତ୍କାର

ନୂଆଦିଲ୍ଲୀ,୩୧।୮: ‘ନିର୍ଭୟା ମାମଲା’କୁ ମନେ ପକାଇବା ଭଳି ଏକ ୧୬ ବର୍ଷୀୟା ଛାତ୍ରୀଙ୍କ ସହିତ ବଳାତ୍କାର ମାମଲା ରାଜଧାନୀ ଦିଲ୍ଲୀରେ ପୁଣି ଥରେ ସାମ୍ନାକୁ ଆସିଛି। ଚଳନ୍ତା…

ଜିଲାସ୍ତରୀୟ ଜନଶୁଣାଣିରେ ଯୋଗଦେଲେ କନ୍ଧମାଳ ଜିଲାପାଳ-ଏସ୍‌ପି

ଦାରିଙ୍ଗବାଡ଼ି,୩୧ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ସମିତି କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଜିଲାସ୍ତରୀୟ ସାମୂହିକ ଜନଶୁଣାଣି କାର୍ଯ୍ୟକ୍ରମ ରହିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲାପାଳ ବେଦଭୂଷଣ…

ଆହୁରି ସକ୍ରିୟ ହେଲା ଲଘୁଚାପ, ଆସନ୍ତା ୨ ଦିନ ଯାଏ ଏହି ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ବର,୩୧ା୮: ବଙ୍ଗୋପସାଗରରେ ସୃଷ୍ଟି ହେଲା ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର । ସୋମବାର ଭୋର ୫ଟା ୩୦ ସୁଦ୍ଧା ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଥିବା ବେଳେ ଆସନ୍ତା…

ନେପାଳ ବନ୍ୟା ବିଭୀଷିକା: ଗଞ୍ଜାମ ଦମ୍ପତିଙ୍କ ସହ ଝିଅ-ପୁଅ ମୃତ, ଜଳଖିଆ ଖାଉଥିବାବେଳେ ମାଡ଼ିଆସିଲା ପାଣି

ଦିଗପହଣ୍ଡି,୩୧ା୮(ଅଶେଷ ନାଥ ମିଶ୍ର): ନେପାଳର ତ୍ରିଶୂଳୀ ନଦୀରେ ଭୟଙ୍କର ବନ୍ୟା ବିଭୀଷିକାରେ ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ନିକଟ ସାରୁ ଗ୍ରାମର ମୂଳବାସିନ୍ଦା ମନ୍ମଥ ପାଢ଼ୀଙ୍କ ଝିଅ ସୁରଭି(୪୪)…

ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇଙ୍କ ଘରୁ ତଲାସୀ ବେଳେ ମିଳିଲା ୭.୨୯ ଲକ୍ଷ ଟଙ୍କା, ୩୦୦ ଗ୍ରାମ ସୁନା ଗହଣା

କେନ୍ଦୁଝର,୩୧।୮,(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ସାରେ, କେନ୍ଦୁଝରର ଜିଲା ଶ୍ରମ ଅଧିକାରୀ, ଆକାଶ ବିଶୋଇ ଜଣେ ବୈଦ୍ୟୁତିକ ଠିକାଦାରଙ୍କ ଠାରୁ ଶ୍ରମିକ ଲାଇସେନ୍ସ ପ୍ରଦାନ କରିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri