ହିଞ୍ଜିଳିରେ ରାଜନୈତିକ ଉଷ୍ମତା: ନବୀନଙ୍କ ଆଗରେ କଣ୍ଟା ବିଦ୍ରୋହୀ ସ୍ବାଧୀନ ପ୍ରାର୍ଥୀ

ହିଞ୍ଜିଳିକାଟୁ, ୩।୫(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ରାଜ୍ୟ ବିକାଶର ପ୍ରୟୋଗଶାଳା, ଦୁର୍ନୀତି, ଓଡ଼ିଆ ଅସ୍ମିତା, ସ୍ଥାନୀୟ ବାସିନ୍ଦା ତଥା ଅନ୍ୟାନ୍ୟ ଇସ୍ୟୁକୁ ନେଇ ହିଞ୍ଜିଳି ନିର୍ବାଚନ ମାହୋଲ ଉଷ୍ମତା ସୃଷ୍ଟି କରିଛି। ବିଜେଡ଼ି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲଗାତାର ୬ଷ୍ଠ ଥର ପାଇଁ ହିଞ୍ଜିଳିରୁ ନାମାଙ୍କନ ଦାଖଲ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ନିର୍ବାଚନ ଲଢ଼ି ବଡ଼ ଧରଣର ଭୋଟ ହାସଲ ଉଦ୍ଦେଶ୍ୟରେ ଅନ୍ୟ ଦଳର ପ୍ରାର୍ଥୀମାନେ ଲାଗି ପଡିଛନ୍ତି।

ତେବେ, ଦଳୀୟ ନେତା ଓ କର୍ମୀମାନଙ୍କ ବିଦ୍ରୋହ ବିଭିନ୍ନ ବିଜେଡ଼ି ବିରୋଧୀ ରାଜନୀତିକୁ ଗୋଳିଆ କରୁଛି। ହିଞ୍ଜିଳି ବିଧାନସଭା ନିମନ୍ତେ ପିସିସି ପକ୍ଷରୁ ମନୋନୀତ ପ୍ରାର୍ଥୀଙ୍କୁ ବିରୋଧ କରି ହିଞ୍ଜିଳି କଂଗ୍ରେସର ବହୁ ନେତା ବିଦ୍ରୋହୀ ସାଜିଛନ୍ତି। ଶୁକ୍ରବାର କଂଗ୍ରେସ ନେତା ତଥା ରାଜ କିଷାନ ମୋର୍ଚ୍ଚା ସମ୍ପାଦକ ରାମନାରାୟଣ ବିଶ୍ୱାସରାୟ (ଟୁଲୁ) ବିଦ୍ରୋହ କରି ସ୍ବାଧୀନ ପ୍ରାର୍ଥୀ ଭାବେ ହିଞ୍ଜିଳି ବିଧାନସଭା ନିର୍ବାଚନମଣ୍ଡଳୀରୁ ନାମାଙ୍କନ ଦାଖଲ କରିଛନ୍ତି। ରାମନାରାୟଣ ଶୁକ୍ରବାର ଶ୍ୟାମଳାଇ ମନ୍ଦିରରୁ ପୂଜାର୍ଚ୍ଚନା କରି ସହରରେ ରାଲି କରିଥିଲେ। ଏଥିରେ ପିସିସି ସଭ୍ୟ ତଥା ବରିଷ୍ଠ ନେତା ପଦ୍ମ ଚରଣ ସାହୁ, ହିଞ୍ଜିଳି ବ୍ଲକ ସଭାପତି ଗଗନ ବିହାରୀ ରାଉତ, ଶେରଗଡ଼ ବ୍ଲକ ସଭାପତି କୁନା ବିଷୋୟୀ, ନିର୍ବାଚନ ମଣ୍ଡଳୀ ଛାତ୍ର କଂଗ୍ରେସ ସଭାପତି ସଞ୍ଜୟ ସ୍ବାଇଁ, ଟିଙ୍ଗିରି ଗୌଡ, ରଜଇ ବିଷୋୟୀ, ବାବୁଲା ସ୍ବାଇଁ, ବଳରାମ ସାହୁ, ମହେନ୍ଦ୍ର ସାହୁ ପ୍ରମୁଖଙ୍କ ସହ ଶତାଧିକ କଂଗ୍ରେସ କର୍ମୀ ଯୋଗଦେଇଥିଲେ। ଏଥିସହ ହିଞ୍ଜିଳି ନିର୍ବାଚନ ମଣ୍ଡଳୀର ବହୁ ବରିଷ୍ଠ ନେତା ଓ ବିଭିନ୍ନ ପଦାଧିକାରୀ ମଧ୍ୟ ବିଦ୍ରୋହୀ ସ୍ବାଧୀନ ପ୍ରାର୍ଥୀ ଭିତିରିଆ ସମର୍ଥନ ଜଣାଇଛନ୍ତି ବୋଲି ରାମନାରାୟଣ ଦାବି କରିଛନ୍ତି। ଦୀର୍ଘଦିନ ଧରି କଂଗ୍ରେସ ସଙ୍ଗଠନ କରି ଆସୁଥିବା ନେତା ଓ କର୍ମୀଙ୍କୁ ଅଣଦେଖା କରି ପିସିସିର ବରିଷ୍ଠ ନେତା ମାନେ ହିଞ୍ଜିଳିରେ ଟିକେଟ ଫିକ୍ସିଂ କରିଛନ୍ତି ବୋଲି ଅଭିଯୋଗ କରିଛନ୍ତି ଟୁଲୁ ଓ ତାଙ୍କ ସମର୍ଥକ। କଂଗ୍ରେସ ସଙ୍ଗଠନ ସହ ଜଡିତ କୌଣସି ବ୍ୟକ୍ତିଙ୍କୁ ଟିକେଟ ଦେଇଥିଲେ ସମସ୍ତ କର୍ମୀ ଓ ନେତା ସହଯୋଗ କରିଥାଆନ୍ତେ । କିନ୍ତୁ ଆରଏସଏସ ଓ ଭାଜପାରୁ ଆସିଥିବା ଜଣେ ବ୍ୟକ୍ତିଙ୍କୁ ରାତି ଅଧିଆ ଟିକେଟ ବଣ୍ଟନର ପରିଣାମ ଭୋଗିବାକୁ ପଡ଼ିବ ବୋଲି ଶେରଗଡ଼ ବ୍ଲକ ସଭାପତି କୁନା ବିଷୋୟୀ କହିଛନ୍ତି।

ପ୍ରକାଶ ଯେ କଂଗ୍ରେସ ପକ୍ଷରୁ ହିଞ୍ଜିଳି ନିର୍ବାଚନ ମଣ୍ଡଳୀରୁ ରଜନୀକାନ୍ତ ପାଢିଙ୍କୁ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ କରାଯାଇଛି। ପୂର୍ବରୁ ରଜନୀକାନ୍ତ ଭାଜପା ଦଳରୁ ଟିକେଟ ଲବିରେ ଥିଲେ। କିନ୍ତୁ ଭାଜପା ପକ୍ଷରୁ ଶିଶିର ମିଶ୍ରଙ୍କୁ ଟିକେଟ ପ୍ରଦାନ କରିବାରୁ ସେ ଅସନ୍ତୋଷ ପ୍ରକାଶ କରି ଶତାଧିକ ସମର୍ଥକଙ୍କ ସହ ଭାଜପା ଛାଡିଥିଲେ। ଇତିମଧ୍ୟରେ ହିଞ୍ଜିଳି ବିଧାନସଭା ନିର୍ବାଚନମଣ୍ଡଳୀରୁ କ୍ରମାଗତ ୬ଷ୍ଠ ଥର ପାଇଁ ରାଜ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେଡ଼ି ପକ୍ଷରୁ ନାମାଙ୍କନ ଦାଖଲ କରିଛନ୍ତି। ଭାଜପା ପକ୍ଷରୁ ଶିଶିର ମିଶ୍ର, କଂଗ୍ରେସ ପକ୍ଷରୁ ରଜନୀକାନ୍ତ ପାଢି ପ୍ରମୁଖ ନାମାଙ୍କନ ଦାଖଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri