ତଳକାଁପଡ଼ା ଗ୍ରାମରେ ରାଜନୈତିକ ଶତ୍ରୁତାରୁ ବୋମାମାଡ଼; ୯ ଗୁରୁତର, ଲାଗି ରହିଛି ଉତ୍ତେଜନା

ତିହିଡି଼,୧୭।୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡି଼ ଥାନା କାଁପଡ଼ା ପଞ୍ଚାୟତ ଅଧୀନ ତଳକାଁପଡ଼ା ଗ୍ରାମରେ ବୁଧବାର ରାତି ୧୦ଟା ସମୟରେ ବୋମାମାଡ଼ ହୋଇଛି । ରାଜନୈତିକ ଶତ୍ରୁତାରୁ ଏହି ବୋମାମାଡ଼ ହୋଇଥିବା ଜଣାଯାଇଛି। ଯାହାଫଳରେ ଉଭୟ ଭାଜପା ଏବଂ ବିଜେଡି ଦଳର ୯ଜଣ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି। ଗ୍ରାମରେ ଚାପା ଉତ୍ତେଜନା ଲାଗି ରହିଥିବାରୁ ପୋଲିସ ମୁତୟନ ହୋଇଛି। ଏସପି ମଡକର ସନ୍ଦୀପ ସମ୍ପଦ ଓ ଚାନ୍ଦବାଲି ଏସଡ଼ିପିଓ ତ୍ରିଲୋଚନ ସେଠୀ ଘଟଣାସ୍ଥଳକୁ ଆସି ତଦନ୍ତ କରୁଛନ୍ତି । ତିହିଡି଼ ତହସିଲଦାର ଜୟଦ୍ରଥ ଆଚାର୍ଯ୍ୟ ଉପସ୍ଥିତ ଅଛନ୍ତି ।

ସୂଚନାନୁଯାୟୀ, ଗ୍ରାମରେ ଭାଜପା ଓ ବିଜେଡ଼ି ସମର୍ଥକଙ୍କ ମଧ୍ୟରେ ପୂର୍ବରୁ ଶତ୍ରୁତା ରହିଥିଲା। ବୁଧବାର ସାରେ ଏହି ଶତ୍ରୁତାକୁ ନେଇ ଉଭୟ ପକ୍ଷ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା । ପରେ ଘଟଣାକୁ ନେଇ ଉତ୍ତେଜନା ବୃଦ୍ଧି ପାଇଥିଲା ଏବଂ ରାତି ପ୍ରାୟ ୧୦ଟା ସମୟରେ ଉଭୟ ପକ୍ଷ ମଧ୍ୟରେ ସଂଘର୍ଷ ଉପୁଜିଥିଲା। ଏହି ସଂଘର୍ଷ ସମୟରେ ହଠାତ ବୋମାମାଡ଼ ହୋଇଥିଲା । ଯାହାଫଳରେ ଉଭୟ ପକ୍ଷର ୯ ଜଣ ଗୁରୁତର ଆହତ ହୋଇଥିଲେ । ପରେ ଆହତ ବ୍ୟକ୍ତିମାନଙ୍କୁ ଚିକିତ୍ସା ନିମନ୍ତେ ତିହିଡି଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ସେମାନଙ୍କ ମଧ୍ୟରୁ ୮ ଜଣଙ୍କୁ ଭଦ୍ରକ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି l ଖବରପାଇ ତିହିଡି଼ ଥାନା ଆଇଆଇସି ସତ୍ୟବ୍ରତ ଗ୍ରହାଚାର୍ଯ୍ୟ ସଦଳବଳେ ଘଟଣସ୍ଥଳରେ ପହଞ୍ଚି ଏହାର ତଦନ୍ତ ଚଳାଇଥିବା ଜଣାପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ପଲ୍ୟୁସନ ଅବଧି ବଢ଼ାଇ କହିଲେ…

ଭୁବନେଶ୍ୱର,୩୧ା୧୨: ପରିବହନ ମନ୍ତ୍ରୀ ପଲ୍ୟୁସନ ସାର୍ଟିଫିକେଟ୍‌ ଅବଧିକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଏହି ଅବଧି ମାର୍ଚ୍ଚ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।...

ସୁସ୍ଥ ହେଉଛନ୍ତି ଅଭିଜିତ୍‌ ମଜୁମଦାର: ମେଡିକାଲରୁ ହେବେ ଡିସ୍‌ଚାର୍ଜ

ଭୁବନେଶ୍ୱର, ୩୧।୧୨: ସୁସ୍ଥ ହେଉଛନ୍ତି ସଙ୍ଗୀତକାର ଅଭିଜିତ୍‌ ମଜୁମଦାର। ଆସନ୍ତା ୨/୩ ଦିନ ମଧ୍ୟରେ ଏମ୍ସରୁ ଡିସ୍‌ଚାର୍ଜ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଅଭିଜିତଙ୍କୁ ଚିକିତ୍ସା...

ବିଳିବିଳାଉଛନ୍ତି ହାଫିଜ ସଇଦ: ଭାରତକୁ ନେଇ ଏମିତି କହିଦେଲେ, ୫୦ ବର୍ଷ ପର୍ଯ୍ୟନ୍ତ…

ଇସଲାମାବାଦ୍‌,୩୧।୧୨: ଜମ୍ମୁ କଶ୍ମୀରରେ ସକ୍ରିୟ ଥିବା ଆତଙ୍କବାଦୀ ସଂଗଠନ ଲସ୍କର-ଏ-ତୋଇବା(LeT)ର ପ୍ରତିଷ୍ଠାତା ହାଫିଜ ସଇଦ ଏବଂ ତାଙ୍କର ନିକଟତର ସହଯୋଗୀମାନେ ପୁଣି ଥରେ ଭାରତର ଅପରେଶନ...

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା।...

ବିଜେଡି ଅସନ୍ତୁଷ୍ଟଙ୍କ ଉପରେ ମୋକିମଙ୍କ ନଜର, ନୂଆ ସମୀକରଣକୁ ନେଇ କହିଲେ…

ଭୁବନେଶ୍ୱର,୩୧ା୧୨: ନୂଆଦଳ ଓ ସମୀକରଣକୁ ନେଇ କଂଗ୍ରେସର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟତଃ ଭାଜପା, ବିଜେଡି ଏବଂ କଂଗ୍ରେସକୁ...

ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା: ସବୁଠି ଚର୍ଚ୍ଚା

ଭଦ୍ରକ,୩୧।୧୨(ସନାତନ ରାଉତ): ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା ଗୁଲମକି ଦଲୱାଜ। ସାଧୀନ ଭାବେ ଜିତି ବିଜେଡିରେ ଯୋଗ ଦେଇଥିଲେ ଗୁଲମକି। ବର୍ତ୍ତମାନ ଗୁଲମକି ମୋକିମଙ୍କ...

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri