ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ରାଜନୈତିକ ଦଳ

ଭୁବନେଶ୍ୱର,୫।୪ (ବ୍ୟୁରୋ):ଶ୍ରୀମନ୍ଦିର ରୋଷଘରେ ଚୁଲିଭଙ୍ଗା ଘଟଣାକୁ ନେଇ ଜନ ଅସନ୍ତୋଷ ତୀବ୍ର ହେଉଥିବାବେଳେ ଏହାକୁ ନେଇ ବିଭିନ୍ନ ରାଜନୈତିକ ଦଳ ମଧ୍ୟ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିବା ସହ ହେରିଟେଜ ବୈଠକ ଡାକି ଘଟଣାର ବଡ଼ଧରଣର ତଦନ୍ତ କରିବାକୁ ସମାଜବାଦୀ ପାର୍ଟି ଦାବି କରିଛି। ଲୋକଙ୍କ ଆସ୍ଥା ଓ ବିଶ୍ୱାସର କଥା, ତୁରନ୍ତ କାର୍ଯ୍ୟାନୁଷ୍ଠାନ ସହ ଶ୍ରୀମନ୍ଦିରର ସୁରକ୍ଷା କରାଯାଉ ବୋଲି ସିପିଆଇ(ଏମ୍‌) ପକ୍ଷରୁ କୁହାଯାଇଛି।
ସୋମବାର ସମାଜବାଦୀ ପାର୍ଟିର ରାଜ୍ୟ ସଭାପତି ରବି ବେହେରା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଏକ ଚିଠି ଲେଖି ଦାବି ଜଣାଇଛନ୍ତି। ସେ ତାଙ୍କ ଚିଠିରେ ଲେଖିଛନ୍ତି ଯେ, ଜଗନ୍ନାଥଙ୍କ ରୋଷେଇ ଘର ମାଲିକ ହେଉଛନ୍ତି ମହାଲକ୍ଷ୍ମୀ। ତାଙ୍କ ଚୁଲିକୁ ଭାଙ୍ଗି ଦୁର୍ବୃତ୍ତମାନେ ଓଡ଼ିଆ ଜାତି ମୁହଁରେ କେବଳ କଳା ବୋଳିନାହାନ୍ତି, ସମଗ୍ର ଜଗନ୍ନାଥ ସଂସ୍କୃତିକୁ ବିଶ୍ୱ ସମ୍ମୁଖରେ ଅପମାନିତ କରିଛନ୍ତି। ଏହା ମହାପ୍ରଭୁ ଜଗନ୍ନାଥ ଓ ମହାଲକ୍ଷ୍ମୀଙ୍କ କୋଟି କୋଟି ଭକ୍ତଙ୍କୁ ଆଘାତ ଦେଇଛି। ଜଗନ୍ନାଥଙ୍କୁ ନେଇ ବିଗତ କିଛିବର୍ଷ ଧରି ଯେଉଁ ଦୁର୍ବୃତ୍ତମାନେ ବାରମ୍ବାର ଏଭଳି ଖେଳ ଖେଳୁଛନ୍ତି, ନିଜର ବ୍ୟକ୍ତିଗତ ଲାଭ, ପ୍ରତିଷ୍ଠା ଓ ବେପାର ବଣିଜକୁ କେନ୍ଦ୍ରକରି ଜଗନ୍ନାଥ ସଂସ୍କୃତି ଓ ଜଗନ୍ନାଥ ମନ୍ଦିରକୁ ଯେଉଁଭଳି ନିନ୍ଦିତ କରାଯାଉଛି, ତାହାକୁ ସପା ଘୋର ନିନ୍ଦା କରୁଛି। ସରକାର ତୁରନ୍ତ ହେରିଟେଜ୍‌ କ୍ୟାବିନେଟ୍‌ ବୈଠକ ଡାକି ଘଟଣା ଉପରେ ପୁଙ୍ଖାନୁପୁଙ୍ଖ ତଦନ୍ତ କରନ୍ତୁ ଓ ଜଗନ୍ନାଥ ସଂସ୍କୃତିର ସୁରକ୍ଷା ପାଇଁ କଡା ପଦକ୍ଷେପ ନିଅନ୍ତୁ। ମୁଖ୍ୟମନ୍ତ୍ରୀ ବ୍ୟକ୍ତିଗତ ଭାବରେ ହସ୍ତକ୍ଷେପ କରି ସବୁଦିନ ପାଇଁ ଏଭଳି ଘଟଣାରେ ପୂର୍ଣ୍ଣଚ୍ଛେଦ ପକାଇବାକୁ ବେହେରା ଦାବି କରିଛନ୍ତି।
ଅପରପକ୍ଷେ, ସିପିଆଇ(ଏମ୍‌) ପକ୍ଷରୁ ରାଜ୍ୟ ସମ୍ପାଦକ ମଣ୍ଡଳୀ ସଦସ୍ୟ ଜଗନ୍ନାଥ ମିଶ୍ର କହିଛନ୍ତି, ଜଗତର ନାଥ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ସମସ୍ତେ ଭକ୍ତି ଜଣାଉଛନ୍ତି। ଏହା ବିଶ୍ୱବାସୀଙ୍କ ବିଶ୍ୱାସ ଓ ଆସ୍ଥାର କଥା। ମାତ୍ର ତାଙ୍କ ଚୁଲିକୁ ଭାଙ୍ଗିବା ସବୁଠୁ ଦୁଃଖଦ ଘଟଣା। ଏହାକୁ ନେଇ ଚାରିଆଡେ ପ୍ରବଳ ଅସନ୍ତୋଷ ପ୍ରକାଶ ପାଉଛି। ସରକାର ତୁରନ୍ତ ଏ ଦିଗରେ କାର୍ଯ୍ୟାନୁଷ୍ଠାନ ନେବା ଦରକାର ବୋଲି ମିଶ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri