ବହୁ ଆଡ଼ମ୍ବରରେ ରାଜନେତା ପାଳିଲେ ହୋଲି

ନୂଆଦିଲ୍ଲୀ,୧୮।୩: ରଙ୍ଗର ପବ ହୋଲିକୁ ସାରା ଦେଶରେ ଶୁକ୍ରବାର ବହୁ ଆଡ଼ମ୍ବର ସହକାରେ ପାଳନ କରାଯାଉଛି। କରୋନା ମହାମାରୀ ଯୋଗୁ ଗତ ୨ବର୍ଷ ହେଲାଣି ଲୋକମାନେ ଏହି ପର୍ବକୁ ପାଳନ କରି ନ ଥିଲେ। କିନ୍ତୁ ଦେଶରେ ବର୍ତ୍ତମାନ କରୋନା ମାମଲା ହ୍ରାସ ପାଇବା ପରେ ଚଳିତ ଥର ଲୋକମାନେ ଏହାକୁ ଜୋରଦାର ପାଳନ କରୁଥିବା ଜଣାପଡ଼ିଛି। ଏହିକ୍ରମରେ ରାଜନେତାମାନେ ମଧ୍ୟ ପଛରେ ରହିନାହାନ୍ତି। ନିଜ ବାସଭବନରେ କିଏ ଢ଼ୋଲ ବଜାଇ ତ ଆଉ କିଏ ମିଠା ଖୁଆଇ ହୋଲି ଖେଳୁଥିବାର ନଜର ଆସିଛନ୍ତି। ଅନ୍ୟପଟେ ଭାଜପା ବିଧାନସଭା ନିର୍ବାଚନର ଫଳାଫଳଠାରୁ ହିଁ ହୋଲି ଖେଳୁଥିବା ଦେଖିବାକୁ ମିଳିଛି। ତେବେ ଏହି ବିଶେଷ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ସମେତ ଦେଶର ଅନେକ ରାଜନେତା ହୋଲିରେ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଇତିମଧ୍ୟରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଲୋକପ୍ରିୟ ବୁନ୍ଦେଲି ଗୀତର ତାଳେ ତାଳେ ଝୁମି ହୋଲି ଖେଳୁଥିବା ଦେଖିବାକୁ ମିଳିଛି। କେନ୍ଦ୍ରମନ୍ତ୍ରୀ ମୁଖତାର ଅବ୍ବାସ ନକଭି ମଦ୍ୟ ଦିଲ୍ଲୀ ସ୍ଥିତ ନିଜ ବାସଭବନରେ ଲୋକଙ୍କ ସହ ହୋଲି ଖେଳିଛନ୍ତି। ଆମ ଦେଶର ସୋନ୍ଦର୍ଯ୍ୟ ହେଉଛି, ଆମେ ସମସ୍ତେ ପର୍ବକୁ ଏକାଠି ପାଳନ କରିଥାଉ। ସେଥିପାଇଁ କୁହାଯାଏ ଭାରତ ‘ବିବିଧତା ମଧ୍ୟରେ ଏକତା’ ବୋଲି ନକଭି କହିଛନ୍ତି। ସେହିପରି ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା ମଧ୍ୟ ଦିଲ୍ଲୀବାସୀଙ୍କ ସହ ହୋଲି ଖେଳିଛନ୍ତି। ଅନ୍ୟପଟେ କଂଗ୍ରେସ ନେତା ହରିଶ ରାୱତ ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ବି ରଙ୍ଗର ପର୍ବରେ ହୋଲିରେ ଢ଼ୋଲ ବଜାଇ ହୋଲି ଖେଳୁଥିବାର ନଜର ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶକ୍ତିଶ୍ରୀ ଛାତ୍ରୀ ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ: ଛାତ୍ରୀମାନଙ୍କୁ ସଚେତନ କରାଇଲେ…

ଦିଗପହଣ୍ଡି, ୧୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ କଲେଜ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ପକ୍ଷରୁ ଗତ ଜୁଲାଇ ୩୦…

ଅଚାନକ ଚଢାଉ କଲା ଅବକାରୀ ବିଭାଗ: ଜବତ ହେଲା ଏତେ ପରିମାଣର ମହୁଲି ଫୁଲ ସହ…

ମୋହନା,୧୦।୮( ମନ୍ମଥ ମିଶ୍ର ): ଗଜପତି ଜିଲାରେ ଅବକାରୀ ବିଭାଗର ବଡ଼ ଧରଣର ଚଢ଼ାଉ। ଅଡବା ଥାନା ଅନ୍ତର୍ଗତ କଟାମା ଗାଁରୁ ୯୦୦ କିଲୋଗ୍ରାମ ମହୁଲି ଫୁଲ…

ପୈତୃକ ଗାଁରେ ଘର କାମ ଆରମ୍ଭ କଲେ ରିଷଭ ପନ୍ତ

ପିଥୋରାଗଡ଼(ଉତ୍ତରାଖଣ୍ଡ),୧୦ା୮: ରିଷଭ ପନ୍ତଙ୍କ ମା’ ଉତ୍ତରାଖଣ୍ଡର ପିଥୋରାଗଡ଼ ଜିଲାରେ ନିଜ ପୈତୃକ ଗାଁକୁ ଫେରିବା ପରେ ସେମାନଙ୍କ ଘରର ପୁନଃ ନିର୍ମାଣ କାମ ଆରମ୍ଭ ହୋଇଛି। ଏହାକୁ…

ଜିଲାପାଳଙ୍କ ବଡ଼ ଆହ୍ବାନ: ପାଳନ ହେବ ‘ଘରେ ଘରେ ତ୍ରିରଙ୍ଗ’ କାର୍ଯ୍ୟକ୍ରମ

ଛତ୍ରପୁର,୧୦।୮୯(ଦିଲ୍ଲୀପ ସାମଲ/ଦାରିକା ପଟ୍ଟନାୟକ): ପବିତ୍ର ସ୍ବାଧୀନତା ଦିବସ ଏବଂ ଜାତୀୟ ସଙ୍ଗୀତ ‘ବନ୍ଦେ ମାତରମ’ର ୧୫୦ତମ ବର୍ଷପୂର୍ତ୍ତି ଅବସରରେ ଦେଶରେ ‘ଘରେ ଘରେ ତ୍ରିରଙ୍ଗା-୨୦୨୬’ କାର୍ଯ୍ୟକ୍ରମ ପାଳନ…

ବ୍ରହ୍ମପୁର ଚାଲାଣ କରୁଥିଲେ ଗଞ୍ଜେଇ, ବାଟରେ ଧରି ପକାଇଲା ପୋଲିସ, ତା’ପରେ…

ପାରଳାଖେମୁଣ୍ଡି,୧୦।୮ (ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ୧୧ କିଲୋ ଗଞ୍ଜେଇ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି। ସୋମବାର ସକାଳ ପ୍ରାୟ ୬ଟାରେ ଏସଆଇ ପ୍ରଫୁଲ୍ଲ…

ବଡ଼ ଯା’ ହତ୍ୟା ମାମଲା: ସାନ ଯା’ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୧୦।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବିଞ୍ଜିଗିରି ଗ୍ରାମର ବଡ ଯାଆ ସଙ୍ଗୀତା ସାଇଁଙ୍କୁ ତାଙ୍କ ସାନ ଯା’ ଅମି ସାଇଁ ଯୋଜନାବଦ୍ଧ ଭାବେ ଗତ…

ହତ୍ୟା ଉଦ୍ୟମ ଘଟଣାରେ ଫେରାର ଥିଲେ ଅଭିଯୁକ୍ତ, ୧ ବର୍ଷ ପରେ ଘରକୁ ଫେରିଥିବାବେଳେ ହଠାତ୍‌ ପହଞ୍ଚିଲା ପୋଲିସ, ତା’ପରେ…

ଦିଗପହଣ୍ଡି,୧୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ପିଣ୍ଟୁ ଜେନା(୨୯)ଙ୍କୁ ସୋମବାର କେ.ନୂଆଗାଁ ପୋଲିସ ହତ୍ୟା ଉଦ୍ୟମ ମାମଲାରେ ଗିରଫ କରି…

ମହିଳାଙ୍କୁ ମିଳିବ ଗୋଟିଏ ବର୍ଷ ପାଇଁ ମାଗଣା ମୋବାଇଲ ରିଚାର୍ଜ! ଶେଷରେ ମୋଦି ସରକାର ଦେଲେ ସଫେଇ

ନୂଆଦିଲ୍ଲୀ,୧୦।୮: ସୋସିଆଲ ମିଡିଆରେ ଅନେକ ଫଟୋ ଏବଂ ଭିଡିଓ ପ୍ରାୟତଃ ଭାଇରାଲ ହୁଏ। ଏଥିରେ ପ୍ରାୟତଃ ସରକାରୀ ଘୋଷଣା ଏବଂ ଯୋଜନା ବିଷୟରେ ସୂଚନା ଥାଏ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri